ଜୁଲାଇରେ ମାଟ୍ରିକ ଅଫଲାଇନ୍‌ ପରୀକ୍ଷା, ୫ରୁ ଫର୍ମ ଫିଲ୍‌ଅପ୍‌

କଟକ ଅଫିସ,୨୯।୬: ମାଟ୍ରିକ ପରୀକ୍ଷାଫଳକୁ ନେଇ ଏବେ ସାରା ରାଜ୍ୟରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ମାଧ୍ୟମିକ ଶିକ୍ଷା ପରିଷଦ(ବିଏସ୍‌ଇ) ପକ୍ଷରୁ ଅଫ୍‌ଲାଇନ୍‌ ପରୀକ୍ଷା ନେଇ ନିଷ୍ପତ୍ତି ନିଆଯାଇଛି।

ମୂଲ୍ୟାୟନରେ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ରମାନେ ଅଫ୍‌ଲାଇନ୍‌ରେ ପରୀକ୍ଷା ଦେଇପାରିବେ। ଜୁଲାଇ ମାସରେ ପରୀକ୍ଷା କରାଯିବ। ଏଥିଲାଗି ଆସନ୍ତା ୫ ତାରିଖରୁ ଫର୍ମ ଫିଲ୍‌ଅପ୍‌ ଆରମ୍ଭ ହେବ। ତେବେ ୧୦ ଦିନ ମଧ୍ୟରେ ଫର୍ମ ଫିଲ୍‌ଅପ୍‌ ଶେଷ କରିବାକୁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜୁଲାଇରେ ପରୀକ୍ଷା କରାଯାଇ ଶୀଘ୍ର ରେଜଲ୍ଟ ବାହାର କରାଯିବ। ଏହାଦ୍ୱାରା ଉତ୍ତୀର୍ଣ୍ଣ ପରୀକ୍ଷାର୍ଥୀଙ୍କ ପାଇଁ ଯୁକ୍ତ ୨ ରେ ନାମଲେଖାରେ ସମସ୍ୟା ହେବ ନାହିଁ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

ଏହାଛଡ଼ା ପରୀକ୍ଷାଫଳକୁ ନେଇ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କ ମଧ୍ୟରେ ଦେଖାଦେଇଥିବା ଅସନ୍ତୋଷ ଓ ଦ୍ୱନ୍ଦ୍ୱକୁ ଦୂର କରିବା ଲାଗି ବୋର୍ଡ ପ୍ରୟାସ କରିଛି। ମଙ୍ଗଳବାର ଏନେଇ ଏକ ଖବରଦାତା ସମ୍ମିଳନୀ ଆୟୋଜିତ କରାଯାଇ ବୋର୍ଡ ସଭାପତି ରାମାଶିଷ ହାଜରା ମୂଲ୍ୟାୟନ ପଦ୍ଧତି ନେଇ ସମସ୍ତ ତଥ୍ୟ ବୋର୍ଡ ଓ୍ବେବ୍‌ସାଇଟ୍‌ରେ ଥିଲା। ସ୍ବତନ୍ତ୍ର କୋର୍‌ କମିଟି ଗଠନ କରାଯାଇ ମୂଲ୍ୟାୟନର ତର୍ଜମା କରାଯାଇଛି। ୪ ବର୍ଷର ପ୍ରଦର୍ଶନକୁ ବିଚାର କରି ମୂଲ୍ୟାୟନ ହୋଇଛି ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ମୂଲ୍ୟାୟନରେ ଅନିୟମିତତା ଅଭିଯୋଗ କରି ସୋମବାର ଛାତ୍ରୀଛାତ୍ର, ଅଭିଭାବକମାନେ ବିଭିନ୍ନ ସ୍ଥାନରେ ଆନ୍ଦୋଳନ, ଧାରଣା କରିବା ସହ ରାସ୍ତା ଅବରୋଧ କରିଥିଲେ। ସ୍କୁଲ ସମ୍ମୁଖ, ବିଇଓ, ଡିଇଓ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଥିବା ବେଳେ ଏହା ମାଧ୍ୟମିକ ଶିକ୍ଷା ବୋର୍ଡ କାର୍ଯ୍ୟାଳୟ ସମ୍ମୁଖରେ ମଧ୍ୟ ପହଞ୍ଚିଥିଲା। ଛାତ୍ରୀଛାତ୍ରମାନେ ପୂର୍ବ ପରୀକ୍ଷାରେ ଭଲ ନମ୍ବର ରଖିଥିବା ବେଳେ ମାଟ୍ରିକ ରେଜଲ୍ଟ ସେହି ଅନୁପାତରେ ଦିଆଯାଇନାହିଁ ବୋଲି ସେମାନେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri