ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ ଆରମ୍ଭ ହୋଇଛି। ପ୍ରଥମ ଦିନରେ ଓଡ଼ିଆ ପରୀକ୍ଷା ଥିବାବେଳେ କଡ଼ା ପୋଲିସ ମୁତୟନ ମଧ୍ୟରେ ୮୦୬ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ଫେବୃଆରୀ ୧୯ରୁ ଆରମ୍ଭ ହୋଇଥିବା ଏହି ପରୀକ୍ଷା ଆସନ୍ତା ମାର୍ଚ୍ଚ ୨ ତାରିଖରେ ସରିବ।

ବ୍ଲକ ଶିକ୍ଷାଧିକାରୀ (ବିଇଓ) ତପିମଣି ଜାନୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ବ୍ଲକର ୬ଟି କେନ୍ଦ୍ରରେ ମୋଟ ୮୩୫ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବା ପାଇଁ ବ୍ୟବସ୍ଥା ହୋଇଥିଲା। ମାତ୍ର କୌଣସି କାରଣରୁ ୨୯ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଥିଲେ। ଗୋପାଳପୁରସ୍ଥିତ ସରକାରୀ ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟରେ ୧୦୭ ଜଣଙ୍କ ମଧ୍ୟରୁ ୧୦୬, ଶ୍ରୀମସ୍କା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୧୭୨ ଜଣଙ୍କ ମଧ୍ୟରୁ ୧୬୪, ଡୁମେରପଦର ସରକାରୀ ଏସଏସଡି ହାଇସ୍କୁଲରେ ୧୬୦ ଜଣଙ୍କ ମଧ୍ୟରୁ ୧୫୫, ଥୁଆମୂଳ ରାମପୁର ସରକାରୀ ହାଇସ୍କୁଲରେ ୧୪୩ ଜଣଙ୍କ ମଧ୍ୟରୁ ୧୩୮, ଗୁଣୁପୁର ସରକାରୀ ଏସଏସଡି ହାଇସ୍କୁଲରେ ୧୬୭ ଜଣଙ୍କ ମଧ୍ୟରୁ ୧୫୮ ଏବଂ ଗୋପାଳପୁର ସରକାରୀ ଏସଏସଡି ବାଳକ ଉଚ୍ଚ ବିଦ୍ୟାଳୟରେ ୮୬ ଜଣଙ୍କ ମଧ୍ୟରୁ ୮୫ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି।

ଏହି ସମସ୍ତ ୬ଟି ପରୀକ୍ଷା କେନ୍ଦ୍ର ପାଇଁ ସରକାରୀ ଉଚ୍ଚ ବିଦ୍ୟାଳୟ ଥୁଆମୂଳ ରାମପୁରକୁ ନୋଡାଲ ସେଣ୍ଟର ଭାବେ କରାଯାଇଛି। ନୋଡାଲ ଅଫିସର ଭାବେ ବିଡ଼ିଓ ଧ୍ରୁବ ଚରଣ ମୁଦୁଲି, ତହସିଲଦାର ସତ୍ୟ ସନାତନ ପାଣିଗ୍ରାହୀ, ଏବିଇଓ ହେମନ୍ତ ପଣ୍ଡା ଓ ପ୍ରଧାନ ଶିକ୍ଷକ କୃତିବାସ ନାଏକ ପ୍ରମୁଖ ତତ୍ତ୍ୱାବଧାନରେ ରହିଛନ୍ତି। ସେହିପରି ପରୀକ୍ଷା ପରିଚାଳନାରେ ସ୍ୱଚ୍ଛତା ଓ ସୁରକ୍ଷା ପାଇଁ ୨୪ ଘଣ୍ଟିଆ ପୋଲିସ ପହରା ବ୍ୟବସ୍ଥା କରାଯାଇଛି। ଥୁଆମୂଳ ରାମପୁର ଥାନା ଅଧିକାରୀ କୈବଲ୍ୟ ସେଠ୍‌ଙ୍କ ନେତୃତ୍ୱରେ ସ୍ଥାନୀୟ ପୋଲିସ ସମେତ କର୍ଲାପାଟ ଓ ଜିଲା ରିଜର୍ଭ ପୋଲିସ ବାହିନୀ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ମୁତୟନ ହୋଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri