ଆସନ୍ତା ସପ୍ତାହରେ ମାଟ୍ରିକ୍‌ ପରୀକ୍ଷାଫଳ: ଆଜି ତାରିଖ ଘୋଷଣା

ଭୁବନେଶ୍ୱର,୪ା୭(ବ୍ୟୁରୋ): ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷାଫଳ ପ୍ରକାଶ ନେଇ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ତାରିଖ ଘୋଷଣା କରିବେ। ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ) ଜୁନ୍‌ ଶେଷ ସୁଦ୍ଧା ପରୀକ୍ଷାଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖିଥିଲା। କିନ୍ତୁ ଏ ପର୍ଯ୍ୟନ୍ତ ପରୀକ୍ଷାଫଳ ପ୍ରକାଶ ପାଇପାରିନାହିଁ। ଏ ସମ୍ପର୍କରେ ମନ୍ତ୍ରୀ ଦାଶ କହିଛନ୍ତି, ବୋର୍ଡ ଆସନ୍ତା ସପ୍ତାହରେ ପରୀକ୍ଷାଫଳ ଘୋଷଣା କରିବ। କେବେ ପରୀକ୍ଷାଫଳ ପ୍ରକାଶ ପାଇବ ସେ ନେଇ ସୋମବାର ତାରିଖ ଘୋଷଣା କରାଯିବ। ପରୀକ୍ଷାଫଳ ପ୍ରକାଶନ ପରେ ଛାତ୍ରୀଛାତ୍ରମାନେ ବୋର୍ଡ ଓ୍ବେବ୍‌ସାଇଟ bseodisha.ac.in ଏବଂ orissaresults.nic.inରେ ନିଜ ପରୀକ୍ଷାଫଳ ଦେଖିପାରିବେ। ସୂଚନାଯୋଗ୍ୟ, ଗତ ଦୁଇବର୍ଷ ହେବ କରୋନା ପାଇଁ ମାଟ୍ରିକ୍‌ ପରୀକ୍ଷା ହୋଇ ନ ଥିଲା। ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ କରାଯାଇ ଫଳ ପ୍ରକାଶ କରାଯାଇଥିଲା। କିନ୍ତୁ ଏଥର କରୋନା ସଂକ୍ରମଣ କମିଯାଇଥିବାରୁ ଅଫ୍‌ଲାଇନ ପରୀକ୍ଷା କରିବା ଲାଗି ସରକାର ନିଷ୍ପତ୍ତି ନେଇଥିଲେ। ଗତ ଏପ୍ରିଲ ୨୯ରୁ ମେ’ ୧୦ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍‌ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ମେ’ ୨୧ରୁ ପରୀକ୍ଷା ଖାତା ମୂଲ୍ୟାୟନ ଆରମ୍ଭ ହୋଇଥିଲା। ଚଳିତବର୍ଷ ପ୍ରାୟ ୫ଲକ୍ଷ ଛାତ୍ରୀଛାତ୍ର ମାଟ୍ରିକ୍‌ ପରୀକ୍ଷା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri