ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫,୧୦,୭୭୮ ପରୀକ୍ଷାର୍ଥୀ

କଟକ,୨୧।୨(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ୍‌ ପରୀକ୍ଷା ଫେବୃଆରୀ ୨୧ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହୋଇ ମାର୍ଚ୍ଚ ୬ରେ ଶେଷ ହେବ। ସେହିପରି ଏକ ସଙ୍ଗେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହେବ। ଏଥିପାଇଁ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପରୀକ୍ଷାର୍ଥୀମାନେ ସକାଳ ସାଢେ ୭ଟାରୁ ସାଢେ ୮ଟା ମଧ୍ୟରେ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିବେ। ସକାଳ ୯ଟାରେ ପରୀକ୍ଷା ଆରମ୍ଭ ହୋଇ ସାଢେ ୧୧ଟାରେ ଶେଷ ହେବ। ପରୀକ୍ଷା ସୁପରିଚାଳନା ପାଇଁ କଟକ ବଜ୍ରକବାଟି ରୋଡ୍‌ସ୍ଥିତ ବୋର୍ଡ ମୁଖ୍ୟାଳୟରେ ନିୟନ୍ତ୍ରଣ କକ୍ଷ ଖୋଲାଯାଇଛି।

ଏଥିସହ ରାଜ୍ୟର ୬୦୦ ପରୀକ୍ଷା କେନ୍ଦ୍ରରୁ ଲାଇଭ୍‌ ଯୋଗେ ବୋର୍ଡ ମୁଖ୍ୟାଳୟ ସହ ସଂଯୋଗ ରହିବ। ଏହାଦ୍ୱାରା ବୋର୍ଡ କାର୍ଯ୍ୟାଳୟରୁ ସିଧାସଳଖ ସେହି ପରୀକ୍ଷା କେନ୍ଦ୍ରଗୁଡ଼ିକର ପରୀକ୍ଷା ପରିଚାଳନାକୁ ନିୟନ୍ତ୍ରଣ କରାଯାଇପାରିବ। ପରୀକ୍ଷା ସଂକ୍ରାନ୍ତୀୟ ସମସ୍ତ ତଥ୍ୟ ବୋର୍ଡ ମୁଖ୍ୟାଳୟକୁ ସିଧାସଳଖ ପରୀକ୍ଷାକେନ୍ଦ୍ର ଓ ନୋଡାଲ କେନ୍ଦ୍ରଗୁଡ଼ିକରୁ ଆସିବା ନିମନ୍ତେ ଅସ୍ଥାୟୀ ଭାବେ ବ୍ୟବସ୍ଥା କରାଯାଇଛି। ଏଥିସହ ମାର୍ଚ୍ଚ ୧୯ ତାରିଖରୁ ଖାତାଦେଖା ଆରମ୍ଭ ହେବ ବୋଲି ବୋର୍ଡ ମୁଖ୍ୟାଳୟ ପକ୍ଷରୁ ଜଣାପଡିଛି।

ସୂଚନାନୁସାରେ, ରାଜ୍ୟର ମୋଟ୍‌ ୨୯୭୯ କେନ୍ଦ୍ରରେ ୫,୧୦,୭୭୮ ଜଣ ମାଟ୍ରିକ୍‌ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ୧୦୨ଟି କେନ୍ଦ୍ରରେ ୭୭୬୬ ଜଣ ଓ ମଧ୍ୟମା ପରୀକ୍ଷା ୫୨ଟି କେନ୍ଦ୍ରରେ ୩୭୯୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ତେବେ ତିନୋଟିଯାକ ପରୀକ୍ଷାର ପ୍ରଶ୍ନପତ୍ର ସୁରକ୍ଷିତ ଭାବେ ଗଚ୍ଛିତ ରଖିବା ପାଇଁ ୩୦ଟି ଜିଲାରେ ୩୧୪ ନୋଡାଲ କେନ୍ଦ୍ର କରାଯାଇଛି। ସେଥିମଧ୍ୟରେ ପୋଲିସ ଥାନାରେ ୨୧ଟି ନୋଡାଲ କେନ୍ଦ୍ର ଓ ବିଟ୍‌ ହାଉସ୍‌ରେ ଗୋଟିଏ କେନ୍ଦ୍ର କରାଯାଇଛି।

ଚତୁଃସ୍ତରୀୟ ସ୍କ୍ବାଡ୍‌ ବ୍ୟବସ୍ଥା
ଶୃଙ୍ଖଳିତ ପରୀକ୍ଷା ପରିଚାଳନା ତଦାରଖ ପାଇଁ ଚତୁଃସ୍ତରୀୟ ସ୍କ୍ବାଡ୍‌ ବ୍ୟବସ୍ଥା କରାଯାଇଛି। ସମସ୍ତ ଜିଲା ଶିକ୍ଷାଧିକାରୀଙ୍କ ଦ୍ୱାରା ୭୦ଟି ଫ୍ଲାଇଂ ସ୍କ୍ବାଡ୍‌ ଗଠନ କରାଯାଇଛି। ବୋର୍ଡ ମୁଖ୍ୟାଳୟ ପକ୍ଷରୁ ୪୨ଟି ସ୍ବତନ୍ତ୍ର ସ୍କ୍ବାଡ୍‌ ପରୀକ୍ଷା ପରିଚାଳନା ଯାଞ୍ଚ କରିବ। ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅଧିକାରୀଙ୍କୁ ନେଇ ଗଠିତ ସ୍ବତନ୍ତ୍ର ସ୍କ୍ବାଡ୍‌ ଏବଂ ପ୍ରତି ଜିଲାରେ ବିଡିଓ, ତହସିଲଦାର ଓ ଜିଲା ପ୍ରଶାସନର ଅଧିକାରୀଙ୍କୁ ନେଇ ଗଠିତ ସ୍କ୍ବାଡ୍‌ ପରୀକ୍ଷା ପରିଚାଳନା ତଦାରଖ ନିମନ୍ତେ ପ୍ରସ୍ତୁତ ହୋଇରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?