ମାଟ୍ରିକ ରେଜଲ୍ଟ ପ୍ରକାଶ, ପାସ୍‌ ହାର ୯୬.୪ ପ୍ରତିଶତ

କଟକ ଅଫିସ,୧୮ା୫: ଗୁରୁବାର ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ଏନେଇ କଟକ ବୋର୍ଡ ଅଫିସରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପୂର୍ବାହ୍ନ ୧୦ଟାରେ ଏହି ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳିତବର୍ଷ ମୋଟ୍‌ ପାସ୍‌ ହାର ୯୬.୪ ପ୍ରତିଶତ ରହିଥିବା ବେଳେ ଛାତ୍ରମାନଙ୍କଠାରୁ ଛାତ୍ରୀମାନେ ଆଗରେ ଅଛନ୍ତି।  ଛାତ୍ରୀଙ୍କ ପାସ୍‌ ହାର୍‌ ୯୭.୦୫ ପ୍ରତିଶତ ଥିବା ବେଳେ ଛାତ୍ରଙ୍କ ପାସ୍‌ ହାର ୯୫.୭୫ ପ୍ରତିଶତ ରହିଛି। ଏବର୍ଷ ମୋଟ୍‌ ୫୦୫୪୦୪ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୫୭୧୦୬ଜଣ ଛାତ୍ରୀ ଥିବା ବେଳେ ୨୫୧୨୯୮ ଜଣ ଛାତ୍ର ଥିବା ଜଣାପଡ଼ିଛି। ଗତବର୍ଷ ତୁଳନାରେ ଚଳିତବର୍ଷ ପରୀକ୍ଷା ଫଳ ଭଲ ହୋଇଛି ବୋଲି ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି। ପୁସ୍ତିକା ଉନ୍ମୋଚନ ସମୟରେ ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ରାମାଶିଷ ହାଜରା ଏବଂ ଉପସଭାପତି ନିହାର ରଞ୍ଜନ ମହାନ୍ତି ଉପସ୍ଥିତ ଥିଲେ।

ପରୀକ୍ଷାର୍ଥୀମାନେ ନିଜର ପରୀକ୍ଷାଫଳ ବୋର୍ଡ ଓ୍ବେବ୍‌ସାଇଟ୍‌ www.bseodisha.ac.inରେ ଦେଖିପାରିବେ। ଏଥିସହ ମୋବାଇଲ ଫୋନ୍‌ରେ ଓଆର୍‌୧୦ ଲେଖି ସ୍ପେସ୍‌ ଦେଇ ରୋଲ୍‌ ନମ୍ବର ଟାଇପ କରି ୫୬୭୬୭୫୦କୁ ଏସ୍‌ଏମ୍‌ଏସ୍‌ କଲେ ପରୀକ୍ଷାଫଳ ଜାଣିପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ମାଟ୍ରିକ, ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ପାଇଁ ମୋଟ ୫ ଲକ୍ଷ ୪୧ ହଜାର ୨୪୭ ଜଣ ଫର୍ମପୂରଣ କରିଥିବାବେଳେ ୫ ଲକ୍ଷ ୧୮ ହଜାର ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ରାଜ୍ୟର ୩,୨୧୮ କେନ୍ଦ୍ରରେ ଏହି ପରୀକ୍ଷା ହୋଇଥିଲା। ପ୍ରଶ୍ନପତ୍ର ରଖିବା ପାଇଁ ୩୧୬ଟି ନୋଡାଲ ସେଣ୍ଟର କରାଯାଇଥିଲା। ରାଜ୍ୟରେ ମୋଟ୍‌ ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ମାଟ୍ରିକ ଖାତା ମୂଲ୍ୟାୟନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ: ସନ୍ତୋଷ ପଣ୍ଡା ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ଭବାନୀପାଟଣା,୨୮।୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଭବାନୀପାଟଣା ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବରେ ସନ୍ତୋଷ କୁମାର ପଣ୍ଡା, ସମ୍ପାଦକ…

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ…

ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ…

ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି ଜିଲା ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri