ଆଜିଠୁ ମାଟ୍ରିକ୍‌ ଖାତାଦେଖା: ସି-ସେଟ୍‌ ବିଜ୍ଞାନରେ ମିଳିବ ଗ୍ରେସ୍‌ ମାର୍କ

କଟକ,୧୯ା୩(କାର୍ତ୍ତିକ ସାହୁ):ଚଳିତବର୍ଷର ମାଟ୍ରିକ୍‌ ପରୀକ୍ଷା ଖାତାଦେଖା ୧୯ ତାରିଖ ବୁଧବାରଠାରୁ ଆରମ୍ଭ ହେଉଛି। ରାଜ୍ୟର ମୋଟ ୫୧ଟି ମୂଲ୍ୟାୟନ କେନ୍ଦ୍ରରେ ଖାତାଦେଖା ହେବ। ସେହିପରି ଏକସଙ୍ଗେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଖାତା ମଧ୍ୟ ଦେଖାଯିବ। ଏଥିପାଇଁ ମୋଟ ୧୧,୮୦୦ ଜଣ ପରୀକ୍ଷକଙ୍କୁ ନିୟୋଜିତ କରାଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ସମସ୍ତ ମୂଲ୍ୟାୟନ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଖାତାଦେଖା କାର୍ଯ୍ୟ ଚାଲିବ। ଏହି କାର୍ଯ୍ୟରେ ନିୟୋଜିତ ପରୀକ୍ଷକ ଓ କର୍ମଚାରୀମାନେ
ଖାତାଦେଖା ସମୟରେ କେନ୍ଦ୍ରର କ୍ୟାମ୍ପସ୍‌ ବାହାରକୁ ଯାଇପାରିବେ ନାହିଁ। ଏଥିସହ ମୋବାଇଲ ପ୍ରବେଶ ମନା କରାଯାଇଛି। କୌଣସି ମୂଲ୍ୟାୟନ କେନ୍ଦ୍ରରେ ନିୟମ ଉଲ୍ଲଂଘନ ହେଉଥିବା ଜଣାପଡିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।
ସୂଚନାନୁସାରେ, ଖାତାଦେଖା ଲାଗି ପରୀକ୍ଷକମାନେ ମଙ୍ଗଳବାର ସୁଦ୍ଧା ମୂଲ୍ୟାୟନ କେନ୍ଦ୍ରରେ ପହଞ୍ଚି ସାରିଛନ୍ତି। ବିଭିନ୍ନ ଜିଲାରେ ଜିଲା ଶିକ୍ଷାଧିକାରୀ ମୂଲ୍ୟାୟନ ବ୍ୟବସ୍ଥାକୁ ପ୍ରତ୍ୟକ୍ଷ ଭାବେ ତଦାରଖ କରିଛନ୍ତି। ଖାତାଦେଖା ପ୍ରକ୍ରିୟାକୁ ସହଜ କରିବା ପାଇଁ କେତେକ ୟୁନିଟ୍‌ ଗଠନ କରାଯାଇଛି। ପ୍ରତି ୟୁନିଟ୍‌ରେ ଜଣେ ମୁଖ୍ୟ ପରୀକ୍ଷକ, ଦୁଇଜଣ ଉପପରୀକ୍ଷକ, ଦୁଇ ଜଣ ସ୍କ୍ରୁଟିନାଇଜର, ତଦାରଖ ନିମନ୍ତେ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ସୁପରଭାଇଜର ଭାବେ ନିୟୋଜିତ କରାଯାଇଛି। ବୋର୍ଡ ପକ୍ଷରୁ ଜଣେ କ୍ୟାମ୍ପ ଅଫିସର ମଧ୍ୟ ଦାୟିତ୍ୱରେ ରହିଛନ୍ତି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମୂଲ୍ୟାୟନକାରୀ ଓ କର୍ମଚାରୀଙ୍କ ନିମନ୍ତେ ସମସ୍ତ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ କେନ୍ଦ୍ର ନିମନ୍ତେ ୧୦ରୁ ଅଧିକ ପରୀକ୍ଷକ ସଂରକ୍ଷଣ ଭାବେ ରଖାଯାଇଛି। ଆବଶ୍ୟକସ୍ଥଳେ ଏହା ବୃଦ୍ଧି କରାଯାଇପାରିବ। ପରୀକ୍ଷକମାନେ ପ୍ରତ୍ୟେକ ସବ୍‌ଜେକ୍‌ଟିଭ୍‌ ପ୍ରଶ୍ନର ନିର୍ଦ୍ଦିଷ୍ଟ ଏକ ଉତ୍ତର ହିସାବରେ ମୂଲ୍ୟାୟନ କରିବେ। ପ୍ରତିଦିନ ମୂଲ୍ୟାୟନ ପରେ ନମ୍ବର ଅନ୍‌ଲାଇନ୍‌ରେ ଅପ୍‌ଲୋଡ୍‌ କରାଯିବ। ଏଥିଲାଗି ବୋର୍ଡ ପକ୍ଷରୁ ୩୦୦ରୁ ଊଦ୍ଧର୍‌ବ ଡାଟାଏଣ୍ଟ୍ରି ଅପରେଟରଙ୍କୁ ନିୟୋଜିତ କରାଯାଇଛି। ନମ୍ବର ଏଣ୍ଟ୍ରି ସମୟରେ ଯେପରି ତ୍ରୁଟି ନ ରୁହେ, ସେଥିପ୍ରତି ଯନତ୍ବାନ୍‌ ରହିବାକୁ ସେମାନଙ୍କୁ ପରାମର୍ଶ ଦିଆଯାଇଛି। ପ୍ରାୟ ୧୨ରୁ ୧୫ ଦିନ ମଧ୍ୟରେ ମୂଲ୍ୟାୟନ ପ୍ରକ୍ରିୟା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବୋର୍ଡ ପକ୍ଷରୁ କୁହାଯାଇଛି। ମୋଟ ୫୧ଟି ମୂଲ୍ୟାୟନ କେନ୍ଦ୍ର ମଧ୍ୟରୁ ମାଟ୍ରିକ ପରୀକ୍ଷା ଖାତାଦେଖା ପାଇଁଁ ୪୭ଟି କେନ୍ଦ୍ର କରାଯାଇଛି। ସେହିପରି ୨ଟି କେନ୍ଦ୍ରରେ ରାଜ୍ୟ ମୁକ୍ତ ବିଦ୍ୟାଳୟ ଓ ୨ଟି କେନ୍ଦ୍ରରେ ମଧ୍ୟମା ପରୀକ୍ଷା ଖାତା ମୂଲ୍ୟାୟନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?