ଶୁକ୍ରବାରଠୁ ଆରମ୍ଭ ମାଟ୍ରିକ ପରୀକ୍ଷା: ଘଣ୍ଟାଏ ପୂର୍ବରୁ ପହଞ୍ଚିବ ପ୍ରଶ୍ନପତ୍ର

କଟକ ଅଫିସ,୯।୩: ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଶୁକ୍ରବାରଠୁ ଆରମ୍ଭ ହେଉଛି। ଏହା ମାର୍ଚ୍ଚ ୧୦ ଅର୍ଥାତ୍‌ ଶୁକ୍ରବାରଠୁ ଆରମ୍ଭ ହୋଇ ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ତେବେ ପରୀକ୍ଷାର ଘଣ୍ଟାଏ ପୂର୍ବରୁ ପ୍ରଶ୍ନପତ୍ର କେନ୍ଦ୍ରରେ ପହଞ୍ଚିବ। ପ୍ରଶ୍ନପତ୍ର ଲିକ ରୋକିବା ପାଇଁ ବୋର୍ଡ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ପରୀକ୍ଷା ୮ଟାରୁ ଆରମ୍ଭ ହୋଇ ୧୦ଟାରେ ଶେଷ ହେବ।ପ୍ରଥମ ଦିନରେ ପିଲାମାନେ ଘଣ୍ଟାଏ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ। ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ଜଣ ପରୀକ୍ଷାର୍ଥୀ ପରୀକ୍ଷା ପାଇଁ ଫର୍ମ ପିଲଫ କରିଥିବା ବେଳେ ୩୨୧୮ଟି କେନ୍ଦ୍ରରେ ପରୀକ୍ଷା ହେବ ।