କାଲିଠୁ ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା: ପହଞ୍ଚିସାରିଛି ପ୍ରଶ୍ନପତ୍ର, ଉତ୍ତରଖାତା

ଭୁବନେଶ୍ୱର,୨୯।୭(ବ୍ୟୁରୋ): ବିନା ପରୀକ୍ଷାରେ ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷାଫଳ ପ୍ରକାଶ ପାଇଥିଲା। ଏହାକୁ ନେଇ ବହୁ ବାଦବିବାଦ ଦେଖାଦେଇଥିଲା। ଛାତ୍ରୀଛାତ୍ରମାନେ ଆଶା କରୁଥିବା ମାର୍କଠାରୁ କମ୍‌ ମାର୍କ ପାଇଥିବା ନେଇ ଅଭିଯୋଗ ଆଣି ରାସ୍ତାକୁ ଓହ୍ଲାଇଥିଲେ। ଏହାପରେ ଅସନ୍ତୁଷ୍ଟ ପିଲାମାନେ ଅଫ୍‌ଲାଇନ୍‌ରେ ପରୀକ୍ଷା ଦେବା ନେଇ ଦିନ ଧାର୍ଯ୍ୟ କରାଯାଇଥିଲା। ତେବେ ଶୁକ୍ରବାରଠାରୁ ଏହି ପରୀକ୍ଷା ଆରମ୍ଭ ହେବ। ଚଳିତ ବର୍ଷ ୧୧,୧୫୧ଜଣ ପରୀକ୍ଷା ଦେବେ। ଏଥିପାଇଁ ୫୦୪ଟି ପରୀକ୍ଷାକେନ୍ଦ୍ର ଖୋଲାଯାଇଛି। ସମସ୍ତ ପରୀକ୍ଷାକେନ୍ଦ୍ରରେ ପ୍ରଶ୍ନପତ୍ର ଓ ଉତ୍ତରଖାତା ପହଞ୍ଚି ସାରିଥିବା ବେଳେ ପରୀକ୍ଷାର୍ଥୀଙ୍କ ଥର୍ମାଲ ସ୍କ୍ରିନିଂ ପରେ ଭିତରକୁ ପ୍ରବେଶ କରିବା ଅନୁମତି ଦିଆଯିବ ବୋଲି ଜଣାପଡ଼ିଛି। ଏହାଛଡ଼ା କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ଶିକ୍ଷକଙ୍କ ଆଣ୍ଟିଜେନ୍‌ ପରୀକ୍ଷା କରାଯାଇଛି। ପ୍ରତିଟି କେନ୍ଦ୍ରରେ ଅବ୍‌ଜର୍ର୍‌ଭର ନିୟୋଜିତ କରାଯାଇଥିବା ଜଣାପଡ଼ିଛି।

ପ୍ରକାଶ ଯେ, ଚଳିତ ବର୍ଷ ମୋଟ ୬ ଲକ୍ଷ ୪୭ହଜାର ପିଲା ପରୀକ୍ଷା ଦେଇଥାନ୍ତେ। ହେଲେ ଶେଷ ମୂହୁର୍ତ୍ତରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ସରକାରଙ୍କୁ ପରୀକ୍ଷା ବାତିଲ କରିବାକୁ ପଡ଼ିଥିଲା। ବିକଳ୍ପ ମୂଲ୍ୟାୟନ ସ୍ବରୂପ ପ୍ରିବୋର୍ଡ ପରୀକ୍ଷା ଆଧାରରେ ପିଲାଙ୍କୁ ମାର୍କ ଦିଆଯାଇଥିଲା। ଯେଉଁମାନେ ପ୍ରି ବୋର୍ଡ ଦେଇ ନ ଥିଲେ ସେମାନଙ୍କ ମୂଲ୍ୟାୟନ ନବମ ପରୀକ୍ଷା ଆଧାରରେ କରାଯାଇଥିଲା। ହେଲେ ପାତରଅନ୍ତର ନୀତି ଯୋଗୁ ତ୍ରୁଟିପୂର୍ଣ୍ଣ ଭାବେ ମୂଲ୍ୟାୟନ କରାଯାଇଥିବା ଛାତ୍ରୀଛାତ୍ର ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri