ଝୁମ୍ପୁରା,୩।୮(ଶଶିଭୂଷଣ ସାହୁ)କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଫଳରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଝୁମ୍ପୁରା ବ୍ଲକ୍ ଅନ୍ତର୍ଗତ ନହବେଡ଼ା ପଞ୍ଚାୟତର ଘୁଣ୍ଟିପଶି ଗ୍ରାମରେ ଓଦା ହୋଇଥିବା କାନ୍ଥ ଧସି ଶ୍ରୀମତୀ ଲୋହାର (୭୦)ଙ୍କ ମୃତ୍ୟୁ ହୋଇଛି। ଝୁମ୍ପୁରା ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛିି। ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୧୩/୨୩)ରେ ରୁଜୁ ହୋଇଛି। ଝୁମ୍ପୁରା ଅଗ୍ନିଶମ ସେବା କର୍ମଚାରୀ ପହଞ୍ଚତ୍ ମାଟିତଳୁ ମୃତଦେହ ଜବତ କରିଥିଲେ। ନହବେଡ଼ା ସରପଞ୍ଚ ମନ୍ମୟ ବିଳାସତିଓ ପହଞ୍ଚତ୍ ହରିଶ୍ଚନ୍ଦ୍ର ଯୋଜନାରେ ୨ ହଜାର ଅନୁକମ୍ପା ରାଶି ବୃଦ୍ଧାଙ୍କ ସମ୍ପର୍କୀୟଙ୍କୁ ପ୍ରଦାନ କରିଛନ୍ତି। ଝୁମ୍ପୁରା ତହସିଲଦାର ରୋହିତ ବାଗ କହିଛନ୍ତି, ବୃଦ୍ଧାଙ୍କ ପରିବାର ଲୋକଙ୍କୁ ରେଡ୍କ୍ରସ୍ ସହାୟତା ପ୍ରଦାନ କରାଯିବ। ସରକାରୀ ସହାୟତା ପାଇଁ ଜିଲାପାଳଙ୍କୁ ଅବଗତ କରାଯାଇଛି।
Posted inHome, Home Left, ଆମ ଜିଲା ଖବର, କେନ୍ଦୁଝର View All
IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!
ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍ଜା…
ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!
୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…
SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ
ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…
ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ
କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…
ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ
ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…
କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ
ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…
ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ
ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…
ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…
ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

