ଆଜିଠୁ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା

କଟକ ଅଫିସ,୧୦ା୩:ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ) ଦ୍ବାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୨୦ ତାରିଖରେ ସରିବ। ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଏହି ସମୟ ମଧ୍ୟରେ କରାଯିବ। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ମୋଟ ୫ଲକ୍ଷ ୪୧ହଜାର ୨୪୭ଜଣ ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିବାବେଳେ ୩,୨୧୮ଟି କେନ୍ଦ୍ରରେ ଏହି ପରୀକ୍ଷା କରାଯିବ। ସେହିପରି ୩୧୬ଟି ନୋଡାଲ ସେଣ୍ଟର କରାଯାଇଛି। ମାଓବାଦୀ ଅଧ୍ୟୁଷିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଛି। ସେଥିମଧ୍ୟରେ କନ୍ଧମାଳରେ ୭, କୋରାପୁଟରେ ୫, ମାଲକାନଗିରିରେ ୧୦ଟି ଥାନା ରହିଥିବା ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ଶୁକ୍ରବାର ପ୍ରଥମ ଭାଷା ପରୀକ୍ଷା ଅର୍ଥାତ୍‌ ଓଡ଼ିଆ ପରୀକ୍ଷା ହେବ। ପ୍ରଥମ ଦିନର ପରୀକ୍ଷା ପାଇଁ ସମସ୍ତ ପରୀକ୍ଷାର୍ଥୀମାନେ ୧ଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚତ୍ବେ ବୋଲି ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି କହିଛନ୍ତି। ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ପୂର୍ବାହ୍ନ୧୦ଟା ପର୍ଯ୍ୟନ୍ତ ଚାଲିବ। ସମ୍ମେଟିଭ ୧ରେ ପରୀକ୍ଷା କେନ୍ଦ୍ର ଯେଉଁଠି ହୋଇଥିଲା ସମ୍ମେଟିଭ ୨ ପରୀକ୍ଷା ସେହି କେନ୍ଦ୍ରରେ ଆୟୋଜନ କରାଯିବ ବୋଲି ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି।
ସେହିପରି ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଯେପରି ପ୍ରଶ୍ନପତ୍ର ଲିକ୍‌ ନ ହୁଏ ସେଥିପାଇଁ ରାଜ୍ୟ ସରକାର ଏବଂ ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଉଛି। ସମସ୍ତ ପରୀକ୍ଷା କେନ୍ଦ୍ରରେ ଏକ ନିର୍ଦ୍ଦିଷ୍ଟ ସମୟ ଭିତରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ପ୍ରଶ୍ନପତ୍ର ଯେପରି ପହଞ୍ଚତ୍ବ ସେଥିପ୍ରତି ଅଧିକ ଗୁରୁତ୍ୱ ଦିଆଯାଉଛି। ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ଯିବା ସମୟରେ ପୋଲିସର କଡ଼ା ସୁରକ୍ଷା ସହ ଜିଲା ପ୍ରଶାସନର ଏକ ଟିମ୍‌ ମଧ୍ୟ ସାଙ୍ଗରେ ରହିବ। ପ୍ରଶ୍ନପତ୍ର ଓ ଉତ୍ତରଖାତା ରହୁଥିବା ଷ୍ଟ୍ରଙ୍ଗ୍‌ ରୁମରେ ୨୪ଘଣ୍ଟିଆ କଡ଼ା ନିରାପତ୍ତା, ପରୀକ୍ଷା କେନ୍ଦ୍ରରେ ସୁରକ୍ଷା କର୍ମୀ ମୁତୟନ, ବିଦ୍ୟୁତ୍‌ ଏବଂ ପିଇବା ପାଣି ବ୍ୟବସ୍ଥା କରାଯିବ। ଏଥିନିମନ୍ତେ ଗତ ସପ୍ତାହରେ ମୁଖ୍ୟଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଆଭାସି ଜରିଆରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ସଫଳତାର ସହ ତ୍ରୁଟିଶୂନ୍ୟ ଭାବେ ପରୀକ୍ଷା ପରିଚାଳନା ନିମନ୍ତେ ମୁଖ୍ୟ ସଚିବ ଗୁରୁତ୍ୱାରୋପ କରିଥିଲେ। ପରୀକ୍ଷା ହଲ୍‌କୁ ଯାଉଥିବା ଛାତ୍ରୀଛାତ୍ର ଏବଂ ପରୀକ୍ଷା ପରିଚାଳନା ସହ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଭଲଭାବେ ଯାଞ୍ଚ କରି କେନ୍ଦ୍ର ମଧ୍ୟକୁ ଛାଡ଼ିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ପରୀକ୍ଷା କେନ୍ଦ୍ର ନିମନ୍ତେ ଆବଶ୍ୟକୀୟ ପର୍ଯ୍ୟବେକ୍ଷକ ଓ ଫ୍ଲାଇଂ ସ୍କ୍ବାଡ୍‌ ମୁତୟନ ଉପରେ ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଥିଲେ।
ମଧ୍ୟମା ପରୀକ୍ଷା ପାଇଁ ୨,୯୧୪ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି। ସେମାନଙ୍କ ପାଇଁ ୧୦୮ଟି କେନ୍ଦ୍ରରେ ପରୀକ୍ଷା ଦେବାକୁ ବ୍ୟବସ୍ଥା ହୋଇଛି। ସେହିପରି ଓପନ ସ୍କୁଲ ପରୀକ୍ଷାରେ ୭,୧୮୧ ଜଣ ପରୀକ୍ଷାର୍ଥୀ ୧୪୬ଟି ସେଣ୍ଟରରେ ପରୀକ୍ଷା ଦେବେ ବୋଲି ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। କପି ରୋକିବା ପାଇଁ ମଧ୍ୟ ସ୍କ୍ବାଡ୍‌ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। କପି ରୋକିବାକୁ ସମୁଦାୟ ୭୪ଟି ସ୍କ୍ବାଡ୍‌ ଗଠନ କରାଯାଇଛି। ସେଥିମଧ୍ୟରୁ ବୋର୍ଡ଼ ପକ୍ଷରୁ ୩୬ଟି ସ୍କ୍ବାଡ୍‌ ଗଠନ କରାଯାଇଥିବା ବୋର୍ଡ ସଭାପତି ସୂଚନା ଦେଇଛନ୍ତି। ତେବେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଶାନ୍ତି ଶୃଙ୍ଖଳାର ସହ ଶେଷ ହେବ ବୋଲି ସେ ଆଶାବାଦୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri