ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ, ତୁରନ୍ତ ଜାଣିବା ପାଇଁ ଏମିତି କରନ୍ତୁ ଚେକ୍‌…

କଟକ,୨ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଛି। ବୋର୍ଡ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତ ରହି ବିଧିବଦ୍ଧ ଭାବେ ରେଜଲ୍ଟ ପୁସ୍ତକ ଉନ୍ମୋଚନ କରିଛନ୍ତି।

ଚଳିତ ବର୍ଷ ପାସ୍‌ ହାର ୯୫.୩୩ ପ୍ରତିଶତ ରହିଛି। ଏଥର ମୋଟ୍‌ ୫ ଲକ୍ଷ ୧୯ ହଜାର ୨୫୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେଥିମଧ୍ୟରୁ A1ରେ ୨୪୫୬ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଥିବାବେଳେ A2ରେ ୧୫,୬୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। B1ରେ ୪୩,୫୬୫ ପରୀକ୍ଷାର୍ଥୀ, B2ରେ ୮୬,୧୦୩ ପରୀକ୍ଷାର୍ଥ, Cରେ ୧,୨୯,୮୦୩ ପରୀକ୍ଷାର୍ଥୀ, Dରେ ୧,୪୬,୧୫୨ ପରୀକ୍ଷାର୍ଥୀ ଏବଂ Eରେ ୯୫,୪୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି।

ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ପାସ୍ ହାର ୫୯.୮୨%ରହିଛି। ୧୦,୦୪୩ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୭୪୦୫ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି।

ବୋର୍ଡ ଓ୍ବେବ ସାଇଟ୍‌ www.bseodisha.ac.in ଓ www.bseodisha.nic.inରେ ପରୀକ୍ଷାର୍ଥୀମାନେ ସେମାନଙ୍କ ରୋଲ ନମ୍ବର ଜରିଆରେ ପରୀକ୍ଷା ଫଳ ଦେଖିପାରିବେ। ପ୍ରଥମଥର ଛାତ୍ରୀଛାତ୍ରଙ୍କୁ ଉଭୟ ଓଡ଼ିଆ ଓ ଇଂରାଜୀରେ ମାଟ୍ରିକ୍‌ ସାର୍ଟିଫିକେଟ୍ ଉପଲବ୍ଧ ହେବ।

ସନ୍ଧ୍ୟା ୬ଟାରେ ଅନ୍‌ଲାଇନ୍‌ରେ ରେଜଲ୍ଟ ମଧ୍ୟ ଉପଲବ୍ଧ ହେବ। ଏଥିସହ ମୋବାଇଲ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ମଧ୍ୟ ପରୀକ୍ଷା ଫଳ ମିଳିପାରିବ। ସେଥିପାଇଁ OR10<Roll No> ଲେଖିବା ପରେ 5676750କୁ ପଠାଇଲେ ପରୀକ୍ଷାଫଳ ମୋବାଇଲକୁ ଆସିଯିବ।

ଅପରପକ୍ଷରେ ହାଇସ୍କୁଲର ମୁଖ୍ୟମାନେ ଆଜି ସନ୍ଧ୍ୟା ୭ଟାଠାରୁ ଟ୍ୟାବୁଲେଶନ ରେଜିଷ୍ଟର ଡାଉନଲୋଡ୍‌ କରିପାରିବେ। ଏହା ସେମାନଙ୍କୁ ସପ୍ଲିମେଣ୍ଟାରୀ ପରୀକ୍ଷା ନିମନ୍ତେ ଫର୍ମ ପୂରଣ କରିବାରେ ସହାୟକ ହେବ।

ସୂଚନା ଥାଉକି, ଏଥର ୫,୪୪,୬୭୦ ଛାତ୍ରୀଛାତ୍ର ଫର୍ମ ପୂରଣ କରିଥିଲେ। ସେଥିମଧ୍ୟରୁ ୫,୩୬,୩୦୬ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ୮୩୬୪ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?