ମାଟ୍ରିକ ପରୀକ୍ଷା: ସାଢ଼େ ୭ଟାରେ ପରୀକ୍ଷାର୍ଥୀଙ୍କ ପ୍ରବେଶ, ସିସିଟିଭି ନଜରରେ ନୋଡ଼ାଲ କେନ୍ଦ୍ର

କଟକ,୧୫ା୨ (କାର୍ତ୍ତିକ ସାହୁ): ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଏକ ସଙ୍ଗେ ଫେବୃଆରୀ ୨୦ତାରିଖ ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ରହିଛି। ଏଥର ୫ ଲକ୍ଷ ୫୧ ହଜାର ୬୧୧ ଜଣ ମାଟ୍ରିକ, ୭୮୩୧ଜଣ ମୁକ୍ତ ବିଦ୍ୟାଳୟ ଓ ୩୦୩୭ଜଣ ମଧ୍ୟମା ପରୀକ୍ଷାର୍ଥୀ ଫର୍ମ ପୂରଣ କରିଛନ୍ତି।

ସମଗ୍ର ରାଜ୍ୟରେ ମୋଟ ୩,୦୪୭ଟି ପରୀକ୍ଷା କେନ୍ଦ୍ର ଓ ପ୍ରଶ୍ନପତ୍ର ଗଚ୍ଛିତ ପାଇଁ ୩୧୩ଟି ନୋଡାଲ କେନ୍ଦ୍ର କରାଯାଇଛି। ସମ୍ବେଦନଶୀଳ ଅଞ୍ଚଳର ୨୨ଟି ଥାନାରେ ନୋଡାଲ କେନ୍ଦ୍ର କରାଯାଇଛି। ନୋଡାଲ କେନ୍ଦ୍ରଗୁଡ଼ିକୁ ୨୪ ଘଣ୍ଟିଆ ସୁରକ୍ଷାବଳୟ ସମେତ ସିସିଟିଭି ନଜରରେ ରଖାଯାଇଛି।

ପ୍ରଥମ ଥର ପାଇଁ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସି(ଏଆଇ) ସର୍ଭେଲାନ୍ସର ଉପଯୋଗ କରି ସିଧାସଳଖ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ମୁଖ୍ୟାଳୟରୁ କେତେକ କେନ୍ଦ୍ରରେ ପରୀକ୍ଷା ପରିଚାଳନାକୁ ନିୟନ୍ତ୍ରଣ କରାଯାଉଛି। ଅସାଧୁ ଉପାୟ ଅବଲମ୍ବନକୁ ରୋକିବା ପାଇଁ ଚତୁଃସ୍ତରୀୟ ସ୍କ୍ବାଡ୍‌ ବ୍ୟବସ୍ଥା ଲାଗୁ କରାଯାଇଛି।

ବୋର୍ଡ ପକ୍ଷରୁ ୪୧ଟି ସ୍କ୍ବାଡ୍‌, ଜିଲା ଶିକ୍ଷାଧିକାରୀଙ୍କର ୭୨ଟି ସ୍କ୍ବାଡ୍‌ କରାଯାଇଛି। ଏହାବାଦ ଜିଲା ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ନୋଡାଲ ଅଧିକାରୀମାନେ ମଧ୍ୟ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରି ପରିଚାଳନା ବ୍ୟବସ୍ଥା ତଦାରଖ କରିବେ। ପରୀକ୍ଷା କେନ୍ଦ୍ର ମଧ୍ୟକୁ ମୋବାଇଲ୍‌ ପ୍ରବେଶ ଉପରେ ରୋକ ଲଗାଯାଇଥିବା ବେଳେ ପରିଚାଳନା ବ୍ୟବସ୍ଥାକୁ ପୂର୍ବାପେକ୍ଷା ଅଧିକ କଡ଼ାକଡ଼ି କରାଯାଇଛି।

ସକାଳ ୭.୩୦ରେ ପରୀକ୍ଷା କେନ୍ଦ୍ରର ଫାଟକ ଖୋଲାଯାଇ ପରୀକ୍ଷାର୍ଥୀମାନଙ୍କୁ ଯାଞ୍ଚ ପରେ ପରୀକ୍ଷା କେନ୍ଦ୍ର ଭିତରକୁ ପ୍ରବେଶ ଅନୁମତି ଦିଆଯିବ। ୮.୩୦ ସମୟରେ ପରୀକ୍ଷାର୍ଥୀଙ୍କୁ ଓଏମ୍‌ଆର ସିଟ ପ୍ରଦାନ କରାଯିବ। ପରେ ୯ଟାରେ ପରୀକ୍ଷା ଆରମ୍ଭ ହେବ। ଚଳିତ ବର୍ଷ ମଧ୍ୟ ପରୀକ୍ଷା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ, ଶିକ୍ଷକମାନେ ମୋବାଇଲ ସାଙ୍ଗରେ ନେଇ ପରୀକ୍ଷା ହଲକୁ ଯାଇ ପାରିବେ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

କୋଲକାତାରେ ନିର୍ବାଚନ ପୂର୍ବରୁ ରକ୍ତପାତ! TMC କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୨୬।୩: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ନିର୍ବାଚନ ପୂର୍ବରୁ ହିଂସାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ, ଫୁଲବାଗାନ ଅଞ୍ଚଳର ବାଘଜାତୀନରେ ତୃଣମୂଳ କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri