୭ ଦିନରେ ଅନ୍‌ଲାଇନରେ ମିଳିବ ସାର୍ଟିଫିକେଟ୍‌

କଟକ,୧୭ା୩ (କାର୍ତ୍ତିକ ସାହୁ)ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏକ ଯୁଗୋପଯୋଗୀ ପଦକ୍ଷେପ ଗ୍ରହଣ କରାଯାଇଛି। ଚଳିତବର୍ଷ ପ୍ରଥମ ଥର ପାଇଁ ମାଟ୍ରିକ୍‌ ପରୀକ୍ଷାଫଳ ପ୍ରକାଶନର ୭ ଦିନ ମଧ୍ୟରେ ପରୀକ୍ଷାର୍ଥୀଙ୍କୁ ମୂଳ ପ୍ରମାଣପତ୍ର ଅନ୍‌ଲାଇନ୍‌ ଜରିଆରେ ଯୋଗାଇ ଦିଆଯିବ। ଏହାବାଦ୍‌ ସମସ୍ତ ସାର୍ଟିଫିକେଟର ପ୍ରିଣ୍ଟେଡ୍‌ କପି ପୂର୍ବବର୍ଷ ଭଳି ହାଇସ୍କୁଲର ମୁଖ୍ୟମାନଙ୍କ ଜରିଆରେ ଫଳ ପ୍ରକାଶନର ୧ ମାସ ମଧ୍ୟରେ ପ୍ରଦାନ କରାଯିବ ବୋଲି ଶନିବାର କଟକସ୍ଥିତ ବୋର୍ଡ ମୁଖ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ଓ ଉପସଭାପତି ଡ. ନୀହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି।
ମାଟ୍ରିକ୍‌, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷାର ସବ୍‌ଜେକ୍ଟିଭ ଖାତା ମୂଲ୍ୟାୟନ କାର୍ଯ୍ୟ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ବୋର୍ଡ ଦ୍ୱାରା ନିୟୋଜିତ ୧୫ ହଜାରରୁ ଊର୍ଦ୍ଧ୍ୱ ପରୀକ୍ଷକ ରାଜ୍ୟର ମୋଟ ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖୁଛନ୍ତି। ମୂଲ୍ୟାୟନ କେନ୍ଦ୍ରରୁ ପରୀକ୍ଷାର୍ଥୀମାନଙ୍କର ପ୍ରତ୍ୟେକ ବିଷୟରେ ମିଳୁଥିବା ମାର୍କ ସିଧାସଳଖ ପ୍ରୋସେସିଂ ସର୍ଭରରେ ଅନ୍‌ଲାଇନ୍‌ ଯୋଗେ ଅପଲୋଡ୍‌ କରାଯାଉଛି। ବୋର୍ଡ ମୁଖ୍ୟାଳୟରୁ ୧୦ ଜଣ ଅନ୍‌ଲାଇନ୍‌ ସୁପରଭାଇଜର ସମ୍ପୂର୍ଣ୍ଣ ମୂଲ୍ୟାୟନ କାର୍ଯ୍ୟ ତଦାରଖ କରୁଛନ୍ତି। ସମସ୍ତ ମୂଲ୍ୟାୟନ କେନ୍ଦ୍ରକୁ ୨୪ ଘଣ୍ଟିଆ ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି। ଖାତାଦେଖା ଶେଷ ହୋଇ ଉତ୍ତରଖାତା ଅଣାଯିବା ପର୍ଯ୍ୟନ୍ତ ଏହି ସୁରକ୍ଷା ବ୍ୟବସ୍ଥା ବଳବତ୍ତର ରହିବ। ମୂଲ୍ୟାୟନ କାର୍ଯ୍ୟ ଆରମ୍ଭର ୧୫ ଦିନ ମଧ୍ୟରେ ଖାତାଦେଖା ଶେଷ ହେବ।
ସୂଚନାଯୋଗ୍ୟ, ଚଳିତବର୍ଷ ଫେବୃଆରୀ ୨୦ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍‌ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ୫ ଲକ୍ଷ ୫୧ ହଜାର ୬୧୧ ଜଣ ମାଟ୍ରିକ, ୭,୮୩୧ ଜଣ ମୁକ୍ତ ବିଦ୍ୟାଳୟ ଓ ୩,୦୩୭ ଜଣ ଛାତ୍ରୀଛାତ୍ର ମଧ୍ୟମା ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିଲେ। ରାଜ୍ୟରେ ମୋଟ ୩,୦୪୭ ପରୀକ୍ଷା କେନ୍ଦ୍ର ଓ ପ୍ରଶ୍ନପତ୍ର ଗଚ୍ଛିତ ପାଇଁ ୩୧୩ ନୋଡାଲ ସେଣ୍ଟର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଦଳରେ ଯୋଗଦେବେ ହାର୍ଦ୍ଦିକ ପାଣ୍ଡ୍ୟା? କେତେ ମୂଲ୍ୟରେ…ଅଶ୍ୱିନ୍ କଲେ ବଡ଼ ଖୁଲାସା

ଚେନ୍ନାଇ,୭।୮: ଆଇପିଏଲ୍ ୨୦୨୬ ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ଅନ୍ୟ କୌଣସି ଦଳରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଜାରି ରହିଛି। କିଛି ଲୋକଙ୍କ ମତରେ…

ସରପଞ୍ଚଙ୍କ ଆମରଣ ଅନଶନ ଚେତାବନୀ ପରେ ଆତ୍ମାହୁତି ଚେତାବନୀ, ପ୍ରଶାସନର ତତ୍ପରତା

ହାଟଡିହୀ/ଛେନାପଦୀ, ୭।୮ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ସରପଞ୍ଚଙ୍କ ଆମରଣ ଅନଶନ ପରେ ଆତ୍ମାହୁତି ଚେତାବନୀକୁ ନେଇ ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି। ଏହି ଘଟଣା ଏବେ…

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

ପ୍ରଦୀପଙ୍କୁ ସ୍ବାବଲମ୍ବୀ କରିଛି ଡ୍ରାଗନ ଫ୍ରୁଟ ଚାଷ

ଜି.ଉଦୟଗିରି,୭ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରି ବଜାର ଫୁଟପାଥରେ ଡ୍ରାଗନ ଫ୍ରୁଟ ବିକ୍ରି ହେଉଛି। ଏହାର କିଲୋ ୨୦୦ ଟଙ୍କା ରହିଥିଲେ ମଧ୍ୟ ଗ୍ରାହକଙ୍କ…

ପୂର୍ବତନ ବିଧାୟକ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ ଙ୍କ ଶ୍ରାଦ୍ଧ ଦିବସ: ଗଣ୍ୟମାନ୍ୟ ବ୍ୟକ୍ତିଙ୍କ ଶ୍ରଦ୍ଧାଞ୍ଜଳି         

ଦିଗପହଣ୍ଡି,୭|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମରେ ସ୍ଵାଧୀନତା ସଂଗ୍ରାମୀ ବିଶିଷ୍ଟ କମ୍ୟୁନିଷ୍ଟ ନେତା ପୂର୍ବତନ ବିଧାୟକ ସ୍ବର୍ଗତ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ…

କେସିଙ୍ଗାର ଯୁବ ପ୍ରତିଭା, ସାମାଜିକ କର୍ମୀ ରମେଶ କୁମାର ଜେନାଙ୍କ ଅକାଳ ବିୟୋଗ: ଝୁରୁଛି ଗାଁ ମାଟି

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୧୧ ନମ୍ବର ୱାର୍ଡର ଅନନ୍ତ ରାମ ଜେନାଙ୍କ ପୁତ୍ର ତଥା ସଜନୀ ଜେନାଙ୍କ ସୁପୁତ୍ର ରମେଶ…

ରାକ୍ଷୀପୂର୍ଣ୍ଣିମାରେ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୭।୮ ରାକ୍ଷୀପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳାମାନଙ୍କୁ ‘ସୁଭଦ୍ରା’ ଯୋଜନାର ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଜୁଲାଇ ୨୫…

କଷ୍ଟ ସହି ନ ପାରି କରିଥିଲେ ଆତ୍ମହତ୍ୟା: ୪ ବର୍ଷ ପରେ ଦୁଇ ଅଭିଯୁକ୍ତ ଗିରଫ

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନା କେସ୍ ନଂ-୪୩, ତାରିଖ ୧୫.୦୩.୨୦୨୨ରେ ରୁଜୁ ହୋଇଥିବା ୪ ବର୍ଷ ପୁରୁଣା ଏକ ଚର୍ଚ୍ଚିତ ମାମଲାରେ ଘସିପୁରା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri