ଜୁଲାଇରେ ମାଟ୍ରିକ ଅଫଲାଇନ୍‌ ପରୀକ୍ଷା, ୫ରୁ ଫର୍ମ ଫିଲ୍‌ଅପ୍‌

କଟକ ଅଫିସ,୨୯।୬: ମାଟ୍ରିକ ପରୀକ୍ଷାଫଳକୁ ନେଇ ଏବେ ସାରା ରାଜ୍ୟରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ମାଧ୍ୟମିକ ଶିକ୍ଷା ପରିଷଦ(ବିଏସ୍‌ଇ) ପକ୍ଷରୁ ଅଫ୍‌ଲାଇନ୍‌ ପରୀକ୍ଷା ନେଇ ନିଷ୍ପତ୍ତି ନିଆଯାଇଛି।

ମୂଲ୍ୟାୟନରେ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ରମାନେ ଅଫ୍‌ଲାଇନ୍‌ରେ ପରୀକ୍ଷା ଦେଇପାରିବେ। ଜୁଲାଇ ମାସରେ ପରୀକ୍ଷା କରାଯିବ। ଏଥିଲାଗି ଆସନ୍ତା ୫ ତାରିଖରୁ ଫର୍ମ ଫିଲ୍‌ଅପ୍‌ ଆରମ୍ଭ ହେବ। ତେବେ ୧୦ ଦିନ ମଧ୍ୟରେ ଫର୍ମ ଫିଲ୍‌ଅପ୍‌ ଶେଷ କରିବାକୁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜୁଲାଇରେ ପରୀକ୍ଷା କରାଯାଇ ଶୀଘ୍ର ରେଜଲ୍ଟ ବାହାର କରାଯିବ। ଏହାଦ୍ୱାରା ଉତ୍ତୀର୍ଣ୍ଣ ପରୀକ୍ଷାର୍ଥୀଙ୍କ ପାଇଁ ଯୁକ୍ତ ୨ ରେ ନାମଲେଖାରେ ସମସ୍ୟା ହେବ ନାହିଁ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

ଏହାଛଡ଼ା ପରୀକ୍ଷାଫଳକୁ ନେଇ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କ ମଧ୍ୟରେ ଦେଖାଦେଇଥିବା ଅସନ୍ତୋଷ ଓ ଦ୍ୱନ୍ଦ୍ୱକୁ ଦୂର କରିବା ଲାଗି ବୋର୍ଡ ପ୍ରୟାସ କରିଛି। ମଙ୍ଗଳବାର ଏନେଇ ଏକ ଖବରଦାତା ସମ୍ମିଳନୀ ଆୟୋଜିତ କରାଯାଇ ବୋର୍ଡ ସଭାପତି ରାମାଶିଷ ହାଜରା ମୂଲ୍ୟାୟନ ପଦ୍ଧତି ନେଇ ସମସ୍ତ ତଥ୍ୟ ବୋର୍ଡ ଓ୍ବେବ୍‌ସାଇଟ୍‌ରେ ଥିଲା। ସ୍ବତନ୍ତ୍ର କୋର୍‌ କମିଟି ଗଠନ କରାଯାଇ ମୂଲ୍ୟାୟନର ତର୍ଜମା କରାଯାଇଛି। ୪ ବର୍ଷର ପ୍ରଦର୍ଶନକୁ ବିଚାର କରି ମୂଲ୍ୟାୟନ ହୋଇଛି ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ମୂଲ୍ୟାୟନରେ ଅନିୟମିତତା ଅଭିଯୋଗ କରି ସୋମବାର ଛାତ୍ରୀଛାତ୍ର, ଅଭିଭାବକମାନେ ବିଭିନ୍ନ ସ୍ଥାନରେ ଆନ୍ଦୋଳନ, ଧାରଣା କରିବା ସହ ରାସ୍ତା ଅବରୋଧ କରିଥିଲେ। ସ୍କୁଲ ସମ୍ମୁଖ, ବିଇଓ, ଡିଇଓ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଥିବା ବେଳେ ଏହା ମାଧ୍ୟମିକ ଶିକ୍ଷା ବୋର୍ଡ କାର୍ଯ୍ୟାଳୟ ସମ୍ମୁଖରେ ମଧ୍ୟ ପହଞ୍ଚିଥିଲା। ଛାତ୍ରୀଛାତ୍ରମାନେ ପୂର୍ବ ପରୀକ୍ଷାରେ ଭଲ ନମ୍ବର ରଖିଥିବା ବେଳେ ମାଟ୍ରିକ ରେଜଲ୍ଟ ସେହି ଅନୁପାତରେ ଦିଆଯାଇନାହିଁ ବୋଲି ସେମାନେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri