ମାଟ୍ରିକ ଦ୍ୱିତୀୟ ଭାଷା ପରୀକ୍ଷା: ୮ ଅସାଧୁ ପରୀକ୍ଷାର୍ଥୀଙ୍କୁ ଧରିଲା AI

କଟକ,୨୫ା୨(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାର ସୋମବାର ଦ୍ୱିତୀୟ ଭାଷା (ଇଂଲିଶ ଓ ହିନ୍ଦୀ) ପରୀକ୍ଷାରେ ୮ପରୀକ୍ଷାର୍ଥୀ ଅସାଧୁ ଉପାୟ ଅବଲମ୍ବନ କରି ମାଲ୍‌ପ୍ରାକ୍ଟିସ୍‌ ହୋଇଛନ୍ତି। ଏହି ପରୀକ୍ଷାର୍ଥୀମାନେ ହଲ୍‌ ମଧ୍ୟରେ କପି କରୁଥିବାବେଳେ ଆର୍ଟିଫିଶିଆଲ ଇଣ୍ଟେଲିଜେନ୍ସ (ଏଆଇ) ସର୍ଭେଲାନ୍ସ ଜରିଆରେ ଧରାପଡ଼ିଛନ୍ତି। ବୋର୍ଡ ପକ୍ଷରୁ ପରୀକ୍ଷା କେନ୍ଦ୍ରରେ କରାଯାଇଥିବା ଏଆଇ ବ୍ୟବସ୍ଥା ହିଁ ଏଥିପାଇଁ ସହାୟକ ହୋଇଛି। ବୋର୍ଡ ମୁଖ୍ୟାଳୟରେ ନିୟନ୍ତ୍ରଣ କକ୍ଷ ଦାୟିତ୍ୱରେ ଥିବା ଅଧିକାରୀ ସହଜରେ ଏହି ପରୀକ୍ଷାର୍ଥୀମାନଙ୍କୁ ଧରିପାରିଛନ୍ତି। ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି ଯେ, ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଶୃଙ୍ଖଳିତ ଭାବେ ଚାଲିଛି। ଅସାଧୁ ଉପାୟ ଅବଲମ୍ବନ କରି ଧରାପଡ଼ିଥିବା ପରୀକ୍ଷାର୍ଥୀମାନେ ଦଳଗତ ଭାବେ ଏଥିରେ ସମ୍ପୃକ୍ତ ନାହାନ୍ତି। ବ୍ୟକ୍ତିଗତ ସ୍ତରରେ ସେମାନେ ଏଭଳି ଉପାୟ ଅବଲମ୍ବନ କରୁଥିବାରୁ ସେମାନଙ୍କ ଦ୍ୱାରା ପରୀକ୍ଷା ପରିଚାଳନାରେ କୌଣସି ପ୍ରକାର ବିଭ୍ରାଟ ସୃଷ୍ଟି ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri