୨୦ସୁଦ୍ଧା ମାଟ୍ରିକ ଅଫ୍‌ଲାଇନ ରେଜଲ୍ଟ

ଭୁବନେଶ୍ୱର, ୮।୮(ବ୍ୟୁରୋ): ମାଟ୍ରିକ ଅଫ୍‌ଲାଇନ୍‌ ପରୀକ୍ଷା ଖାତାଦେଖା ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବ। ୨୦ ସୁଦ୍ଧା ଫଳ ପ୍ରକାଶ ପାଇବ। ଏଥିପାଇଁ ବୋର୍ଡ ପକ୍ଷରୁ ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଖୁବ୍‌ଶୀଘ୍ର ପରୀକ୍ଷାଫଳ ବାହାରିବା ତାରିଖ ଘୋଷଣା କରାଯିବ। ଏନେଇ ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମନ୍ତ୍ରୀ ସୂଚନା ଦେଇଛନ୍ତି। ଅପରପକ୍ଷେ ଯୁକ୍ତ୨ ନାମଲେଖା ପାଇଁ ଆସନ୍ତା ୧୬ ତାରିଖ ଭିତରେ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି, ଗତବର୍ଷ ଅଗଷ୍ଟ ୨୧ରୁ ଯୁକ୍ତ୨ ପାଇଁ ଆବେଦନ ଆରମ୍ଭ ହୋଇଥିଲା। ଚଳିତବର୍ଷ ଏହାର ସପ୍ତାହକ ପୂର୍ବରୁ ଆରମ୍ଭ କରିବାକୁ ବିଭାଗ ନିଷ୍ପତ୍ତି ନେଇଛି। ଏକ ମାସ ମଧ୍ୟରେ ଛାତ୍ରୀଛାତ୍ରଙ୍କୁ ଆବେଦନ ପାଇଁ ସମୟ ଦିଆଯିବ। ଯୁକ୍ତ୨ରେ ୫୫ ହଜାରରୁ ଅଧିକ ସିଟ୍‌ ବୃଦ୍ଧି ପାଇଁ ଆବେଦନ ହୋଇଛି। ତେବେ ବିଜ୍ଞାନ ପାଇଁ ଲାବୋରେଟୋରି ହେଉଛି ଗୁରୁତ୍ୱପୂର୍ଣ୍ଣ। ତେଣୁ ଏ ସବୁର ଭିତ୍ତିଭୂମି ଯାଞ୍ଚ ଚାଲିଛି। ଶୁକ୍ରବାର ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏ ନେଇ ବୈଠକ ବସିଥିଲା। ସେଲ୍ଫ ଫାଇନାନ୍ସିଂ କଲେଜର ଅଧିକ ଯାଞ୍ଚ ହେଉଛି। ସେମାନେ ଲାବୋରେଟୋରି ସୁବିଧା କେତେ ଯୋଗାଇ ପାରିବେ, ତାହାର ଅନୁଧ୍ୟାନ ଚାଲିଛି। ଆବେଦନ ପୂର୍ବରୁ କେତେ ସିଟ୍‌ ବଢ଼ିଲା, ତାହାର ତଥ୍ୟ ୱେବ୍‌ସାଇଟରେ ଉପଲବ୍ଧ ହେବ। ସିଟ୍‌କୁ ନେଇ କୌଣସି ସମସ୍ୟା ହେବ ନାହିଁ। ମାଟ୍ରିକ ଅଫଲାଇନ୍‌ ପରୀକ୍ଷା ଦେଇଥିବା କୌଣସି ଛାତ୍ରୀଛାତ୍ର ଯେପରି ଯୁକ୍ତ୨ରେ ନାମଲେଖା ପାଇବାରୁ ବଞ୍ଚତ୍ତ ନ ହୁଅନ୍ତି ତା’ ଉପରେ ତିକ୍ଷ୍ଣ ଦୃଷ୍ଟି ରଖିଛୁ। ସେମାନଙ୍କୁ ଯଥେଷ୍ଟ ସୁଯୋଗ ଦିଆଯିବ। ଆବଶ୍ୟକ ପଡ଼ିଲେ ଯୁକ୍ତ୨ ନାମଲେଖା ପ୍ରକ୍ରିୟା ଗୋଟିଏ ମାସ ପାଇଁ ରଖିବାକୁ ସ୍ଥିର କରିଛୁ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?