‘ଜୁନ୍‌ ୧୪ରୁ ମାଟ୍ରିକ ପରୀକ୍ଷା ଖବର ମିଥ୍ୟା’

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଜୁନ ୧୪ରେ ମାଟ୍ରିକ ପରୀକ୍ଷା ହେବା ନେଇ ପ୍ରଚାରିତ ଖବର ମିଥ୍ୟା ବୋଲି ସ୍ପଷ୍ଟ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାକୁ ବାତିଲ କରାଯାଇଛି। ମାତ୍ର ମାଟ୍ରିକ ପରୀକ୍ଷା ହେବା ନେଇ ବିଭାଗ ପକ୍ଷରୁ ବୈଠକ ବସି ନିଷ୍ପତ୍ତି ହୋଇଥିବା ଓ ଜୁନ ୧୪ରୁ ୨୬ ପର୍ଯ୍ୟନ୍ତ ପରୀକ୍ଷା ହେବା ନେଇ ମନ୍ତ୍ରୀ ଦାଶ ଟୁଇଟ୍‌ କରିଥିବା ସଂକ୍ରାନ୍ତ ଖବର ସୋସିଆଲ ମିଡିଆରେ ଘୂରିବୁଲିଥିଲା। ଏହାକୁ ବିଭିନ୍ନ ମହଲରୁ ସମାଲୋଚନା କରାଯିବା ପରେ ସତ ସାମ୍ନାକୁ ଆସିଥିଲା। କେହି ଜଣେ ଦୁର୍ବୃତ୍ତ ମନ୍ତ୍ରୀଙ୍କ ନାଁରେ ଫେକ୍‌ ଟୁଇଟର ଆକାଉଣ୍ଟ ଖୋଲି ଏଭଳି ଲେଖିଥିବା ଜଣାପଡ଼ିଛି। ସେଥିରେ ଲେଖାଯାଇଛି ଯେ, ପୂର୍ବ ନିଷ୍ପତ୍ତି ଅନୁସାରେ, ଦଶମ ବୋର୍ଡ ପରୀକ୍ଷାକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବାତିଲ କରାଯାଇଥିଲା। କିନ୍ତୁ ସମସ୍ତ କଲେଜ ଛାତ୍ରୀଛାତ୍ରଙ୍କର ଧାରଣା ଯୋଗୁ ଆଜି ପୁନର୍ବାର ବୈଠକରେ ଆଲୋଚନା ହୋଇଛି ଯେ, ଦଶମ ବୋର୍ଡ ପରୀକ୍ଷା ଆସନ୍ତା ଜୁନ ୧୪ତାରିଖରୁ ୨୬ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ମନ୍ତ୍ରୀ ଦାଶ ଉକ୍ତ ନକଲି ଟୁଇଟ୍‌ର ସ୍କ୍ରିନ୍‌ଶଟ୍‌ ନେଇ ନିଜ ଟୁଇଟର ଆକାଉଣ୍ଟରେ ଶେୟାର କରିବା ସହ ଲେଖିଛନ୍ତି ଯେ, କେହି ଜଣେ ବଦମାସ୍‌ ମୋ ନାମରେ ଫେକ୍‌ ଆକାଉଣ୍ଟ୍‌ ଖୋଲି ଏସବୁ ମିଥ୍ୟା ପୋଷ୍ଟ କରି ପ୍ରଚାର କରୁଥିବା ନଜରକୁ ଆସିଛି। ସମସ୍ତଙ୍କୁ ଅନୁରୋଧ ଏସବୁଠୁ ଦୂରେଇ ରୁହନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲରେ ବି ଏପରି ରଖନ୍ତୁ ନାହିଁ ଅଫିସ ବ୍ୟାଗ: କ୍ୟାରିୟର ହେବ ବଡ଼ କ୍ଷତି, ପାଖରୁ ପଳାଇବ ସବୁ ଧନ !

ଅଫିସରୁ ଫେରିବା ପରେ ଥକିଯାଇ ଅନେକ ସମୟରେ ଆମେ ନିଜ ଅଫିସ ବ୍ୟାଗକୁ ଘରର ଯେକୌଣସି ସ୍ଥାନରେ ରଖିଦେଉ। କେହି କେହି ତ ବ୍ୟାଗ ଖୋଲିବା ମାତ୍ରେ…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?