ମାଟ୍ରିକ, ଯୁକ୍ତ୨ ପରୀକ୍ଷା ପ୍ରସ୍ତୁତି ଶେଷ: ମନ୍ତ୍ରୀ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ):ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ମାର୍ଚ୍ଚ ୧୦ରୁ ଆରମ୍ଭ ହେବ। ଏଥିପାଇଁ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇସାରିଥିବା ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶସୂଚନା ଦେଇଛନ୍ତି। ସେ କହିଛନ୍ତି, ମାଟ୍ରିକ ସମ୍ମେଟିଭ୍‌ ଆସେସ୍‌ମେଣ୍ଟ-୧ ସୁରୁଖୁରୁରେ ପରିଚାଳନା ହୋଇଥିଲା। ତେଣୁ ସମ୍ମେଟିଭ୍‌ ଆସେସ୍‌ମେଣ୍ଟ-୨ ମଧ୍ୟ ଭଲରେ ଶେଷ ହେବ ବୋଲି ଆମେ ଆଶା ରଖିଛୁ। ଅଧିକାଂଶ ପରୀକ୍ଷା କେନ୍ଦ୍ର ପୂର୍ବରୁ ଯେଉଁସବୁ ସ୍ଥାନରେ ହେଉଥିଲା ସେଠାରେ ରହିଥିବାବେଳେ କିଛି ପରୀକ୍ଷା କେନ୍ଦ୍ର ବଦଳାଯାଇଛି।
ସେହିପରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ଶେଷ ହୋଇଥିବାବେଳେ ଲିଖିତ ପରୀକ୍ଷା ଆସନ୍ତା ମାର୍ଚ୍ଚ ୧ରୁ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୫ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ଏଥିପାଇଁ ମଧ୍ୟ ପ୍ରସ୍ତୁତି ସରିଛି। ଅପରପକ୍ଷେ ଆସନ୍ତା ୨୦ ତାରିଖରେ ଆରମ୍ଭ ହେବାକୁ ଥିବା ନବମ ପରୀକ୍ଷା ପାଇଁ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଥିବା ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ମାଟ୍ରିକ ପରୀକ୍ଷା ପାଇଁ ଏଥର ୧,୧୪୪ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ପରୀକ୍ଷା କେନ୍ଦ୍ର ଭାବେ ମନୋନୀତ କରାଯାଇଛି। ସେହିପରି ପରୀକ୍ଷାରେ ସ୍ବଚ୍ଛତା ଆଣିବା ଲାଗି ପ୍ରଶ୍ନପତ୍ର ସୁରକ୍ଷାକୁ ଗୁରୁତ୍ୱ ଦେଇ ୨୦୨ଟି ହବ୍‌ କେନ୍ଦ୍ର ପ୍ରସ୍ତୁତ କରାଯାଇଛି। ସେହିଭଳି ଚଳିତବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ମୋଟ ୩ଲକ୍ଷ ୫୮ହଜାର ୪୯୯ଜଣ ଛାତ୍ରୀଛାତ୍ର ଯୁକ୍ତ୨ ପରୀକ୍ଷା ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri