ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ସହଯୋଗ କରିବେ ଶିକ୍ଷକ

ଭୁବନେଶ୍ୱର,୨୦ା୨ (ଅସମାପିକା ସାହୁ):ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେଉଛି।ପରୀକ୍ଷାରେ ମାଧ୍ୟମିକ ଶିକ୍ଷକମାନେ ସହଯୋଗ କରିବେ। ଦୀର୍ଘଦିନର ଆନ୍ଦୋଳନକୁ ସ୍ଥଗିତ ରଖି ପରୀକ୍ଷା ପରିଚାଳନାରେ ସହଯୋଗ କରିବା ନେଇ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ସୋମବାର ସରକାରଙ୍କ ସହ ଆଲୋଚନା ପରେ ନିଷ୍ପତ୍ତି ନେଇଛି। ଏ ନେଇ ସଂଘ ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶ କହିଛନ୍ତି, ବିଭାଗ ପକ୍ଷରୁ ଆମକୁ ଆଲୋଚନା ପାଇଁ ଡକାଯାଇଥିଲା। ଖୁବ୍‌ଶୀଘ୍ର ଦାବି ପୂରଣ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ପ୍ରତିଶ୍ରୁତି ଦିଆଯାଇଛି। ଫେବୃଆରୀ ଶେଷ ସୁଦ୍ଧା ବିଜ୍ଞପ୍ତି ପ୍ରକାଶ ପାଇଯିବ ବୋଲି ଆଶା କରୁଛୁ। ତେଣୁ ଆମେ ରାଜ୍ୟସ୍ତରୀୟ ଆନ୍ଦୋଳନକୁ ସ୍ଥଗିତ ରଖୁଛୁ। ପରୀକ୍ଷାରେ ସମ୍ପୂର୍ଣ୍ଣ ସହଯୋଗ କରିବୁ। କିନ୍ତୁ ବିଜ୍ଞପ୍ତି ପ୍ରକାଶ ପାଇବା ପର୍ଯ୍ୟନ୍ତ କେବଳ ପ୍ରତୀକାତ୍ମକ ଆନ୍ଦୋଳନ ଜାରି ରହିବ। ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ଜିଲାଓ୍ବାରି ଧାରଣା ଚାଲିବ। ଯେଉଁ ଶିକ୍ଷକଙ୍କର ପରୀକ୍ଷା ଡ୍ୟୁଟି ଅଛି ସେମାନେ କାର୍ଯ୍ୟରେ ଯୋଗଦେବେ। ଯେଉଁମାନଙ୍କର ଡ୍ୟୁଟି ନାହିଁ, ସେମାନେ ଏହି ଧାରଣାରେ ବସିବେ ବୋଲି ଦାଶ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ମଙ୍ଗଳବାରରୁ ଆରମ୍ଭ ହେବ। ତେବେ ପରୀକ୍ଷା ପରିଚାଳନାକୁ ନେଇ ବହୁ ଆଶଙ୍କା ଦେଖାଦେଇଥିଲା। କାରଣ ବିଭିନ୍ନ ଦାବି ନେଇ ଗତ ୭ ତାରିଖରୁ ଭୁବନେଶ୍ୱର ଗାନ୍ଧୀମାର୍ଗରେ ଶିକ୍ଷକମାନେ ଧାରଣାରେ ବସିଥିଲେ। ଆଜି ପର୍ଯ୍ୟନ୍ତ ଅନୁଦାନ ପାଇ ନ ଥିବା ବିଦ୍ୟାଳୟକୁ ଅନୁଦାନ ପ୍ରଦାନ, ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟରୁ ଅବସର ନେଉଥିବା ଶିକ୍ଷକ ଓ କର୍ମଚାରୀଙ୍କୁ ଅବସରକାଳୀନ ସୁବିଧା ପ୍ରଦାନ, ୨୨୬ ଓ ୩୯୯ ବିଦ୍ୟାଳୟକୁ ସପ୍ତମ ବେତନ ପ୍ରଦାନ ଆଦି ଦାବି ପୂରଣ ନେଇ ସରକାର ବାରମ୍ବାର ପ୍ରତିଶ୍ରୁତି ଦେଇ ପାଳନ କରୁ ନ ଥିବାରୁ ଶିକ୍ଷକମାନେ ପୁଣି ଆନ୍ଦୋଳନକୁ ଓହ୍ଲାଇବାକୁ ବାଧ୍ୟ ହୋଇଥିଲେ। ଏପରିକି ଦାବି ପୂରଣ ନ ହେଲେ ମାଟ୍ରିକ ପରୀକ୍ଷାରେ ଅସହଯୋଗ କରିବୁ ବୋଲି ଚେତାବନୀ ମଧ୍ୟ ଦେଇଥିଲେ। ତେବେ ଶୃଙ୍ଖଳିତ ତଥା ସ୍ବାଭାବିକ ପରୀକ୍ଷା ପରିଚାଳନାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସୋମବାର ସଂଘ ସହିତ ଆଲୋଚନା କରିଥିଲେ। ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ସଫଳ ହେବା ପରେ ସଂଘ ଆନ୍ଦୋଳନକୁ ସ୍ଥଗିତ ରଖିବା ସହିତ ପରୀକ୍ଷାରେ ସହଯୋଗ କରିବ ବୋଲି କହିଛି। ଛାତ୍ରୀଛାତ୍ର ଚାପମୁକ୍ତ ହୋଇ ପରୀକ୍ଷା ପାଇଁ ପ୍ରସ୍ତୁତ ହୁଅନ୍ତୁ ବୋଲି ଓଷ୍ଟା ପକ୍ଷରୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri