୨୨ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରି ପରୀକ୍ଷା

କଟକ,୧୭ା୭ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସପ୍ଲିମେଣ୍ଟାରି ପରୀକ୍ଷା ଆସନ୍ତା ୨୨ରୁ ୩୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ରାଜ୍ୟରୁ ମୋଟ୍‌ ୯୭୨ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବା ପାଇଁ ଫର୍ମ ପୂରଣ କରିଛନ୍ତି। ଏଥିପାଇଁ ୮୩ଟି ପରୀକ୍ଷାକେନ୍ଦ୍ର କରାଯାଇଛି। ପରୀକ୍ଷାର୍ଥୀଙ୍କ ଆଡ୍‌ମିଟ୍‌ କାର୍ଡ ବୋର୍ଡର ଓ୍ବେବ୍‌ସାଇଟ୍‌ www.bseodisha.ac.inରେ ଉପଲବ୍ଧ ହୋଇଛି।
ବୋର୍ଡ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ସପ୍ଲିମେଣ୍ଟାରି ପରୀକ୍ଷା ଗୋଟିଏ ସିଟିଂରେ ଏବଂ ଗୋଟିଏ ପ୍ରଶ୍ନପତ୍ରରେ ହେବ। ପ୍ରତିଦିନ ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୩୦ରେ ଶେଷହେବ। କେବଳ ଗଣିତ ପରୀକ୍ଷା ପାଇଁ ଅଧିକ ୧୫ ମିନିଟ୍‌ ସମୟ ଦିଆଯିବ ଅର୍ଥାତ୍‌ ସେହିଦିନ ପୂର୍ବାହ୍ନ ୧୧ଟା ୪୫ରେ ପରୀକ୍ଷା ଶେଷହେବ। ଆସନ୍ତା ୨୨ ତାରିଖରେ ପ୍ରଥମ ଭାଷା ଓଡ଼ିଆ, ବଙ୍ଗଳା, ହିନ୍ଦୀ, ଉର୍ଦ୍ଦୁ, ତେଲୁଗୁ ପରୀକ୍ଷା ହେବ। ସେହିପରି ୨୪ରେ ଦ୍ୱିତୀୟ ଭାଷା ଇଂଲିଶ, ହିନ୍ଦୀ, ପରିବେଶ ଓ ଜନସଂଖ୍ୟା ଶିକ୍ଷା(କେବଳ ମୂକ-ବଧିର ପରୀକ୍ଷାର୍ଥୀଙ୍କ ପାଇଁ), ୨୬ରେ ସାଧାରଣ ବିଜ୍ଞାନ, ୨୮ରେ ତୃତୀୟ ଭାଷା ଭିଜୁଆଲ୍‌ ଆର୍ଟ(ପ୍ରାକ୍ଟିକାଲ), ୨୯ରେ ଗଣିତ, ୩୦ରେ ସାମାଜିକ ବିଜ୍ଞାନ, ୩୧ ତାରିଖରେ ତୃତୀୟ ଭାଷା ହିନ୍ଦୀ, ଓଡ଼ିଆ, ପାର୍ଶି, ସଂସ୍କୃତ, ଭିଜୁଆଲ ଆର୍ଟ ଥିଓରି(ମୂକ-ବଧିର ପରୀକ୍ଷାର୍ଥୀଙ୍କ ପାଇଁ) ପରୀକ୍ଷା ହେବ। ଭିଜୁଆଲ ଆର୍ଟ ଓ ଭୋକେଶନାଲ ଟ୍ରେଡ୍‌ ବ୍ୟତୀତ ଅନ୍ୟ ସମସ୍ତ ବିଷୟରେ ୫୦ ମାର୍କର ସବ୍‌ଜେକ୍ଟିଭ ଓ ୫୦ ମାର୍କର ଅବ୍‌ଜେକ୍ଟିଭ ପ୍ରଶ୍ନ ଆସିବ। ଅବ୍‌ଜେକ୍ଟିଭ ପ୍ରଶ୍ନର ଉତ୍ତର ଓଏମ୍‌ଆର୍‌ ସିଟ୍‌ରେ ଏବଂ ସବ୍‌ଜେକ୍ଟିଭ ପ୍ରଶ୍ନର ଉତ୍ତର ପ୍ରଶ୍ନପତ୍ର ସଂଲଗ୍ନ ଉତ୍ତର ଖାତାରେ ଲେଖିବାକୁ ହେବ। ଭୋକେଶନାଲ ଟ୍ରେଡ୍‌ ଥିଓରି ବିଷୟଗୁଡ଼ିକରେ ୫୦ ମାର୍କ ଓ ଭିଜୁଆଲ ଆର୍ଟରେ ୨୦ ମାର୍କର ସବ୍‌ଜେକ୍ଟିଭ ପ୍ରଶ୍ନ ଆସିବ। ଭୋକେଶନାଲ ଟ୍ରେଡ୍‌ଗୁଡ଼ିକର ପ୍ରାକ୍ଟିକାଲ ପରୀକ୍ଷା(୫୦ ମାର୍କ) ନିଜ ବିଦ୍ୟାଳୟରେ ଜୁଲାଇ ୧ରୁ ୬ ତାରିଖ ମଧ୍ୟରେ ଓସେପା ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରାକ୍ଟିକାଲ ପରୀକ୍ଷାର ମାର୍କ ହାଇସ୍କୁଲର ପ୍ରଧାନ ଶିକ୍ଷକମାନେ ବୋର୍ଡର ପରୀକ୍ଷା ନିୟନ୍ତ୍ରକଙ୍କ ନିକଟକୁ ଡାକ ଯୋଗେ ପଠାଇବେ। ଏଥିସହ ଭିଜୁଆଲ ଆର୍ଟ ପ୍ରାକ୍ଟିକାଲ ପରୀକ୍ଷା (୮୦ ମାର୍କ) ନିର୍ଦ୍ଧାରିତ ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହେବ।
୨୧ରୁ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା
ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ୨୦୨୪(୨ୟ) ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବ। ପୂର୍ବରୁ ପ୍ରକାଶିତ କାର୍ଯ୍ୟସୂଚୀ ଅନୁଯାୟୀ ପରୀକ୍ଷା ହେବ। ରାଜ୍ୟରୁ ମୋଟ ୨୪,୫୨୦ ଛାତ୍ରୀଛାତ୍ର ଏହି ପରୀକ୍ଷା ପାଇଁ ଫର୍ମ ପୂରଣ କରିଛନ୍ତି। ଏଥିପାଇଁ ୧୨୧ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ପରୀକ୍ଷାର୍ଥୀଙ୍କ ଆଡ୍‌ମିଟ୍‌ କାର୍ଡ ବୋର୍ଡ ଓ୍ବେବ୍‌ସାଇଟ୍‌ www.bseodisha.ac.inରେ ଉପଲବ୍ଧ ହୋଇଛି। ଏନେଇ ବୋର୍ଡ ପକ୍ଷରୁ ପୂର୍ବରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri