ମାଟ୍ରିକ ପରୀକ୍ଷା ଫର୍ମପୂରଣ ସ୍ଥଗିତ

ଭୁବନେଶ୍ୱର, ୭।୧୧(ବ୍ୟୁରୋ) ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପ୍ରକ୍ରିୟାକୁ ସ୍ଥଗିତ ରଖାଯାଇଛି। ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଫର୍ମ ପୂରଣ ନେଇ ପରବର୍ତ୍ତୀ ବିଜ୍ଞପ୍ତି ପରେ ପ୍ରକାଶ ପାଇବ ବୋଲି ଜଣାଯାଇଛି । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ନିର୍ଦ୍ଦେଶ ପରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପ୍ରକ୍ରିୟାକୁ ସ୍ଥଗିତ ରଖାଯାଇଛି । ବିଜ୍ଞପ୍ତିକୁ ନେଇ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଅସନ୍ତୁଷ୍ଟ ଥିଲେ । ବିନା ପାଠପଢାରେ ପରୀକ୍ଷା ପ୍ରସ୍ତୁତିକୁ ନାପସନ୍ଦ କରାଯାଇଥିଲା ।
ସୂଚନାଯୋଗ୍ୟ, ପ୍ରାୟ ୮ ମାସ ହେବ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ସରକାର କେତେବେଳେ ସ୍କୁଲ ଖୋଲିବାକୁ କହୁଛନ୍ତି ତ ପୁଣି କେତେବେଳେ ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍କୁଲ ବନ୍ଦ ରଖିବାକୁ କହୁଛନ୍ତି । ହେଲେ ମାଧ୍ୟମିକ ଶିକ୍ଷାପରିଷଦ ପକ୍ଷରୁ ଚଳିତ ମାସ ୫ ତାରିଖରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ଅଚାନକ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଏହାକୁ ନେଇ ବିଭିନ୍ନ ମହଲରୁ ସମାଲୋଚନା କରାଯାଇଥିଲା । ଏହାପରେ ରାଜ୍ୟ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ନିର୍ଦ୍ଦେଶକ୍ରମେ ଏହି ବିଜ୍ଞପ୍ତିକୁ ସ୍ଥଗିତ ରଖିଛନ୍ତି ରାଜ୍ୟ ଗଣଶିକ୍ଷା ବିଭାଗ ।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ୟାରିୟରରେ ପଡ଼ିବ ପୂର୍ଣ୍ଣଚ୍ଛେଦ! ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ହେବ…

ମୁମ୍ବାଇ,୧୬।୭: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ଓପନର ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ରିକେଟ୍ କ୍ୟାରିୟରର ଅନ୍ତ ଘଟିବାକୁ ଯାଉଛି। ଲର୍ଡସ ଠାରେ ଜୁଲାଇ…

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍…

ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ…

ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri