ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୧୦ା୩(ବ୍ୟୁରୋ): ଶୁକ୍ରବାର ସକାଳ ୮ଟାରେ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ଏହି  ପରୀକ୍ଷା ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଚାଲିବ। ଆଜି ପ୍ରଥମ ଦିନରେ ଛାତ୍ରୀଛାତ୍ର ମାତୃଭାଷା ପରୀକ୍ଷା ଦେଉଛନ୍ତି।

ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ମୋଟ ୫ଲକ୍ଷ ୪୧ହଜାର ୨୪୭ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି।  ୩,୨୧୮ଟି କେନ୍ଦ୍ରରେ ଏହି ପରୀକ୍ଷା କରାଯାଉଛି। ସେହିପରି ୩୧୬ଟି ନୋଡାଲ ସେଣ୍ଟର କରାଯାଇଛି। ମାଓବାଦୀ ଅଧ୍ୟୁଷିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଛି। ସେଥିମଧ୍ୟରେ କନ୍ଧମାଳରେ ୭, କୋରାପୁଟରେ ୫, ମାଲକାନଗିରିରେ ୧୦ଟି ଥାନା ରହିଛି।

ପରୀକ୍ଷା ସମୟରେ ଯେପରି ପ୍ରଶ୍ନପତ୍ର ଲିକ୍‌ ନ ହେବ, ସେଥିପ୍ରତି ରାଜ୍ୟ ସରକାର ଓ ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରଶ୍ନପତ୍ର ଭାଇରାଲ ରୋକିବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି। ପରୀକ୍ଷା ସମୟରେ ମୋବାଇଲ ବନ୍ଦ କରି ଗୋଟିଏ ସ୍ଥାନରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଛାତ୍ରୀଛାତ୍ର ଯେପରି ଭଲ ରେଜଲ୍ଟ କରିବେ ସେ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଶୁଭକାମନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri