ଜୁଲାଇ ୨୨ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା, ପଢ଼ନ୍ତୁ କାର୍ଯ୍ୟସୂଚୀ…

କଟକ,୨୧ା୬ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସପ୍ଲିମେଣ୍ଟାରି ପରୀକ୍ଷା ଆସନ୍ତା ଜୁଲାଇ ୨୨ରୁ ୩୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର ପରୀକ୍ଷା ଗୋଟିଏ ସିଟିଂରେ ଏବଂ ଗୋଟିଏ ପ୍ରଶ୍ନପତ୍ରରେ ହେବ। ପ୍ରତିଦିନ ସକାଳ ୯ଟାରୁ ପୂର୍ବାହ୍ନ ସାଢେ ୧୧ଟା ପର୍ଯ୍ୟନ୍ତ ପରୀକ୍ଷା ହେବ। କେବଳ ଗଣିତ ପରୀକ୍ଷାରେ ଅଧିକ ୧୫ ମିନିଟ୍‌ ସମୟ ଦିଆଯିବ ଅର୍ଥାତ୍‌ ସେହିଦିନ ପୂର୍ବାହ୍ନ ୧୧ଟା ୪୫ ମିନିଟ୍‌ରେ ପରୀକ୍ଷା ଶେଷ ହେବ। ଏହି ପରୀକ୍ଷା ନିମନ୍ତେ ବୋର୍ଡ ପକ୍ଷରୁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି।

ଜୁଲାଇ ୨୨ ତାରିଖରେ ପ୍ରଥମ ଭାଷା ଓଡ଼ିଆ, ବଙ୍ଗଳା, ହିନ୍ଦୀ, ଉର୍ଦ୍ଦୁ, ତେଲୁଗୁ ପରୀକ୍ଷା ହେବ। ସେହିପରି ଜୁଲାଇ ୨୪ରେ ଦ୍ୱିତୀୟ ଭାଷା ଇଂଲିଶ, ହିନ୍ଦୀ, ପରିବେଶ ଓ ଜନସଂଖ୍ୟା ଶିକ୍ଷା(କେବଳ ମୂକ-ବଧିର ପରୀକ୍ଷାର୍ଥୀଙ୍କ ପାଇଁ), ୨୬ରେ ସାଧାରଣ ବିଜ୍ଞାନ, ୨୮ରେ ତୃତୀୟ ଭାଷା ଭିଜୁଆଲ୍‌ ଆର୍ଟ(ପ୍ରାକ୍ଟିକାଲ), ୨୯ରେ ଗଣିତ, ୩୦ରେ ସାମାଜିକ ବିଜ୍ଞାନ ଓ ୩୧ ତାରିଖରେ ତୃତୀୟ ଭାଷା ହିନ୍ଦୀ, ଓଡ଼ିଆ, ପାର୍ସି, ସଂସ୍କୃତ, ଭିଜୁଆଲ ଆର୍ଟ ଥିଓରି(ମୂକ-ବଧିର ପରୀକ୍ଷାର୍ଥୀଙ୍କ ପାଇଁ) ପରୀକ୍ଷା ହେବ। ଭିଜୁଆଲ ଆର୍ଟ ଏବଂ ଭୋକେସନାଲ ଟ୍ରେଡ୍‌ ବ୍ୟତୀତ ଅନ୍ୟ ସମସ୍ତ ବିଷୟରେ ୫୦ ମାର୍କର ସବ୍‌ଜେକ୍ଟିଭ ଓ ୫୦ ମାର୍କର ଅବ୍‌ଜେକ୍ଟିଭ ପ୍ରଶ୍ନ ଆସିବ। ଅବ୍‌ଜେକ୍ଟିଭ ପ୍ରଶ୍ନର ଉତ୍ତର ଓଏମ୍‌ଆର୍‌ ସିଟ୍‌ରେ ଏବଂ ସବ୍‌ଜେକ୍ଟିଭ ପ୍ରଶ୍ନର ଉତ୍ତର ପ୍ରଶ୍ନପତ୍ର ସଂଲଗ୍ନ ଉତ୍ତର ଖାତାରେ ଦେବାକୁ ହେବ। ଭୋକେସନାଲ ଟ୍ରେଡ୍‌ ଥିଓରୀ ବିଷୟଗୁଡ଼ିକରେ ୫୦ ମାର୍କ ଓ ଭିଜୁଆଲ ଆର୍ଟରେ ୨୦ ମାର୍କର ସବ୍‌ଜେକ୍ଟିଭ ପ୍ରଶ୍ନ ଆସିବ। ଭୋକେସନାଲ ଟ୍ରେଡ୍‌ଗୁଡ଼ିକର ପ୍ରାକ୍ଟିକାଲ ପରୀକ୍ଷା(୫୦ ମାର୍କ) ନିଜ ବିଦ୍ୟାଳୟରେ ଜୁଲାଇ ୧ରୁ ୬ ତାରିଖ ମଧ୍ୟରେ ଓସେପା ତତ୍ତ୍ୱାବଧାନରେ ଅନୁଷ୍ଠିତ ହେବ। ଏହି ପ୍ରାକ୍ଟିକାଲ ପରୀକ୍ଷାର ମାର୍କ ହାଇସ୍କୁଲର ପ୍ରଧାନଶିକ୍ଷକମାନେ ବୋର୍ଡର ପରୀକ୍ଷା ନିୟନ୍ତ୍ରକଙ୍କ ନିକଟକୁ ଡାକ ଯୋଗେ ପଠାଇବେ। ଏଥିସହ ଭିଜୁଆଲ ଆର୍ଟ ପ୍ରାକ୍ଟିକାଲ ପରୀକ୍ଷା (୮୦ ମାର୍କ) ନିର୍ଦ୍ଧାରିତ ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହେବ ବୋଲି ବୋର୍ଡ ପକ୍ଷରୁ ଶୁକ୍ରବାର ପ୍ରକାଶିତ ବିଜ୍ଞପ୍ତିରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri