Matric Result: ୧୯ରୁ ମାଟ୍ରିକ ଖାତାଦେଖା, ମେ’ରେ ରେଜଲ୍ଟ

କଟକ,୬ା୩: ରାଜ୍ୟରେ ଚାଲିଥିବା ୨୦୨୫ ମାଟ୍ରିକ ପରୀକ୍ଷା ଗୁରୁବାର ଶେଷ ହୋଇଛି। ଛାତ୍ରୀଛାତ୍ର ଆଜି ଶେଷଦିନରେ ତୃତୀୟ ଭାଷା ହିନ୍ଦୀ ଓ ସଂସ୍କୃତ ବିଷୟରେ ପରୀକ୍ଷା ଦେଇଥିଲେ। ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋଇ ସାଢ଼େ ୧୧ଟା ସମୟରେ ଶେଷ ହୋଇଥିଲା।  ତେବେ ଚଳିତମାସ ୧୯ ତାରିଖରେ ମାଟ୍ରିକ ଖାତାଦେଖା ଆରମ୍ଭ ହେବାକୁ ଥିବାବେଳେ ଆସନ୍ତା ମେ’ପ୍ରଥମ ସପ୍ତାହରେ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି।

ଚଳିତବର୍ଷ ଓ୍ବାଟର ମାର୍କ ଓ କ୍ୟୁାଆର୍‌ କୋଡ୍‌ ସଫଳ ହୋଇଛି। ନୂଆ ଜ୍ଞାନ କୌଶଳ ପ୍ରୟୋଗ କାମ ଦେଇଛି ବୋଲି କହିଛନ୍ତି ବୋର୍ଡ ସଭାପତି। ପ୍ରଶ୍ନପତ୍ରରେ ଓ୍ବାଟର ମାର୍କ ଓ କ୍ୟୁଆର କୋଡରୁ ସୁଫଳ ମିଳିଛି। ଏଥର ପ୍ରଶ୍ନପତ୍ର ଭାଇରାଲ ହୋଇନି, ସମସ୍ତେ ସହଯୋଗ କରିଛନ୍ତି। ବିଶେଷକରି AI କ୍ୟାମେରା ଦ୍ବାରା ପରୀକ୍ଷାରେ ଅନିୟମିତତା ଧରାପଡ଼ିଗଲା। ମୋଟାମୋଟି ଭାବେ ଚଳିତଥର ମାଟ୍ରିକ ପରୀକ୍ଷା ସଫଳ ହୋଇଛି।

ସୂଚନାଯୋଗ୍ୟ, ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫେବୃଆରୀ ୨୧ରେ ଆରମ୍ଭ ହୋଇଥିଲା। ପରୀକ୍ଷାକୁ ଭଲ ଭାବେ ପରିଚାଳନା କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସବୁପ୍ରକାର ବ୍ୟବସ୍ଥା କରଯାଇଥିଲା। ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଥିଲା। ସବୁ କେନ୍ଦ୍ର ଉପରେ ନଜର ରଖିବାକୁ ବୋର୍ଡ କାର୍ଯ୍ୟାଳୟରେ କଣ୍ଟ୍ରୋଲ ରୁମ୍‌ର ବ୍ୟବସ୍ଥା ହୋଇଥିଲା।

ଚଳିତବର୍ଷ ମାଟ୍ରିକ ପରୀକ୍ଷା ପାଇଁ ଓଡ଼ିଶାରେ ମୋଟ୍‌ ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରୀଛାତ୍ର ଫର୍ମପୂରଣ କରିଥିଲେ। ପରୀକ୍ଷାକୁ ସୂଚାରୁ ରୂପେ ଚଳାଇବା ପାଇଁ ମୋଟ୍‌ ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ର ହୋଇଥିଲା।  ପ୍ରଶ୍ନପତ୍ର ରଖିବା ପାଇଁ ବୋର୍ଡ ପକ୍ଷରୁ ୩୧୪ଟି ନୋଡାଲ ସେଣ୍ଟର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?