ମଥୁରା କଳାକାରଙ୍କ ପୂର୍ବାଭ୍ୟାସ ଆରମ୍ଭ

ବରଗଡ଼ ଅଫିସ୍‌,୧୦।୧୨: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ଆସନ୍ତା ୨୭ତାରିଖ ଆରମ୍ଭ ହେବ। ଅଭିନୟ ପାଇଁ ମନୋନୀତ କଳାକାରଙ୍କ ପୂର୍ବାଭ୍ୟାସ ଆରମ୍ଭ ହୋଇଛି। ଗତ ୫ତାରିଖରୁ ଗୋପପୁର କଳାକାରଙ୍କ ପୂର୍ବାଭ୍ୟାସ ଆରମ୍ଭ ହୋଇଥିଲା। ଶୁକ୍ରବାରରୁ ମଥୁରାନଗରୀ କଳାକାରଙ୍କ ପୂର୍ବାଭ୍ୟାସ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବରଗଡ଼ ଗାନ୍ଧିଛକ ନିକଟ କଲ୍ୟାଣ ମଣ୍ଡପ ପରିସରରେ ବାଗ୍‌ଦେବୀ ସରସ୍ବତୀଙ୍କ ପୂଜାର୍ଚ୍ଚନା ସହିତ ଅତିରିକ୍ତ ଜିଲାପାଳ ମିର୍ଧା ଟପ୍ପୋ କଳାକାରଙ୍କ ପୂର୍ବାଭ୍ୟାସ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଡେପୁଟି କଲେକ୍ଟର ଅଶ୍ୱିନୀ ଦାଶ, ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ୱର ଶତପଥୀ, କଳାକାର ସମନ୍ବୟ କମିଟିର ସହ-ଆବାହାକ ଅଶୋକ ବେହେରା, ନାଟ୍ୟ ନିର୍ଦ୍ଦେଶକ ନକୁଳ ବାଦୀ, ଭୁବନ ଭୋଇ, କଂସ ଅଭିନେତା ହୃଷିକେଶ ଭୋଇ ଉପସ୍ଥିତ ଥିଲେ।
କାର୍ଯ୍ୟକ୍ରମ ଶୁଭାରମ୍ଭ ପରେ କଳାକାରଙ୍କ ପୂର୍ବାଭ୍ୟାସ ଚାଲିଥିଲା। କଂସ ଅଭିନେତା ହୃଷିକେଶ ଭୋଇ, ଉଗ୍ରସେନ ଅଭିନେତା ଆର୍ତ୍ତତ୍ରାଣ ମହାପାତ୍ର, ମହାମନ୍ତ୍ରୀ ଅଭିନେତା ଗୋଲାପ ଚନ୍ଦ୍ର ଦାଶ, ବସୁଦେବ ଅଭିନେତା ମନୋଜ କୁମାର ସାହୁ, ଦେବକୀ ଚରିତ୍ର ପାଇଁ ମନୋନୀତ କନକ ଦଣ୍ଡସେନା, ମୁଖ୍ୟ ସେନାପତି ଦୟାନନ୍ଦ ମାଝୀ, ଚାଣୁର ଅଭିନେତା ମୁନେଶ ଚନ୍ଦ୍ର ଆଚାର୍ଯ୍ୟ, ଗର୍ଗମୁନି ଅଭିନେତା ଅଇଁଠୁ ସାହୁ, ସେନାପତି ଚନ୍ଦ୍ରକେତୁ ଅଭିନେତା ସଂଗ୍ରାମ ଦେହୁରୀ ଏବଂ ଅନ୍ୟ ପାର୍ଶ୍ୱ କଳାକାରମାନେ ଉପସ୍ଥିତ ରହି ପୂର୍ବାଭ୍ୟାସ କରିଥିଲେ। ପୂର୍ବାଭ୍ୟାସର ପ୍ରଥମ ଦିବସରେ ଦେବକୀ-ବସୁଦେବଙ୍କ ବିବାହ ଦୃଶ୍ୟଭିନୟ ନେଇ କଳକାରମାନେ ପୂର୍ବାଭ୍ୟାସ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri