Matric Exam: ପରୀକ୍ଷା ଦେବାକୁ ବାହାରିବା ବେଳେ ଟଳିପଡ଼ିଲେ ଛାତ୍ର

ସୋର,୨୧ା୨: ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ଗାଁରେ ଶୁକ୍ରବାର ସକାଳୁ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ମାଟ୍ରିକ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ବାହାରିବା ବେଳେ ଟଳିପଡ଼ିଲେ। ହଠାତ୍‌ ତାଙ୍କ ପେଟ କାଟିବାକୁ ସେ ଅସୁସ୍ଥ ହୋଇ ତଳେ ପଡ଼ିଗଲେ। ସଙ୍ଗେ ସଙ୍ଗେ ତାଙ୍କୁ ସୋର ମେଡିକାଲ ନେଇଥିଲେ ପରିବାର ଲୋକେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

ସୂଚନାନୁସାରେ, ରାଜ୍ୟର ମୋଟ୍‌ ୨୯୭୯ କେନ୍ଦ୍ରରେ ୫,୧୦,୭୭୮ ଜଣ ମାଟ୍ରିକ୍‌ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ୧୦୨ଟି କେନ୍ଦ୍ରରେ ୭୭୬୬ ଜଣ ଓ ମଧ୍ୟମା ପରୀକ୍ଷା ୫୨ଟି କେନ୍ଦ୍ରରେ ୩୭୯୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ତେବେ ତିନୋଟିଯାକ ପରୀକ୍ଷାର ପ୍ରଶ୍ନପତ୍ର ସୁରକ୍ଷିତ ଭାବେ ଗଚ୍ଛିତ ରଖିବା ପାଇଁ ୩୦ଟି ଜିଲାରେ ୩୧୪ ନୋଡାଲ କେନ୍ଦ୍ର କରାଯାଇଛି। ସେଥିମଧ୍ୟରେ ପୋଲିସ ଥାନାରେ ୨୧ଟି ନୋଡାଲ କେନ୍ଦ୍ର ଓ ବିଟ୍‌ ହାଉସ୍‌ରେ ଗୋଟିଏ କେନ୍ଦ୍ର କରାଯାଇଛି।

ରାଜ୍ୟର ୬୦୦ ପରୀକ୍ଷା କେନ୍ଦ୍ରରୁ ଲାଇଭ୍‌ ଯୋଗେ ବୋର୍ଡ ମୁଖ୍ୟାଳୟ ସହ ସଂଯୋଗ ରହିବ। ଏହାଦ୍ୱାରା ବୋର୍ଡ କାର୍ଯ୍ୟାଳୟରୁ ସିଧାସଳଖ ସେହି ପରୀକ୍ଷା କେନ୍ଦ୍ରଗୁଡ଼ିକର ପରୀକ୍ଷା ପରିଚାଳନାକୁ ନିୟନ୍ତ୍ରଣ କରାଯାଇପାରିବ। ପରୀକ୍ଷା ସଂକ୍ରାନ୍ତୀୟ ସମସ୍ତ ତଥ୍ୟ ବୋର୍ଡ ମୁଖ୍ୟାଳୟକୁ ସିଧାସଳଖ ପରୀକ୍ଷାକେନ୍ଦ୍ର ଓ ନୋଡାଲ କେନ୍ଦ୍ରଗୁଡ଼ିକରୁ ଆସିବା ନିମନ୍ତେ ଅସ୍ଥାୟୀ ଭାବେ ବ୍ୟବସ୍ଥା କରାଯାଇଛି। ଏଥିସହ ମାର୍ଚ୍ଚ ୧୯ ତାରିଖରୁ ଖାତାଦେଖା ଆରମ୍ଭ ହେବ ବୋଲି ବୋର୍ଡ ମୁଖ୍ୟାଳୟ ପକ୍ଷରୁ ଜଣାପଡିଛି।

ଚତୁଃସ୍ତରୀୟ ସ୍କ୍ବାଡ୍‌ ବ୍ୟବସ୍ଥା
ଶୃଙ୍ଖଳିତ ପରୀକ୍ଷା ପରିଚାଳନା ତଦାରଖ ପାଇଁ ଚତୁଃସ୍ତରୀୟ ସ୍କ୍ବାଡ୍‌ ବ୍ୟବସ୍ଥା କରାଯାଇଛି। ସମସ୍ତ ଜିଲା ଶିକ୍ଷାଧିକାରୀଙ୍କ ଦ୍ୱାରା ୭୦ଟି ଫ୍ଲାଇଂ ସ୍କ୍ବାଡ୍‌ ଗଠନ କରାଯାଇଛି। ବୋର୍ଡ ମୁଖ୍ୟାଳୟ ପକ୍ଷରୁ ୪୨ଟି ସ୍ବତନ୍ତ୍ର ସ୍କ୍ବାଡ୍‌ ପରୀକ୍ଷା ପରିଚାଳନା ଯାଞ୍ଚ କରିବ। ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅଧିକାରୀଙ୍କୁ ନେଇ ଗଠିତ ସ୍ବତନ୍ତ୍ର ସ୍କ୍ବାଡ୍‌ ଏବଂ ପ୍ରତି ଜିଲାରେ ବିଡିଓ, ତହସିଲଦାର ଓ ଜିଲା ପ୍ରଶାସନର ଅଧିକାରୀଙ୍କୁ ନେଇ ଗଠିତ ସ୍କ୍ବାଡ୍‌ ପରୀକ୍ଷା ପରିଚାଳନା ତଦାରଖ ନିମନ୍ତେ ପ୍ରସ୍ତୁତ ହୋଇରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?