ବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା

କଟକ ଅଫିସ,୨୫ା୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଢାଞ୍ଚା ପୁଣି ପରିବର୍ତ୍ତନ କରାଯାଇଛି। ଚଳିତ ଶିକ୍ଷାବର୍ଷଠାରୁ ଦୁଇଟି ସମ୍ମେଟିଭ ପରୀକ୍ଷା ବଦଳରେ ବର୍ଷକୁ ଗୋଟିଏ ବୋର୍ଡ ପରୀକ୍ଷା ହେବ। ଅର୍ଥାତ୍‌ ମାଟ୍ରିକ ପରୀକ୍ଷାର୍ଥୀ ଗୋଟିଏ ଥରରେ ୬୦୦ ମାର୍କର ପରୀକ୍ଷା ଦେବେ। ଏହା ମାଧ୍ୟମା ପାଇଁ ମଧ୍ୟ ଲାଗୁହେବ। ଦଶମ ଶ୍ରେଣୀରେ ପିଲାମାନଙ୍କୁ ସମ୍ମେଟିଭ ଆସେସ୍‌ମେଣ୍ଟ-୧ ଏବଂ ସମ୍ମେଟିଭ ଆସେସ୍‌ମେଣ୍ଟ-୨ ପରୀକ୍ଷା ଦେବାକୁ ପଡିବନି। ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି କହିଛନ୍ତି, ଇଣ୍ଟରନାଲ ଆସେସ୍‌ମେଣ୍ଟରେ କୌଣସି ପରିବର୍ତ୍ତନ ହେବ ନାହିଁ। ଏଥିରେ ୪ଟି ଫର୍ମେଟିଭ ଆସେସ୍‌ମେଣ୍ଟ ରହିବ। ଏହାର ମାର୍କିଂ ୪ଟି କ୍ୱାର୍ଟରରେ କରାଯିବ। ଏହାର ଫଳାଫଳର ୨୦ ପ୍ରତିଶତ ମାର୍କ ବାର୍ଷିକ ପରୀକ୍ଷାରେ ଯୋଡ଼ାହେବ। ଏଥିସହିତ ଆସ୍ପେରେସନାଲ କମ୍ପୋନେଟକୁ ମିଶାଇ ପିଲାଙ୍କୁ ମାର୍କ ଦିଆଯିବ। ଏହି ମାର୍କ ସମୁଦାୟ ୬୦୦ ମାର୍କରେ ସାମିଲ ହେବ ବୋଲି ସେ କହିଛନ୍ତି। ସେହିପରି ସମାନ ଢଙ୍ଗରେ ନବମ ଶ୍ରେଣୀ ପରୀକ୍ଷାରେ ମଧ୍ୟ ପରିବର୍ତ୍ତନ କରାଯାଇଛି। ନବମ ଶ୍ରେଣୀର କୌଣସି ପରୀକ୍ଷା ବୋର୍ଡ ପକ୍ଷରୁ କରାଯିବ ନାହିଁ ବୋଲି ବୁଧବାର କଟକସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅନୁମୋଦନକ୍ରମେ ନବମ ଓ ଦଶମ ଶ୍ରେଣୀ ପରୀକ୍ଷା ପଦ୍ଧତିରେ ପରିବର୍ତ୍ତନ ଆଣିଛୁ। ଅଭ୍ୟାସ ପାଇଁ ପୂର୍ବରୁ ଯେଉଁଭଳି ଛାତ୍ରୀଛାତ୍ରମାନେ ଷଡ଼ମାସିକ ପରୀକ୍ଷା ଦେଉଥିଲେ, ସେହି ପ୍ରକ୍ରିୟା ଜାରି ରହିବ। ସେହିପରି ନବମ ଶ୍ରେଣୀରେ ଆଉ ସମ୍ମେଟିଭ୍‌ ପରୀକ୍ଷା ହେବନାହିଁ। କେବଳ ବାର୍ଷିକ ପରୀକ୍ଷା ହେବ। ସେଥିପାଇଁ ବୋର୍ଡ ପ୍ରଶ୍ନପତ୍ର ଯୋଗାଇଦେବ। ପ୍ରଶ୍ନପତ୍ରଗୁଡିକ ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କ ନିକଟକୁ ପଠାଯିବ। ତା’ପରେ ସେଠାରୁ ସ୍କୁଲକୁ ପ୍ରଶ୍ନପତ୍ର ଯିବ। ସ୍କୁଲ ପରୀକ୍ଷା ପରିଚାଳନା କରିବ ଓ ଖାତା ମୂଲ୍ୟାୟନ କରି ପରୀକ୍ଷାଫଳ ପ୍ରକାଶ କରିବ ବୋଲି ବୋର୍ଡ ସଭାପତି କହିଛନ୍ତି।
ବାରମ୍ବାର ପରୀକ୍ଷା ଢାଞ୍ଚା ପରିବର୍ତ୍ତନକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଉଛି। ଏନେଇ ବୋର୍ଡ ଉପସଭାପତି ମହାନ୍ତି କହିଛନ୍ତି ଯେ, କୋଭିଡ୍‌ ସମୟରେ ଗୋଟିଏ ବର୍ଷ ମାଟ୍ରିକ୍‌ ପରୀକ୍ଷା ହୋଇପାରି ନ ଥିଲା। ତେଣୁ ବୋର୍ଡ ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଦୁଇଟି ସମ୍ମେଟିଭ ଆସେସ୍‌ମେଣ୍ଟ କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏହା ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କ ଉପରେ ଚାପ ସୃଷ୍ଟି କରିଥିଲା। ବର୍ତ୍ତମାନ କୋଭିଡ୍‌ ପ୍ରକୋପ ନ ଥିବାରୁ ପୂର୍ବଭଳି ଗୋଟିଏ ଥର ବାର୍ଷିକ ପରୀକ୍ଷା କରାଯିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ଘୋଷଣା, ଏପ୍ରିଲ ୧ରୁ ପେଟ୍ରୋଲ ରପ୍ତାନୀ ବନ୍ଦ; ଭାରତକୁ ଝଟ୍‌କା!

ମସ୍କୋ,୨୮।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ବିବାଦ ମଧ୍ୟରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବଂ ବିଶ୍ୱ ଅନିଶ୍ଚିତତା ଭିତରେ ରୁଷିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଯୁଦ୍ଧରୁ ବାହାରିବାକୁ ଛଟପଟ ହେଲାଣି ଆମେରିକା! ଜେଡି ଭାନ୍ସ ଏବଂ ନେତାନ୍ୟାହୁଙ୍କ ମଧ୍ୟରେ ବିବାଦ ଆରମ୍ଭ; ଟ୍ରମ୍ପଙ୍କୁ ଫସାଇଲା ଇସ୍ରାଏଲ

ଓ୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହେବାର ରିପୋର୍ଟ ସାମ୍ନାକୁ ଆସିବା ଆରମ୍ଭ ହୋଇଛି। ଏକ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ

ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ…

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…

ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ…

ହର୍ମୁଜର ନାଁ ବଦଳେଇଦେଲେ ଟ୍ରମ୍ପ! କଲେ ବଡ଼ ଘୋଷଣା; ବିଶ୍ୱରେ ପଡିଲା ଚହଳ

ଓ଼୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଏକ ବିବାଦ ଦେଖାଦେଇଛି। ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି ଯେ ଇରାନକୁ ହର୍ମୁଜ ପ୍ରଣାଳୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri