ମାଟ୍ରିକ ପରୀକ୍ଷା: ସାଢ଼େ ୭ଟାରେ ପରୀକ୍ଷାର୍ଥୀଙ୍କ ପ୍ରବେଶ, ସିସିଟିଭି ନଜରରେ ନୋଡ଼ାଲ କେନ୍ଦ୍ର

କଟକ,୧୫ା୨ (କାର୍ତ୍ତିକ ସାହୁ): ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଏକ ସଙ୍ଗେ ଫେବୃଆରୀ ୨୦ତାରିଖ ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ରହିଛି। ଏଥର ୫ ଲକ୍ଷ ୫୧ ହଜାର ୬୧୧ ଜଣ ମାଟ୍ରିକ, ୭୮୩୧ଜଣ ମୁକ୍ତ ବିଦ୍ୟାଳୟ ଓ ୩୦୩୭ଜଣ ମଧ୍ୟମା ପରୀକ୍ଷାର୍ଥୀ ଫର୍ମ ପୂରଣ କରିଛନ୍ତି।

ସମଗ୍ର ରାଜ୍ୟରେ ମୋଟ ୩,୦୪୭ଟି ପରୀକ୍ଷା କେନ୍ଦ୍ର ଓ ପ୍ରଶ୍ନପତ୍ର ଗଚ୍ଛିତ ପାଇଁ ୩୧୩ଟି ନୋଡାଲ କେନ୍ଦ୍ର କରାଯାଇଛି। ସମ୍ବେଦନଶୀଳ ଅଞ୍ଚଳର ୨୨ଟି ଥାନାରେ ନୋଡାଲ କେନ୍ଦ୍ର କରାଯାଇଛି। ନୋଡାଲ କେନ୍ଦ୍ରଗୁଡ଼ିକୁ ୨୪ ଘଣ୍ଟିଆ ସୁରକ୍ଷାବଳୟ ସମେତ ସିସିଟିଭି ନଜରରେ ରଖାଯାଇଛି।

ପ୍ରଥମ ଥର ପାଇଁ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସି(ଏଆଇ) ସର୍ଭେଲାନ୍ସର ଉପଯୋଗ କରି ସିଧାସଳଖ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ମୁଖ୍ୟାଳୟରୁ କେତେକ କେନ୍ଦ୍ରରେ ପରୀକ୍ଷା ପରିଚାଳନାକୁ ନିୟନ୍ତ୍ରଣ କରାଯାଉଛି। ଅସାଧୁ ଉପାୟ ଅବଲମ୍ବନକୁ ରୋକିବା ପାଇଁ ଚତୁଃସ୍ତରୀୟ ସ୍କ୍ବାଡ୍‌ ବ୍ୟବସ୍ଥା ଲାଗୁ କରାଯାଇଛି।

ବୋର୍ଡ ପକ୍ଷରୁ ୪୧ଟି ସ୍କ୍ବାଡ୍‌, ଜିଲା ଶିକ୍ଷାଧିକାରୀଙ୍କର ୭୨ଟି ସ୍କ୍ବାଡ୍‌ କରାଯାଇଛି। ଏହାବାଦ ଜିଲା ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ନୋଡାଲ ଅଧିକାରୀମାନେ ମଧ୍ୟ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରି ପରିଚାଳନା ବ୍ୟବସ୍ଥା ତଦାରଖ କରିବେ। ପରୀକ୍ଷା କେନ୍ଦ୍ର ମଧ୍ୟକୁ ମୋବାଇଲ୍‌ ପ୍ରବେଶ ଉପରେ ରୋକ ଲଗାଯାଇଥିବା ବେଳେ ପରିଚାଳନା ବ୍ୟବସ୍ଥାକୁ ପୂର୍ବାପେକ୍ଷା ଅଧିକ କଡ଼ାକଡ଼ି କରାଯାଇଛି।

ସକାଳ ୭.୩୦ରେ ପରୀକ୍ଷା କେନ୍ଦ୍ରର ଫାଟକ ଖୋଲାଯାଇ ପରୀକ୍ଷାର୍ଥୀମାନଙ୍କୁ ଯାଞ୍ଚ ପରେ ପରୀକ୍ଷା କେନ୍ଦ୍ର ଭିତରକୁ ପ୍ରବେଶ ଅନୁମତି ଦିଆଯିବ। ୮.୩୦ ସମୟରେ ପରୀକ୍ଷାର୍ଥୀଙ୍କୁ ଓଏମ୍‌ଆର ସିଟ ପ୍ରଦାନ କରାଯିବ। ପରେ ୯ଟାରେ ପରୀକ୍ଷା ଆରମ୍ଭ ହେବ। ଚଳିତ ବର୍ଷ ମଧ୍ୟ ପରୀକ୍ଷା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ, ଶିକ୍ଷକମାନେ ମୋବାଇଲ ସାଙ୍ଗରେ ନେଇ ପରୀକ୍ଷା ହଲକୁ ଯାଇ ପାରିବେ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri