ଦଶମ, +୨ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ-୧୯ ପରିସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ପରୀକ୍ଷା ସମ୍ପର୍କରେ ନିଷ୍ପତ୍ତି ଗ୍ରହଣ କରାଯିବ। ଏହାସହ ନବମ ଏବଂ ଏକାଦଶ ଶ୍ରେଣୀର ପିଲାମାନେ ସିଧାସଳଖ ଦଶମ ଏବଂ ଦ୍ୱାଦଶ ଶ୍ରେୀକୁ ଉନ୍ନୀତ ହେବେ। ଏହି ଦୁଇଟି ଶ୍ରେଣୀର ପିଲାଙ୍କୁ କୌଣସି ପରୀକ୍ଷା ଦେବାକୁ ପଡିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ଆସନ୍ତା ୧୯ରୁ ନବମ ଏବଂ ଦ୍ୱାଦଶ ଶ୍ରେଣୀର ସମସ୍ତ କ୍ଲାସ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟ ସହ ଅନୁବନ୍ଧିତ ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ସ୍କୁଲ କ୍ଲାସ ବନ୍ଦ ରହିବ। ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ସ୍କୁଲ ଓ ହଷ୍ଟେଲ ମଧ୍ୟ ୧୯ରୁ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା ଅନୁଯାୟୀ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ମେ ୧୮ରୁ ଆରମ୍ଭ ହେବାକୁ ଥିବା ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ସେହିପରି ଜୁନ ୨୦୨୧ ପ୍ରଥମ ସପ୍ତାହରେ ରାଜ୍ୟ ସରକାର ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା କରାଯିବା ସଂପର୍କରେ ସମୀକ୍ଷା କରିବେ ଏବଂ ଛାତ୍ରୀଛାତ୍ରମାନଙ୍କୁ ଉପଯୁକ୍ତ ସମୟ ଦିଆଯାଇ ପରୀକ୍ଷା କରାଯିବା ପାଇଁ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri