ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ପାସ ହାର ରହିଛି ୯୭.୮୯%; ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ମାର୍କ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। କରୋନା ଯୋଗୁ ପରୀକ୍ଷା ହୋଇପାରି ନ ଥିବା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ ମୂଲ୍ୟାୟନ କରି ଶୁକ୍ରବାର ଅପରାହ୍ନରେ ଏହାକୁ ପ୍ରକାଶ କରାଯାଇଛି। ଏଥିରେ ରେଗୁଲାର୍‌ରେ ପାସ ହାର ୯୭.୮୯% ରହିଛି।

କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ଉପସ୍ଥିତିରେ ପରୀକ୍ଷାଫଳ ପ୍ରକାଶ କରାଯାଇଥିବା ବେଳେ ଛାତ୍ରୀଛାତ୍ରମାନେ ସନ୍ଧ୍ୟା ୬ଟାଠାରୁ www.bseodisha.ac.in ଏବଂ www.bseodisha.nic.in ଓ୍ବେବ୍‌ସାଇଟ୍‌ରେ ସେମାନଙ୍କ ମାର୍କ ପାଇପାରିବେ। ସେହିଭଳି ଏସ୍‌ଏମ୍‌ଏସ୍‌ ଜରିଆରେ ମଧ୍ୟ ଛାତ୍ରୀଛାତ୍ର ରେଜଲ୍ଟ ପାଇପାରିବେ। ଏଥିପାଇଁ ସେମାନଙ୍କୁ ମୋବାଇଲ୍‌ରେ OR01 ଲେଖି ସ୍ପେଶ୍‌ ଦେବା ପରେ ରୋଲ ନଂ ଲେଖି ୫୬୭୬୭୫୦କୁ ଏସ୍‌ଏମ୍‌ଏସ୍‌ କରିବାକୁ ହେବ।

ତେବେ ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଚଳିତ ଥର ୫,୭୪,୧୨୫ ପିଲାଙ୍କର ମୂଲ୍ୟାଙ୍କନ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୫,୬୧,୦୧୦ଜଣ ପାସ କରିଛନ୍ତି। ୭୭୦୩ ଛାତ୍ରୀଛାତ୍ର ଫେଲ୍‌ ହୋଇଥିବା ବେଳେ ପରୀକ୍ଷାରେ ୪୪୧୨ ପିଲା ଅନୁପସ୍ଥିତ ରହିଥିଲେ। ସେହିଭଳି ୨୨୫୬ ପିଲାଙ୍କ ମାର୍କ ସ୍କୁଲଗୁଡ଼ିକ ପକ୍ଷରୁ ଦିଆଯାଇ ନ ଥିବା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

୩ ଜିଲା ଲକ୍ଷ୍ମୀ ବସ୍‌ ସେବାରେ ବାଧକ ସାଜିଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୦ା୪(ଅନିଲ ଦାସ): ଓଡ଼ିଶାର ଲକ୍ଷ୍ମୀ ବସ୍‌ ସେବା ଭାରତର ଏକନମ୍ବର ଗ୍ରାମୀଣ ଯୋଗାଯୋଗ କାର୍ଯ୍ୟକ୍ରମ, ଯାହା ରାଜ୍ୟର ୧୦୦% ଜିଲାକୁ ସଂଯୋଗ କରୁଛି। ଯେଉଁଥିରେ ବ୍ଲକ୍‌...

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri