ମାଟ୍ରିକ ପରୀକ୍ଷା: ବିଜ୍ଞାନ ପରୀକ୍ଷା ପ୍ରଶ୍ନ ପେପରରେ ନଥିଲା ୩ ନମ୍ବର ପ୍ରଶ୍ନ: ପରେ..,

ବ୍ରହ୍ମପୁର,୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଗତ ୨୧ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। ଶନିବାର ବିଜ୍ଞାନ ପରୀକ୍ଷା ଥିଲା ବେଳେ ଛାତ୍ରୀଛାତ୍ର ପରୀକ୍ଷା କେନ୍ଦ୍ରକୁ ଯାଇଥିଲେ। ବିଜ୍ଞାନ ପ୍ରଶ୍ନ ପେପର ସି ସେଟର ତିନି ନମ୍ବର ପ୍ରଶ୍ନ ଟି ସେଥିରେ ଲେଖା ହୋଇ ନ ଥିଲା। କେବଳ ଖାଲି ରହିଥିଲା। ୪ମାର୍କ କମ ରହିଥିବା ବେଳେ ଛାତ୍ରୀଛାତ୍ର ମାନେ ପରୀକ୍ଷାକେନ୍ଦ୍ର ଦାୟିତ୍ୱରେ ଥିବା ଅଧିକାରୀଙ୍କ ଏ ନେଇ ଦୃଷ୍ଟି ଆକର୍ଷଣ କରିଥିଲେ। ଉକ୍ତ ପ୍ରଶ୍ନ ପେପେରରେ ଏକ ଗୁରୁତର ତ୍ରୁଟି ଦେଖିବାକୁ ମିଳିଛି। ଯାହାଫଳରେ ଛାତ୍ରୀଛାତ୍ର ମାନେ ସନ୍ଧେହରେ ପଡି ଯାଇଥିଲେ। ଜିଲାର ସମସ୍ତ କେନ୍ଦ୍ରରେ ସମାନ ଘଟଣା ଦେଖିବାକୁ ମିଳିଥିଲା। ଏକ ପରୀକ୍ଷା କେନ୍ଦ୍ରର ଅଧିକ୍ଷକ କହିଛନ୍ତି ଯେ, ପରୀକ୍ଷାର୍ଥୀମାନଙ୍କ ଠାରୁ ଏହା ଜାଣିବା ପରେ ଜୋନାଲ ଅଫିସ, କଣ୍ଟ୍ରୋଲ ରୁମକୁ ଏ ନେଇ ଜଣାଇ ଦିଆଯାଇଥିଲା ବୋଲି ସେ କହିଛନ୍ତି। ଏନେଇ ଅତିରିକ୍ତ ଜିଲା ଶିକ୍ଷାଧିକାରୀ ରାଜେଶ ପ୍ରଧାନ ସୂଚନା ଦେଇଛନ୍ତି ଯେ, ଭୁଲବଶତଃ ଉକ୍ତ ପ୍ରଶ୍ନଟି ପେପେର ରେ ପ୍ରିଣ୍ଟିଂ ଥିଲା। ପରକ୍ଷା ଆରମ୍ଭରୁ ଏହା ଜଣାପଡିଥିଲା। ହେଲେ ଆଉ କିଛି କରିବାର ନଥିଲା। ବୋର୍ଡ଼ କତ୍ତୃପକ୍ଷ ଏନେଇ ନିଷ୍ପତ୍ତି ନେବେ ବୋଲି ସେ କହିଛନ୍ତି। ଛାତ୍ରୀଛାତ୍ର ମାନେ ଶୃଙ୍ଖଳାର ସହ ଶନିବାର ପରୀକ୍ଷା ଦେଇଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବ କିଙ୍ଗ୍ସକକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri