ମେ’ ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୯ା୪(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ୍‌ ପରୀକ୍ଷା ଖାତାଦେଖା କାର୍ଯ୍ୟ ଶେଷ ହେବାକୁ ଆଉ ୨ ଦିନ ସମୟ ଲାଗିବ। ପରେ ସମସ୍ତ ପ୍ରକ୍ରିୟା ଶେଷ କରାଯାଇ ଆସନ୍ତା ମେ’ ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍‌ ପରୀକ୍ଷାଫଳ ପ୍ରକାଶ ପାଇବ। ଏକସଙ୍ଗେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ମଧ୍ୟ ପ୍ରକାଶିତ ହେବ ବୋଲି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ମଙ୍ଗଳବାର ସୂଚନା ଦେଇଛନ୍ତି। ସେହିପରି ବିଜ୍ଞାନ ବିଷୟରେ ୪ ମାର୍କ ପ୍ରଶ୍ନ କମ୍‌ ଥିବା ପରୀକ୍ଷାର୍ଥୀଙ୍କୁ ଗ୍ରେସ୍‌ ମାର୍କ ଦିଆଯିବା ସମ୍ପର୍କରେ ଖୁବ୍‌ଶୀଘ୍ର ବୋର୍ଡର ପରୀକ୍ଷା ପରିଚାଳନା ବୈଠକରେ ନିଷ୍ପତ୍ତି ନିଆଯିବ ବୋଲି ତରାଇ କହିଛନ୍ତି।
ପ୍ରକାଶ ଯେ, ଗତ ମାର୍ଚ୍ଚ ୧୯ ତାରିଖରୁ ମାଟ୍ରିକ୍‌ ଖାତା ଦେଖା ଆରମ୍ଭ ହୋଇଛି। ରାଜ୍ୟର ୫୧ଟି ମୂଲ୍ୟାୟନ କେନ୍ଦ୍ରରେ ଖାତାଦେଖା ହୋଇଛି। ମୋଟ୍‌ ୧୧,୮୦୦ ଜଣ ପରୀକ୍ଷକ ଖାତାଦେଖା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। କଡ଼ା ସୁରକ୍ଷା ବ୍ୟବସ୍ଥାରେ ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଖାତା ଦେଖାଯାଉଛି। ମାଟ୍ରିକ୍‌ ପରୀକ୍ଷା ଖାତାଦେଖା ପାଇଁ ୪୭ଟି ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ୨ଟି କେନ୍ଦ୍ରରେ ରାଜ୍ୟ ମୁକ୍ତ ବିଦ୍ୟାଳୟ ଓ ୨ଟି କେନ୍ଦ୍ରରେ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ ହେଉଛି। ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଖାତା ଦେଖା ହେଉଛି। ବିଭିନ୍ନ ଜିଲାରେ ଜିଲା ଶିକ୍ଷାଧିକାରୀ ମୂଲ୍ୟାୟନ ବ୍ୟବସ୍ଥାକୁ ପ୍ରତ୍ୟକ୍ଷ ଭାବେ ତଦାରଖ କରୁଛନ୍ତି। ଖାତାଦେଖା ପ୍ରକ୍ରିୟାକୁ ସହଜ କରିବା ପାଇଁ କେତେକ ୟୁନିଟ୍‌ ଗଠନ କରାଯାଇଛି। ପ୍ରତି ୟୁନିଟ୍‌ରେ ଜଣେ ମୁଖ୍ୟ ପରୀକ୍ଷକ, ଦୁଇଜଣ ଉପ ପରୀକ୍ଷକ, ଦୁଇ ସ୍କ୍ରୁଟିନାଇଜର, ତଦାରଖ ନିମନ୍ତେ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ସୁପରଭାଇଜର ଭାବେ ନିୟୋଜିତ କରାଯାଇଛି। ବୋର୍ଡ ପକ୍ଷରୁ ଜଣେ କ୍ୟାମ୍ପ ଅଫିସର ମଧ୍ୟ ଦାୟିତ୍ୱରେ ରହିଛନ୍ତି। ପ୍ରତିଦିନ ମୂଲ୍ୟାୟନ ପରେ ନମ୍ବର ଅନ୍‌ଲାଇନ୍‌ରେ ଅପ୍‌ଲୋଡ୍‌ କରାଯାଉଛି। ଏଥିପାଇଁ ବୋର୍ଡ ପକ୍ଷରୁ ୩୦୦ରୁ ଊଦ୍ଧର୍‌ବ ଡାଟାଏଣ୍ଟ୍ରି ଅପରେଟରଙ୍କୁ ନିୟୋଜିତ କରାଯାଇଛି। ନମ୍ବର ଏଣ୍ଟ୍ରି ସମୟରେ ଯେପରି ତ୍ରୁଟି ନ ରୁହେ ଏଥିପ୍ରତି ଯନତ୍ବାନ ରହିବାକୁ ସେମାନଙ୍କୁ ପରାମର୍ଶ ଦିଆଯାଇଛି।
ଉଲ୍ଲେଖଯୋଗ୍ୟ, ଚଳିତବର୍ଷ ମାଟ୍ରିକ୍‌ ପରୀକ୍ଷା ପାଇଁ ୫,୧୦,୭୭୮ ଜଣ ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିଲେ। ରାଜ୍ୟର ମୋଟ୍‌ ୨,୯୭୯ କେନ୍ଦ୍ରରେ ପରୀକ୍ଷା ହୋଇଛି। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ପାଇଁ ୭,୭୬୬ ଜଣ ଫର୍ମ ପୂରଣ କରିଥିବାବେଳେ ୧୦୨ଟି କେନ୍ଦ୍ରରେ ପରୀକ୍ଷା ହୋଇଛି। ଏଥିସହ ମଧ୍ୟମା ପରୀକ୍ଷା ପାଇଁ ୩,୭୯୨ ଜଣ ଫର୍ମ ପୂରଣ କରିଥିବାବେଳେ ୫୨ଟି କେନ୍ଦ୍ରରେ ପରୀକ୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri