ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ । ଏ ନେଇ ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ବର୍ତ୍ତମାନ ମୂଲ୍ୟାଙ୍କନ ପାଇଁ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ଫଳାଫଳ ଆସନ୍ତା ମାସରେ ପ୍ରକାଶ ପାଇବ । ରେଜଲ୍ଟ ପ୍ରକାଶ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଥିବା ସେ କହିଛନ୍ତି । ତେବେ ପୂର୍ବରୁ ମାଟ୍ରିକ ପରୀକ୍ଷା ଫଳ ଜୁନ ଶେଷ ସୁଦ୍ଧା ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଥିଲେ।