ମାଟ୍ରିକ୍‌ ପରୀକ୍ଷା: ୩୬ହଜାରରୁ ଅଧିକ ପରୀକ୍ଷାର୍ଥୀ ଅନୁପସ୍ଥିତ

କଟକ ଅଫିସ,୨୧ା୩:ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସମ୍ମେଟିଭ-୨ ପରୀକ୍ଷା ସୋମବାର ଶେଷ ହୋଇଛି। ଏହି ପରୀକ୍ଷା ସୁରୁଖୁରୁରେ ହେବା ପାଇଁ ବୋର୍ଡ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ପ୍ରତିଟି ବିଷୟରେ ନାନା ବିବାଦ ସୃଷ୍ଟି ହୋଇଛି। ତେବେ ଶେଷ ଦିନରେ ଗଣିତ ବିଷୟରେ ପରୀକ୍ଷା ଦେଇଛନ୍ତି ଛାତ୍ରୀଛାତ୍ର। ଏହି ପରୀକ୍ଷା ପାଇଁ ୫ ଲକ୍ଷ ୩୯ ହଜାର ୪ଶହ ୯୦ ଜଣ ପରୀକ୍ଷାର୍ଥୀ ଫର୍ମପୂରଣ କରିଥିବାବେଳେ ୫ଲକ୍ଷ ୨୧ହଜାର ୭ଶହ ୧୦ଜଣ ପରୀକ୍ଷା ଦେଇଛନ୍ତି। ତେବେ ହାଇସ୍କୁଲରୁ ୧୬ ହଜାର ୬୩୨ ଜଣ, ରାଜ୍ୟ ମୁକ୍ତବିଦ୍ୟାଳୟରୁ ୬୩୬, ମଧ୍ୟମାରେ ୪୮୫ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଛନ୍ତି। ସେହିପରି ୩୦ଜଣ ପରୀକ୍ଷାର୍ଥୀ କପି କରି ଧରାପଡିଥିବା ବୋର୍ଡ ପକ୍ଷରୁ ସୂଚନା ମିଳିଛି।
ଫର୍ମପୂରଣ କରି ଆଡମିଟ୍‌ କାର୍ଡ ପାଇବା ସତ୍ତ୍ୱେ ହଜାର ହଜାର ସଂଖ୍ୟକ ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ଆସିନାହାନ୍ତି। ରାଜ୍ୟର ୧୯ହଜାରରୁ ଅଧିକ ପରୀକ୍ଷାର୍ଥୀ ପରୀକ୍ଷାର ପ୍ରଥମଦିନ ହଲକୁ ଆସି ନଥିବାବେଳେ ଶେଷ ଦିନ ଗଣିତ ପରୀକ୍ଷାରେ ୧୭ ହଜାରରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଛନ୍ତି। ଏତେ ସଂଖ୍ୟକ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିବା ଘଟଣାକୁ ଏବେ ଅନେକ ପ୍ରଶ୍ନ ସୃଷ୍ଟି କରିଛି। ପ୍ରଥମ ଭାଷା ମାତୃଭାଷାରେ ୧୯, ୩୯୭ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିବାବେଳେ ଦ୍ୱିତୀୟ ଭାଷାରେ ୧୭,୭୦୩, ତୃତୀୟ ଭାଷାରେ ୧୭,୪୦୦, ବିଜ୍ଞାନ ପରୀକ୍ଷାରେ ୧୭,୬୬୧, ସାମାଜିକ ବିଜ୍ଞାନରେ୧୭,୬୦୫, ଗଣିତ ପରୀକ୍ଷାରେ ୧୭, ୭୮୦ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଛନ୍ତି। ଅପରପକ୍ଷେ ଏତେ ସଂଖ୍ୟକ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିବା ଘଟଣାକୁ ଗଣଶିକ୍ଷା ବିଭାଗ ଗୁରୁତ୍ୱର ସହ ନେଇ କେଉଁଥିପାଇଁ ପିଲାମାନେ ପରୀକ୍ଷାରୁ ଦୂରେଇ ରହିଲେ, ସେନେଇ ଖୋଳତାଡ଼ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri