ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ଏମିତି କରନ୍ତୁ ଚେକ୍‌

କଟକ,୨ା୫: ଶୁକ୍ରବାର ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। କଟକସ୍ଥିତ ବିଏସ୍‌ଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ରେଜଲ୍ଟ ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି । ଚଳିତବର୍ଷ ପାସ୍‌ ହାର ରହିଛି ୯୪.୯୩%।  ସବୁଥର ପରି ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍‌ ହାର ଅଧିକ ରହିଛି।

ଚଳିତବର୍ଷ ୫ ଲକ୍ଷ ୨ ହଜାର ୪୧୭ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ୪ ଲକ୍ଷ ୮୪ ହଜାର ୮୬୩ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ୧୭ ହଜାର ୩୮୪ ଜଣ ଛାତ୍ରୀଛାତ୍ର ଫେଲ୍‌ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୪୦ ହଜାର ୨୫୧ ଛାତ୍ର କୃତକାର୍ଯ୍ୟ ହୋଇଥିବା ବେଳେ ୨ ଲକ୍ଷ ୪୪ ହଜାର ୬୧୨ ଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି।

ଚଳିତ ଥର A1 ଗ୍ରେଡ୍‌ରେ ୧୮୧୨ ଜଣ ରହିଥିବା ବେଳେ A2 ରେ ୧୨ ହଜାର ୨୦୦, B1ରେ ୩୮ ହଜାର ୮୩୧, B2ରେ ୮୪ ହଜାର ୯୭୧, Cରେ ୧ ଲକ୍ଷ ୩୩ ହଜାର ୮୨୨, Dରେ ୧ ଲକ୍ଷ ୪୬ ହଜାର ୧୫୪ ଓ E ଗ୍ରେଡ୍‌ରେ ୬୭ ହଜାର ୧୩ ଜଣ ପାସ କରିଛନ୍ତି । ଗଜପତିରେ ସର୍ବାଧିକ ଛାତ୍ରୀଛାତ୍ର ପାସ୍‌ କରିଥିବାବେଳେ କୋରାପୁଟରେ ସର୍ବନିମ୍ନ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ଗଜପତି ଜିଲାରେ ପାସ୍‌ହାର ୯୯.୩୫% ହୋଇଥିବାବେଳେ କୋରାପୁଟରେ ପାସ୍‌ହାର ସର୍ବନିମ୍ନ ୯୨.୮୩% ରହିଥିବା ମନ୍ତ୍ରୀ କହିଛନ୍ତି।

ସନ୍ଧ୍ୟା ୬ଟା ପରେ ଛୀତ୍ରୀଛାତ୍ର ବୋର୍ଡର ଅଫିସିଆଲ ଓ୍ବେବ୍‌ସାଇଟ www.bseodisha.ac.in ଏବଂ www.orissaresults.nic.inରେ ସେମାନଙ୍କର ଫଳାଫଳ ଦେଖିପାରିବେ।

ଛାତ୍ରୀଛାତ୍ର ସେମାନଙ୍କର ରୋଲ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ଓ୍ବେବ୍‌ସାଇଟ୍‌ରେ ଫଳାଫଳ ଯାଞ୍ଚ କରିପାରିବେ। ଏହା ସହିତ, ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିବାର ସୁବିଧା ଉପଲବ୍ଧ ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ଏଥିପାଇଁ ଛାତ୍ରୀଛାତ୍ର ନିର୍ଦ୍ଦିଷ୍ଟ ନମ୍ବରକୁ ମେସେଜ ପଠାଇପାରିବେ, ଯାହାର ବିବରଣୀ ୱେବ୍‌ସାଇଟ୍‌ରେ ପ୍ରକାଶ କରାଯିବ।

ଏହି ରେଜଲ୍ଟ ପ୍ରକାଶ ପରେ ଯେଉଁ ଛାତ୍ରୀଛାତ୍ର ଫଳାଫଳ ନେଇ ଅସନ୍ତୁଷ୍ଟ ହେବେ, ସେମାନେ ପୁନଃମୂଲ୍ୟାୟନ କିମ୍ବା ପୁନଃଯାଞ୍ଚ ପାଇଁ ଆବେଦନ କରିପାରିବେ, ଯାହାର ବିବରଣୀ ବୋର୍ଡ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ହେବ ହେବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri