ଓଡ଼ିଆ ଓ ଇଂରାଜୀରେ ମିଳିବ ମାଟ୍ରିକ ସାର୍ଟିଫିକେଟ୍‌, ଏହି ଦିନ ବାହାରିବ ରେଜଲ୍ଟ

କଟକ,୨୯ା୪(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶ ପାଇଁ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ତେବେ ଗଣଶିକ୍ଷା ବିଭାଗର ମନ୍ତ୍ରୀ ଓ ସଚିବଙ୍କ ଅନୁମତିକୁ ଅପେକ୍ଷା କରାଯାଇଛି। ବିଭାଗ ପକ୍ଷରୁ ସବୁଜ ସଙ୍କେତ ମିଳିଲେ ପରୀକ୍ଷାଫଳ ପ୍ରକାଶ ତାରିଖ ଘୋଷଣା କରାଯିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି ।
ମେ ମାସ ୧ ତାରିଖ ଓ ୩ ତାରିଖ ଛୁଟି ହେତୁ ପ୍ରଥମ ସପ୍ତାହର ଦ୍ୱିତୀୟାର୍ଦ୍ଧରେ ପରୀକ୍ଷାଫଳ ପ୍ରକାଶ ପାଇପାରେ ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ତେବେ ପୂର୍ବ ବର୍ଷ ଭଳି ଏକସଙ୍ଗେ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶ ପାଇବ। ବୋର୍ଡର ୱେବ ସାଇଟ www.bseodisha.ac.inରେ ପରୀକ୍ଷାର୍ଥୀମାନେ ସେମାନଙ୍କ ରୋଲ ନମ୍ବର ଜରିଆରେ ପରୀକ୍ଷାଫଳ ଦେଖିପାରିବେ । ଚଳିତ ଥର ରାଜ୍ୟର ମୋଟ ୩,୦୮୨ଟି ପରୀକ୍ଷା କେନ୍ଦ୍ରରେ ପ୍ରାୟ ୫ ଲକ୍ଷ ୬୧ ହଜାର ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେଇଛନ୍ତି ।
ଅପରପକ୍ଷରେ, ରାଜ୍ୟ ସରକାର ପରୀକ୍ଷାର୍ଥୀମାନଙ୍କୁ ଓଡ଼ିଆରେ  ମାଟ୍ରିକ ସାର୍ଟିଫିକେଟ ପ୍ରଦାନ କରିବେ ବୋଲି ଘୋଷଣା କରିବା ପରେ ବୋର୍ଡ ପକ୍ଷରୁ କାର୍ଯ୍ୟାନ୍ବୟନ ଆରମ୍ଭ ହୋଇଥିଲା। ବୋର୍ଡର ପରୀକ୍ଷା ପରିଚାଳନା କମିଟି ବୈଠକରେ ଏନେଇ ଆଲୋଚନା କରାଯାଇଥିଲା। ମାଟ୍ରିକ ସାର୍ଟିଫିକେଟରେ କେବଳ ଓଡ଼ିଆ ଲେଖା ରହିଲେ ଛାତ୍ରୀଛାତ୍ରମାନେ ଭବିଷ୍ୟତରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଅସୁବିଧାର ସମ୍ମୁଖୀନ ହେବେ। ତେଣୁ ଉକ୍ତ ଦିଗକୁ ବିଚାର କରି ସାର୍ଟିଫିକେଟ୍‌ରେ ଉଭୟ ଓଡ଼ିଆ ଓ ଇଂରାଜୀ ଭାଷା ରଖିବା ନିମନ୍ତେ ସ୍ଥିର ହୋଇଥିବା ଜଣାଯାଇଛି। ଫଳରେ ଚଳିତ ଥର ପ୍ରଥମ ଥର ପାଇଁ ଏଭଳି ସାର୍ଟିଫିକେଟ ପରୀକ୍ଷାର୍ଥୀମାନଙ୍କୁ ମିଳିବ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?