ଏପ୍ରିଲ ୩ରୁ ମାଟ୍ରିକ ଖାତାଦେଖା

କଟକ ଅଫିସ,୨୦ା୩: ସୋମବାର ଶେଷ ହୋଇଛି ମାଟ୍ରିକ ପରୀକ୍ଷା। ଶେଷଦିନରେ ଛାତ୍ରୀଛାତ୍ରୀ ଗଣିତ ପରୀକ୍ଷା ଦେଇଥିଲେ। ଶାନ୍ତିଶୃଙ୍ଖଳାର ସହ ପରୀକ୍ଷା ସରିଥିବା ବୋର୍ଡ ସଭାପତି ରାମାଶିଷ ହାଜରା କହିଛନ୍ତି। ତେବେ ଆସନ୍ତା ୩ରୁ ମାଟ୍ରିକ ଖାତା ଦେଖାହେବ ବୋଲି ବୋର୍ଡ ସଭାପତି ସୂଚନା ଦେଇଛନ୍ତି। ମୋଟ୍‌ ୫୬ଟି କେନ୍ଦ୍ରରେ ଖାତା ଦେଖା ହେବ।

ସୂଚନାଯୋଗ୍ୟ, ମାର୍ଚ୍ଚ ୧୦ରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ଚଳିତବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫର୍ମ ପିଲିଫ କରିଥିଲେ। ମୋଟ ୩ ହଜାର ୨୧୮ ପରୀକ୍ଷା କେନ୍ଦ୍ର ହୋଇଥିଲା ବେଳେ ୩୧୬ଟି ନୋଡାଲ ସେଣ୍ଟର ବୋର୍ଡ ପକ୍ଷରୁ କରାଯାଇଥିଲା। ମାଓବାଦୀ ପ୍ରଭାବିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଥିଲା। ପରୀକ୍ଷାରେ କପି ରୋକିବାକୁ ବୋର୍ଡ ପକ୍ଷରୁ ସବୁ ପ୍ରକାର ପଦକ୍ଷେପ ନିଆଯାଇଥିଲା।