ମାଟ୍ରିକ୍‌ ପରୀକ୍ଷା: ୩୬ହଜାରରୁ ଅଧିକ ପରୀକ୍ଷାର୍ଥୀ ଅନୁପସ୍ଥିତ

କଟକ ଅଫିସ,୨୧ା୩:ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସମ୍ମେଟିଭ-୨ ପରୀକ୍ଷା ସୋମବାର ଶେଷ ହୋଇଛି। ଏହି ପରୀକ୍ଷା ସୁରୁଖୁରୁରେ ହେବା ପାଇଁ ବୋର୍ଡ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ପ୍ରତିଟି ବିଷୟରେ ନାନା ବିବାଦ ସୃଷ୍ଟି ହୋଇଛି। ତେବେ ଶେଷ ଦିନରେ ଗଣିତ ବିଷୟରେ ପରୀକ୍ଷା ଦେଇଛନ୍ତି ଛାତ୍ରୀଛାତ୍ର। ଏହି ପରୀକ୍ଷା ପାଇଁ ୫ ଲକ୍ଷ ୩୯ ହଜାର ୪ଶହ ୯୦ ଜଣ ପରୀକ୍ଷାର୍ଥୀ ଫର୍ମପୂରଣ କରିଥିବାବେଳେ ୫ଲକ୍ଷ ୨୧ହଜାର ୭ଶହ ୧୦ଜଣ ପରୀକ୍ଷା ଦେଇଛନ୍ତି। ତେବେ ହାଇସ୍କୁଲରୁ ୧୬ ହଜାର ୬୩୨ ଜଣ, ରାଜ୍ୟ ମୁକ୍ତବିଦ୍ୟାଳୟରୁ ୬୩୬, ମଧ୍ୟମାରେ ୪୮୫ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଛନ୍ତି। ସେହିପରି ୩୦ଜଣ ପରୀକ୍ଷାର୍ଥୀ କପି କରି ଧରାପଡିଥିବା ବୋର୍ଡ ପକ୍ଷରୁ ସୂଚନା ମିଳିଛି।
ଫର୍ମପୂରଣ କରି ଆଡମିଟ୍‌ କାର୍ଡ ପାଇବା ସତ୍ତ୍ୱେ ହଜାର ହଜାର ସଂଖ୍ୟକ ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ଆସିନାହାନ୍ତି। ରାଜ୍ୟର ୧୯ହଜାରରୁ ଅଧିକ ପରୀକ୍ଷାର୍ଥୀ ପରୀକ୍ଷାର ପ୍ରଥମଦିନ ହଲକୁ ଆସି ନଥିବାବେଳେ ଶେଷ ଦିନ ଗଣିତ ପରୀକ୍ଷାରେ ୧୭ ହଜାରରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଛନ୍ତି। ଏତେ ସଂଖ୍ୟକ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିବା ଘଟଣାକୁ ଏବେ ଅନେକ ପ୍ରଶ୍ନ ସୃଷ୍ଟି କରିଛି। ପ୍ରଥମ ଭାଷା ମାତୃଭାଷାରେ ୧୯, ୩୯୭ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିବାବେଳେ ଦ୍ୱିତୀୟ ଭାଷାରେ ୧୭,୭୦୩, ତୃତୀୟ ଭାଷାରେ ୧୭,୪୦୦, ବିଜ୍ଞାନ ପରୀକ୍ଷାରେ ୧୭,୬୬୧, ସାମାଜିକ ବିଜ୍ଞାନରେ୧୭,୬୦୫, ଗଣିତ ପରୀକ୍ଷାରେ ୧୭, ୭୮୦ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଛନ୍ତି। ଅପରପକ୍ଷେ ଏତେ ସଂଖ୍ୟକ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିବା ଘଟଣାକୁ ଗଣଶିକ୍ଷା ବିଭାଗ ଗୁରୁତ୍ୱର ସହ ନେଇ କେଉଁଥିପାଇଁ ପିଲାମାନେ ପରୀକ୍ଷାରୁ ଦୂରେଇ ରହିଲେ, ସେନେଇ ଖୋଳତାଡ଼ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri