Matric Result: ୧୯ରୁ ମାଟ୍ରିକ ଖାତାଦେଖା, ମେ’ରେ ରେଜଲ୍ଟ

କଟକ,୬ା୩: ରାଜ୍ୟରେ ଚାଲିଥିବା ୨୦୨୫ ମାଟ୍ରିକ ପରୀକ୍ଷା ଗୁରୁବାର ଶେଷ ହୋଇଛି। ଛାତ୍ରୀଛାତ୍ର ଆଜି ଶେଷଦିନରେ ତୃତୀୟ ଭାଷା ହିନ୍ଦୀ ଓ ସଂସ୍କୃତ ବିଷୟରେ ପରୀକ୍ଷା ଦେଇଥିଲେ। ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋଇ ସାଢ଼େ ୧୧ଟା ସମୟରେ ଶେଷ ହୋଇଥିଲା।  ତେବେ ଚଳିତମାସ ୧୯ ତାରିଖରେ ମାଟ୍ରିକ ଖାତାଦେଖା ଆରମ୍ଭ ହେବାକୁ ଥିବାବେଳେ ଆସନ୍ତା ମେ’ପ୍ରଥମ ସପ୍ତାହରେ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି।

ଚଳିତବର୍ଷ ଓ୍ବାଟର ମାର୍କ ଓ କ୍ୟୁାଆର୍‌ କୋଡ୍‌ ସଫଳ ହୋଇଛି। ନୂଆ ଜ୍ଞାନ କୌଶଳ ପ୍ରୟୋଗ କାମ ଦେଇଛି ବୋଲି କହିଛନ୍ତି ବୋର୍ଡ ସଭାପତି। ପ୍ରଶ୍ନପତ୍ରରେ ଓ୍ବାଟର ମାର୍କ ଓ କ୍ୟୁଆର କୋଡରୁ ସୁଫଳ ମିଳିଛି। ଏଥର ପ୍ରଶ୍ନପତ୍ର ଭାଇରାଲ ହୋଇନି, ସମସ୍ତେ ସହଯୋଗ କରିଛନ୍ତି। ବିଶେଷକରି AI କ୍ୟାମେରା ଦ୍ବାରା ପରୀକ୍ଷାରେ ଅନିୟମିତତା ଧରାପଡ଼ିଗଲା। ମୋଟାମୋଟି ଭାବେ ଚଳିତଥର ମାଟ୍ରିକ ପରୀକ୍ଷା ସଫଳ ହୋଇଛି।

ସୂଚନାଯୋଗ୍ୟ, ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫେବୃଆରୀ ୨୧ରେ ଆରମ୍ଭ ହୋଇଥିଲା। ପରୀକ୍ଷାକୁ ଭଲ ଭାବେ ପରିଚାଳନା କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସବୁପ୍ରକାର ବ୍ୟବସ୍ଥା କରଯାଇଥିଲା। ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଥିଲା। ସବୁ କେନ୍ଦ୍ର ଉପରେ ନଜର ରଖିବାକୁ ବୋର୍ଡ କାର୍ଯ୍ୟାଳୟରେ କଣ୍ଟ୍ରୋଲ ରୁମ୍‌ର ବ୍ୟବସ୍ଥା ହୋଇଥିଲା।

ଚଳିତବର୍ଷ ମାଟ୍ରିକ ପରୀକ୍ଷା ପାଇଁ ଓଡ଼ିଶାରେ ମୋଟ୍‌ ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରୀଛାତ୍ର ଫର୍ମପୂରଣ କରିଥିଲେ। ପରୀକ୍ଷାକୁ ସୂଚାରୁ ରୂପେ ଚଳାଇବା ପାଇଁ ମୋଟ୍‌ ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ର ହୋଇଥିଲା।  ପ୍ରଶ୍ନପତ୍ର ରଖିବା ପାଇଁ ବୋର୍ଡ ପକ୍ଷରୁ ୩୧୪ଟି ନୋଡାଲ ସେଣ୍ଟର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?