ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ବାଜିମାରିଲେ ଛାତ୍ରୀ

କଟକ,୨୬ା୫(କାର୍ତ୍ତିକ ସାହୁ): ରବିବାର ପୂର୍ବାହ୍ନରେ ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ।  ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ଚଳିତବର୍ଷ ପାସ୍‌ ହାର ୯୬.୦୭% ରହିଛି। ଛାତ୍ରୀଙ୍କ ପାସ୍‌ ହାର ୯୬.୭୩% ରହିଥିବା ବେଳେ ଛାତ୍ରଙ୍କ ପାସ୍‌ ହାର ୯୫.୩୯% ରହିଛି। ୩୦ ଜିଲା ମଧ୍ୟରେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ପାସ୍‌ ହାର ୯୭.୯୮% ରହିଥିବା ବେଳେ ନୂଆପଡ଼ା ଜିଲାରେ ସର୍ବନିମ୍ନ ପାସ୍‌ ହାର ୯୩.୯୧% ରହିଛି। ଛାତ୍ରୀଛାତ୍ର ବୋର୍ଡ ଓ୍ବେବ୍‌ସାଇଟ୍‌, ମୋବାଇଲ ଏସ୍‌ଏମ୍‌ଏସ୍‌ ସହ ପ୍ରଥମଥର ପାଇଁ ହ୍ବାଟ୍‌ସଆପ୍‌ ଜରିଆରେ ପରୀକ୍ଷାଫଳ ଜାଣିପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ଯୁକ୍ତ୨ ପରୀକ୍ଷା ଫଳ ପରିଷଦ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରେ ଘୋଷଣା କରାଯିବ। ଛାତ୍ରୀଛାତ୍ରମାନେ www.orissaresults.nic.in ଓ୍ବେବ୍‌ସାଇଟରେ ରେଜଲ୍ଟ ଦେଖିପାରିବେ।

ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ୬୪୫୭ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୬୪୨୦ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ମୋଟ୍‌ ପାସ୍‌ ହାର ୫୯.୮୮ % ରହିଛି।

ମଧ୍ୟମାରେ ୩୨୫୨ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ପାସ୍‌ କରିଛନ୍ତି ୩୧୯୧ ଜଣ। ପାସ୍‌ ହାର ୯୮.୧୨% ରହିଛି।

ସୂଚନାଯୋଗ୍ୟ, ଚଳିତବର୍ଷ ୫,୪୧,୦୬୧ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୫,୩୦,୧୫୩ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri