Posted inଜାତୀୟ

ପିଲା ଜନ୍ମର ୧୦ ଦିନ ପୂର୍ବରୁ ଆସିଲା ପିତାଙ୍କ ମୃତ୍ୟୁ ଖବର

ମଥୁରା,୮।୮: ଏୟାର ଇଣ୍ଡିଆ ଏକ୍ସପ୍ରେସର ବିମାନ ଦୁର୍ଘଟଣାରେ ମଥୁରା ନିବାସୀ କୋ-ପାଇଲଟ ଅଖିଳେଶ କୁମାର ଭରଦ୍ୱାଜଙ୍କ ମୃତ୍ୟୁ ହୋଇଛି। ଏହି ଖବର ଆସିବା ପରେ ତାଙ୍କ ପରିବାରରେ ଆସିବାକୁ ଥିବା ଖୁସି ଏବେ ଦୁଃଖରେ ପରିଣତ ହୋଇଛି। ଅଖିଳେଶଙ୍କ ପତ୍ନୀ ମେଘା ଭରଦ୍ୱାଜ ଗର୍ଭବତୀ ଅଛନ୍ତି। ଆଉ ୧୦ ଦିନ ପରେ ସେ ସନ୍ତାନ ପ୍ରସବ କରିବେ। ହେଲେ ଏବେ ଅଖିଳେଶଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁ ନାହାନ୍ତି ତାଙ୍କ ପରିବାର। ୧୦ ଦିନ ପରେ ଆସିବାକୁ ଥିବା ଖୁସି ଏବେ ଉଜୁଡି ଯାଇଛି। ସୂଚନାଯୋଗ୍ୟ, ଗୋବିନ୍ଦ ନଗର ଥାନାର ପୋତରା କୁଣ୍ଡ ଗ୍ରାମ ନିବାସୀ ୩୨ ବର୍ଷୀୟ ଅଖିଳେଶ ଏୟାର ଇଣ୍ଡିଆରେ କୋ-ପାଇଲଟ ଭାବେ କାମ କରୁଥିଲେ। ଶୁକ୍ରବାର କେରଳର କୋଝିକୋଡ ସ୍ଥିତ କରିପୁର ଏୟାର ପୋର୍ଟରେ ହୋଇଥିବା ବିମାନ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଛି। ଏଥିରେ ଅଖିଳେଶଙ୍କ ସମେତ ଆଉ ଦୁଇ ପାଇଲଟଙ୍କର ମଧ୍ୟ ମୃତ୍ୟୁ ହୋଇଛି। ଏମାନଙ୍କୁ ନେଇ ଏପର୍ଯ୍ୟନ୍ତ ପ୍ରାୟ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦୦ରୁ ଅଧିକ ଆହତ ହୋଇଛନ୍ତି। ଉକ୍ତ ବିମାନରେ କ୍ରିୟୁ ମେମ୍ବରଙ୍କ ସମେତ ପ୍ରାୟ ୧୯୦ ଯାତ୍ରୀ ଥିଲେ। ବିମାନଟି ଅବତରଣ କରିବା ସମୟରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri