ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ। ଏକସଙ୍ଗେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ମଧ୍ୟ ଆରମ୍ଭ ହେବ। ସୂଚନାଯୋଗ୍ୟ, ଚଳିତବର୍ଷ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷାରେ ମୋଟ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ ଫର୍ମପୂରଣ କରିଥିବା ବେଳେ ୩୨୨ଟି ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ଗଚ୍ଛିତ ରହିଛି। ୩୦୮୨ଟି ପରୀକ୍ଷା କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ସାଢେ ୭ଟାରୁ କେନ୍ଦ୍ର ମଧ୍ୟକୁ ପ୍ରବେଶ କରିବେ ଛାତ୍ରୀଛାତ୍ର। ମୋଟ ୩ ହଜାର ୮୨ଟି ସେଣ୍ଟରରେ ସିସିଟିଭି ବ୍ୟବସ୍ଥା କରାଯାଇଛି। କପି କରୁଥିବା ଛାତ୍ରୀଛାତ୍ରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କପି ଯୋଗାଇଲେ କିମ୍ବା କିଛି ଅନିୟମିତତା କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଜରୁରିକାଳୀନ ପରିସ୍ଥିତି ପରୀକ୍ଷା କେନ୍ଦ୍ରରେ ପ୍ରବେଶ ଲାଗି ପରୀକ୍ଷାର୍ଥୀଙ୍କୁ ଅଧିକ ୧୫ ମିନିଟ୍‌ ସମୟ ଦିଆଯାଇଛି। ସବ୍‌ଜେକ୍ଟିଭ ଏବଂ ଅବ୍‌ଜେକ୍ଟିଭରେ ଯଥାକ୍ରମେ ୫୦ ମାର୍କର ପ୍ରଶ୍ନ ରହିବ। ତେବେ ଭିନ୍ନକ୍ଷମ ପରୀକ୍ଷାର୍ଥୀଙ୍କ ପରୀକ୍ଷା ଲାଗି ଅତିରିକ୍ତ ୫୦ ମିନିଟ ସମୟ ଦିଆଯିବ। ପ୍ରତିଦିନ ଗୋଟିଏ ସିଟିଂରେ ପରୀକ୍ଷା କରାଯିବ। ଭିନ୍ନକ୍ଷମ ପରୀକ୍ଷାର୍ଥୀଙ୍କ ପାଇଁ ସେଣ୍ଟର ସହାୟକ ଲେଖାଳି ଯୋଗାଇଦେବେ। ଯଦି ନିଜେ ଚାହିଁବେ ତେବେ ଦଶମ ଶ୍ରେଣୀରୁ ତଳ ଶ୍ରେଣୀର ଛାତ୍ରଙ୍କୁ ସହାୟକ ଲେଖାଳି ଭାବେ ଭିନ୍ନକ୍ଷମ ପରୀକ୍ଷାର୍ଥୀ ଆଣି ପାରିବେ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ପରୀକ୍ଷା ପରିଚାଳନା ତଦାରଖ ପାଇଁ ଚତୁଃସ୍ତରୀୟ ସ୍କ୍ବାଡ୍‌ ବ୍ୟବସ୍ଥା କରାଯାଇଛି। ଚଳିତବର୍ଷ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସମସ୍ତ ପରୀକ୍ଷା କେନ୍ଦ୍ର ସମେତ ନୋଡାଲ ସେଣ୍ଟରରେ ଲାଇଭଷ୍ଟ୍ରିମିଂ ବ୍ୟବସ୍ଥା ହୋଇଛି। କୌଣସି ବିଶୃଙ୍ଖଳା ହେଲେ ଏହି ବ୍ୟବସ୍ଥାରେ ବୋର୍ଡ ମୁଖ୍ୟାଳୟ ଜାଣିପାରିବ। ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ବୁକ୍‌ଲେଟର ପ୍ରତି ପୃଷ୍ଠା ତଥା ପ୍ରତି ନମ୍ବରରେ ୱାଟରମାର୍କ ରହିଛି। ପ୍ରଶ୍ନପତ୍ର ଭାଇରାଲ ହେଲେ, ତାହା ସହଜରେ ଧରିହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri