ଆଜିଠୁ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା

କଟକ ଅଫିସ,୧୦ା୩:ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ) ଦ୍ବାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୨୦ ତାରିଖରେ ସରିବ। ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଏହି ସମୟ ମଧ୍ୟରେ କରାଯିବ। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ମୋଟ ୫ଲକ୍ଷ ୪୧ହଜାର ୨୪୭ଜଣ ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିବାବେଳେ ୩,୨୧୮ଟି କେନ୍ଦ୍ରରେ ଏହି ପରୀକ୍ଷା କରାଯିବ। ସେହିପରି ୩୧୬ଟି ନୋଡାଲ ସେଣ୍ଟର କରାଯାଇଛି। ମାଓବାଦୀ ଅଧ୍ୟୁଷିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଛି। ସେଥିମଧ୍ୟରେ କନ୍ଧମାଳରେ ୭, କୋରାପୁଟରେ ୫, ମାଲକାନଗିରିରେ ୧୦ଟି ଥାନା ରହିଥିବା ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ଶୁକ୍ରବାର ପ୍ରଥମ ଭାଷା ପରୀକ୍ଷା ଅର୍ଥାତ୍‌ ଓଡ଼ିଆ ପରୀକ୍ଷା ହେବ। ପ୍ରଥମ ଦିନର ପରୀକ୍ଷା ପାଇଁ ସମସ୍ତ ପରୀକ୍ଷାର୍ଥୀମାନେ ୧ଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚତ୍ବେ ବୋଲି ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି କହିଛନ୍ତି। ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ପୂର୍ବାହ୍ନ୧୦ଟା ପର୍ଯ୍ୟନ୍ତ ଚାଲିବ। ସମ୍ମେଟିଭ ୧ରେ ପରୀକ୍ଷା କେନ୍ଦ୍ର ଯେଉଁଠି ହୋଇଥିଲା ସମ୍ମେଟିଭ ୨ ପରୀକ୍ଷା ସେହି କେନ୍ଦ୍ରରେ ଆୟୋଜନ କରାଯିବ ବୋଲି ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି।
ସେହିପରି ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଯେପରି ପ୍ରଶ୍ନପତ୍ର ଲିକ୍‌ ନ ହୁଏ ସେଥିପାଇଁ ରାଜ୍ୟ ସରକାର ଏବଂ ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଉଛି। ସମସ୍ତ ପରୀକ୍ଷା କେନ୍ଦ୍ରରେ ଏକ ନିର୍ଦ୍ଦିଷ୍ଟ ସମୟ ଭିତରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ପ୍ରଶ୍ନପତ୍ର ଯେପରି ପହଞ୍ଚତ୍ବ ସେଥିପ୍ରତି ଅଧିକ ଗୁରୁତ୍ୱ ଦିଆଯାଉଛି। ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ଯିବା ସମୟରେ ପୋଲିସର କଡ଼ା ସୁରକ୍ଷା ସହ ଜିଲା ପ୍ରଶାସନର ଏକ ଟିମ୍‌ ମଧ୍ୟ ସାଙ୍ଗରେ ରହିବ। ପ୍ରଶ୍ନପତ୍ର ଓ ଉତ୍ତରଖାତା ରହୁଥିବା ଷ୍ଟ୍ରଙ୍ଗ୍‌ ରୁମରେ ୨୪ଘଣ୍ଟିଆ କଡ଼ା ନିରାପତ୍ତା, ପରୀକ୍ଷା କେନ୍ଦ୍ରରେ ସୁରକ୍ଷା କର୍ମୀ ମୁତୟନ, ବିଦ୍ୟୁତ୍‌ ଏବଂ ପିଇବା ପାଣି ବ୍ୟବସ୍ଥା କରାଯିବ। ଏଥିନିମନ୍ତେ ଗତ ସପ୍ତାହରେ ମୁଖ୍ୟଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଆଭାସି ଜରିଆରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ସଫଳତାର ସହ ତ୍ରୁଟିଶୂନ୍ୟ ଭାବେ ପରୀକ୍ଷା ପରିଚାଳନା ନିମନ୍ତେ ମୁଖ୍ୟ ସଚିବ ଗୁରୁତ୍ୱାରୋପ କରିଥିଲେ। ପରୀକ୍ଷା ହଲ୍‌କୁ ଯାଉଥିବା ଛାତ୍ରୀଛାତ୍ର ଏବଂ ପରୀକ୍ଷା ପରିଚାଳନା ସହ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଭଲଭାବେ ଯାଞ୍ଚ କରି କେନ୍ଦ୍ର ମଧ୍ୟକୁ ଛାଡ଼ିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ପରୀକ୍ଷା କେନ୍ଦ୍ର ନିମନ୍ତେ ଆବଶ୍ୟକୀୟ ପର୍ଯ୍ୟବେକ୍ଷକ ଓ ଫ୍ଲାଇଂ ସ୍କ୍ବାଡ୍‌ ମୁତୟନ ଉପରେ ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଥିଲେ।
ମଧ୍ୟମା ପରୀକ୍ଷା ପାଇଁ ୨,୯୧୪ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି। ସେମାନଙ୍କ ପାଇଁ ୧୦୮ଟି କେନ୍ଦ୍ରରେ ପରୀକ୍ଷା ଦେବାକୁ ବ୍ୟବସ୍ଥା ହୋଇଛି। ସେହିପରି ଓପନ ସ୍କୁଲ ପରୀକ୍ଷାରେ ୭,୧୮୧ ଜଣ ପରୀକ୍ଷାର୍ଥୀ ୧୪୬ଟି ସେଣ୍ଟରରେ ପରୀକ୍ଷା ଦେବେ ବୋଲି ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। କପି ରୋକିବା ପାଇଁ ମଧ୍ୟ ସ୍କ୍ବାଡ୍‌ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। କପି ରୋକିବାକୁ ସମୁଦାୟ ୭୪ଟି ସ୍କ୍ବାଡ୍‌ ଗଠନ କରାଯାଇଛି। ସେଥିମଧ୍ୟରୁ ବୋର୍ଡ଼ ପକ୍ଷରୁ ୩୬ଟି ସ୍କ୍ବାଡ୍‌ ଗଠନ କରାଯାଇଥିବା ବୋର୍ଡ ସଭାପତି ସୂଚନା ଦେଇଛନ୍ତି। ତେବେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଶାନ୍ତି ଶୃଙ୍ଖଳାର ସହ ଶେଷ ହେବ ବୋଲି ସେ ଆଶାବାଦୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri