ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା ଆରମ୍ଭ

ଭୁବନେଶ୍ୱର, ୧୫।୯(ବ୍ୟୁରୋ) ହାଇସ୍କୁଲ ସପ୍ଲିମେଣ୍ଟାରି ଓ ଓପନ ସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ସୋମବାରଠାରୁ ଆରମ୍ଭ ହୋଇଛି।ଏହା ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ୧୫୩ଟି କେନ୍ଦ୍ରରେ ୨୨ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା ଦେଉଥିବାବେଳେ ୮୮ କେନ୍ଦ୍ରରେ ଓପନ ସ୍କୁଲର ପ୍ରାୟ ୧୨,୫୦୦ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ପରୀକ୍ଷା ସମୟରେ କୋଭିଡ୍‌ ନିୟକୁ କଡ଼ାକଡ଼ି ପାଳନ କରାଯାଉଛି। ସମସ୍ତ କେନ୍ଦ୍ର ସାନିଟାଇଜ କରାଯିବା ସହିତ କୌଣସି ପ୍ରକାର ଭିଡ଼ ନ ହେବା ପାଇଁ ବ୍ୟବସ୍ଥା ହୋଇଛି। ପରୀକ୍ଷା କେନ୍ଦ୍ରରେ ସୁରକ୍ଷାକର୍ମୀ ନିୟୋଜିତ ହୋଇଛନ୍ତି। ପରୀକ୍ଷାକୁ ସୁରୁଖୁରୁରେ ସାରିବା ପାଇଁ ଶିକ୍ଷା ବିଭାଗଠାରୁ ଆରମ୍ଭ କରି ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ପରୀକ୍ଷା ଶେଷ ହେବା ପରେ ପରୀକ୍ଷା କେନ୍ଦ୍ରକୁ ଭଲ ଭାବେ ସାନିଟାଇଜ କରିବାର ବ୍ୟବସ୍ଥା କରିବାକୁ ଜିଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri