ମାଟ୍ରିକ୍‌ ପରୀକ୍ଷା ଆରମ୍ଭ: ପ୍ରଥମଥର ପାଇଁ ଏଆଇର ହେବ ଉପଯୋଗ

ଭୁବନେଶ୍ୱର,୨୦।୨: ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ରହିଛି। ପରୀକ୍ଷା କେନ୍ଦ୍ରକୁ ମୋବାଇଲ୍‌ ପ୍ରବେଶ ଉପରେ ରୋକ ଲଗାଯାଇଥିବାବେଳେ ପରିଚାଳନା ବ୍ୟବସ୍ଥାକୁ ପୂର୍ବାପେକ୍ଷା ଅଧିକ କଡ଼ାକଡ଼ି କରାଯାଇଛି। ସକାଳ ୭ଟା ୩୦ ମିନିଟ୍‌ରେ ପରୀକ୍ଷା କେନ୍ଦ୍ରର ଫାଟକ ଖୋଲାଯାଇ ପରୀକ୍ଷାର୍ଥୀମାନଙ୍କୁ ଯାଞ୍ଚ ପରେ ଭିତରକୁ ପ୍ରବେଶ ଅନୁମତି ଦିଆଯାଇଥିଲା। ୮ଟା ୩୦ ମିନିଟ୍‌ରେ ପରୀକ୍ଷାର୍ଥୀମାନଙ୍କୁ ଓଏମ୍‌ଆର ସିଟ୍‌ ପ୍ରଦାନ କରାଯାଇଛି। ୯ଟାରେ ପରୀକ୍ଷା ଆରମ୍ଭ ହୋଇଛି। ଚଳିତବର୍ଷ ମଧ୍ୟ ପରୀକ୍ଷା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ, ଶିକ୍ଷକମାନେ ମୋବାଇଲ ସାଙ୍ଗରେ ନେଇ ପରୀକ୍ଷା ହଲକୁ ଯାଇପାରିବେ ନାହିଁ।
ଏଥର ୫ ଲକ୍ଷ ୫୧ ହଜାର ୬୧୧ ଜଣ ମାଟ୍ରିକ୍‌, ୭୮୩୧ ଜଣ ମୁକ୍ତ ବିଦ୍ୟାଳୟ ଓ ୩୦୩୭ ଜଣ ମଧ୍ୟମା ପରୀକ୍ଷାର୍ଥୀ ଫର୍ମ ପୂରଣ କରିଛନ୍ତି। ରାଜ୍ୟର ମୋଟ୍‌ ୩୦୪୭ ପରୀକ୍ଷା କେନ୍ଦ୍ର ଓ ପ୍ରଶ୍ନପତ୍ର ଗଚ୍ଛିତ ପାଇଁ ୩୧୩ ନୋଡାଲ କେନ୍ଦ୍ର କରାଯାଇଛି। ସମ୍ବେଦନଶୀଳ ଅଞ୍ଚଳର ୨୨ଟି ଥାନାରେ ନୋଡାଲ କେନ୍ଦ୍ର କରାଯାଇଛି। ନୋଡାଲ କେନ୍ଦ୍ରଗୁଡ଼ିକୁ ୨୪ ଘଣ୍ଟିଆ ସୁରକ୍ଷାବଳୟ ସମେତ ସିସିଟିଭି ନଜରରେ ରଖାଯାଇଛି। ପ୍ରଥମଥର ପାଇଁ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସର୍ଭିଲାନ୍ସର ଉପଯୋଗ କରି ସିଧାସଳଖ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ମୁଖ୍ୟାଳୟରୁ କେତେକ କେନ୍ଦ୍ରରେ ପରୀକ୍ଷା ପରିଚାଳନାକୁ ନିୟନ୍ତ୍ରଣ କରାଯାଉଛି। ଅସାଧୁ ଉପାୟ ଅବଲମ୍ବନକୁ ରୋକିବା ପାଇଁ ଚତୁଃସ୍ତରୀୟ ସ୍କ୍ବାଡ୍‌ ବ୍ୟବସ୍ଥା ଲାଗୁ କରାଯାଇଛି। ବୋର୍ଡ ପକ୍ଷରୁ ୪୧ ସ୍କ୍ବାଡ୍‌, ଜିଲା ଶିକ୍ଷାଧିକାରୀଙ୍କ ପକ୍ଷରୁ ୭୨ଟି ସ୍କ୍ବାଡ୍‌ କରାଯାଇଛି। ଏହାବାଦ ଜିଲା ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ନୋଡାଲ ଅଧିକାରୀମାନେ ମଧ୍ୟ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରି ପରିଚାଳନା ବ୍ୟବସ୍ଥା ତଦାରଖ କରିବେ। ରାଜ୍ୟର ୫୬ କେନ୍ଦ୍ରରେ ଆସନ୍ତା ମାର୍ଚ୍ଚ ୧୪ରୁ ଖାତା ଆରମ୍ଭ ହେବ। ୧୫ ଦିନ ମଧ୍ୟରେ ଖାତା ଦେଖା ସରିବ ବୋଲି ବୋର୍ଡ ଉପସଭାପତି ନୀହାର ରଞ୍ଜନ ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri