ପ୍ରଧାନଶିକ୍ଷକଙ୍କ ଅନୁରୋଧ କ୍ରମେ ବଦଳିଲା ନିଷ୍ପତ୍ତି, ବଢ଼ିଲା ମାଟ୍ରିକ୍‌ ସପ୍ଲିମେଣ୍ଟାରି ଫର୍ମ ପୂରଣ ଅବଧି

କଟକ,୧୯।୫(କାର୍ତ୍ତିକ ସାହୁ): ଜୁଲାଇ ପ୍ରଥମ ସପ୍ତାହରେ ହେବାକୁ ଥିବା ଚଳିତବର୍ଷର ମାଟ୍ରିକ୍‌ ସପ୍ଲିମେଣ୍ଟାରି (ରେଗୁଲାର, ଏକ୍ସ-ରେଗୁଲାର, ପତ୍ର ମାଧ୍ୟମ ରେଗୁଲାର ଓ ଏକ୍ସ-ରେଗୁଲାର) ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ(୨ୟ) ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧି ଆସନ୍ତା ମେ’ ୨୫ ତାରିଖ ଯାଏ ବଢ଼ାଇ ଦିଆଯାଇଛି। ପରୀକ୍ଷାର୍ଥୀମାନେ ୨୫ ତାରିଖ ମଧ୍ୟରାତ୍ର ଯାଏ ଫର୍ମ ପୂରଣ ଓ ଦେୟ ଦାଖଲ କରିପାରିବେ। ହାଇସ୍କୁଲଗୁଡ଼ିକର ପ୍ରଧାନଶିକ୍ଷକମାନଙ୍କ ଅନୁରୋଧକ୍ରମେ ଏଭଳି ନିଷ୍ପତ୍ତି ନିଆଯାଇଛି। ଏହାପରେ ଆଉ ସମୟସୀମାକୁ ବଢ଼ାଯିବ ନାହିଁ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ସୋମବାର ପ୍ରେସ୍‌ ଇସ୍ତାହାରରେ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ସପ୍ଲିମେଣ୍ଟାରି ପରୀକ୍ଷା ନିମନ୍ତେ ଗତ ୮ ତାରିଖରୁ ଫର୍ମ ପୂରଣ ଆରମ୍ଭ ହୋଇଛି। ଅନ୍‌ଲାଇନ ଜରିଆରେ ବୋର୍ଡ ଓ୍ବେବ୍‌ସାଇଟ୍‌ www.bseodisha.ac.inରେ ଉପଲବ୍ଧ ଲିଙ୍କ୍‌ରେ ଫର୍ମ ପୂରଣ ଓ ଦେୟ ଦାଖଲ କରାଯାଉଛି। ଅନ୍‌ଲାଇନ ଫର୍ମ ପୂରଣର ସମସ୍ତ ତଥ୍ୟ ବୋର୍ଡ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ରହିଛି। ରେଗୁଲାର ଓ ଏକ୍ସରେଗୁଲାର ପରୀକ୍ଷାର୍ଥୀମାନେ ନିଜ ହାଇସ୍କୁଲର ମୁଖ୍ୟମାନଙ୍କ ଦ୍ୱାରା ଏବଂ ପତ୍ରମାଧ୍ୟମ ପରୀକ୍ଷାର୍ଥୀମାନେ ବୋର୍ଡର ଶାଖା କାର୍ଯ୍ୟାଳୟରେ ସହସମ୍ପାଦକଙ୍କ ଦ୍ୱାରା ଫର୍ମ ପୂରଣ କରିବେ। ଫର୍ମ ପୂରଣ ଓ ଦେୟ ଦାଖଲର ଅନ୍ତିମ ସମୟ ୧୮ ତାରିଖ ରାତ୍ର ୧୧.୪୫ ଯାଏ ରହିଥିବା ବେଳେ ଏବେ ଏହାକୁ ବର୍ଦ୍ଧିତ କରାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

ହଠାତ୍ ଆକ୍ରମଣରେ ଥରିଲା ରୁଷିଆ, ହଜାରେରୁ ଅଧିକ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ

ମସ୍କୋ,୨୦ା୯: ରୁଷିଆ ଉପରେ ୟୁକ୍ରେନ୍‌ ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ କରିଛି । ରୁଷିଆର ଅଧିକାରୀଙ୍କ ଦାବି ଅନୁସାରେ, ବିଭିନ୍ନ ଅଞ୍ଚଳରେ ୧,୧୦୦ରୁ ଅଧିକ ୟୁକ୍ରେନୀୟ ଡ୍ରୋନ୍‌ ଉଡ଼ିଥିଲା।…

ଏଥର ପୋଲିସ ପାଳି, ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ ଭିଡିଓ ପୋଷ୍ଟ କଲେ…

ଭୁବନେଶ୍ୱର,୨୦ା୯: ଏଣିକି ପୋଲିସ ପାଳି। ରାଜ୍ୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଗାଇଡ୍‌ଲାଇନ୍‌ ଜାରି…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା: ସମୁଦ୍ର ଛାଡ଼ି କୂଳମୁହାଁ ମତ୍ସ୍ୟଜୀବୀ, ଆଶଙ୍କାରେ ଲୋକେ

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସହିତ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଚିନ୍ତା ବାଇଛି। ଫଳରେ ବିଶେଷ କରି ଉପକୂଳ ଅଞ୍ଚଳ ପାରମ୍ପରିକ ମାଛ…

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?