ମାଟ୍ରିକ ପରୀକ୍ଷା ଫଳ: ପ୍ରଜ୍ଞାରାଣୀ ବ୍ଲକ ଟପ୍ପର

ଦିଗପହଣ୍ଡି,୩।୫(ଅଶେଷ ନାଥ ମିଶ୍ର): ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷ ୧୦ମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ ପାଇଛି। ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ପାସହାର ଶତ ପ୍ରତିଶତ ରହିଥିବା ବେଳେ ଛାତ୍ରୀ ପ୍ରଜ୍ଞାରାଣୀ ପଣ୍ଡା ୬୦୦ ମାର୍କରୁ ୫୬୩ ନମ୍ବର ରଖି ବ୍ଲକ ଟପ୍ପର ହୋଇଥିବା ଜଣାପଡିଛି । ଚଳିତ ବର୍ଷ ଶିଶୁ ବିଦ୍ୟାମନ୍ଦିରର ୧୧୫ ଜଣ ବିଦ୍ୟାର୍ଥୀ ପରୀକ୍ଷା ଦେଇଥିବା ବେଳେ ସେଥିରୁ ୯ ଜଣ ଏ-୧ ଗ୍ରେଡ , ୨୬ ଜଣ ଏ- ୨ , ୨୯ ଜଣ ବି-୧ , ୩୦ ଜଣ ବି-୨ , ସି- ୧୯ , ଡି ଗ୍ରେଡରେ ୨ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏ-୧ ଗ୍ରେଡ଼ ରଖିଥିବା ଅନ୍ୟ ଛାତ୍ରୀଛାତ୍ର ମାନେ ହେଲେ ସ୍ବୟଂସିଦ୍ଧା ପଣ୍ଡା ( ୫୬୦) , ପ୍ରଣୀତ ଜେନା ( ୫୫୯) , ଦିବ୍ୟ ରଞ୍ଜନ ଚୌଧୁରୀ ( ୫୫୮) , ସୁମିତ ଷଡ଼ଙ୍ଗୀ ( (୫୪୮) , ଇଷିକା ଜେନା ( ୫୪୬) , ଦେବଶ୍ରୀ ନାୟକ ( ୫୪୫) , ଦୀପିକା ନାୟକ (୫୪୩) , ଦେବାଶିଷ ପାଢ଼ୀ (୫୪୨।

ଛାତ୍ରୀଛାତ୍ରଙ୍କ ଏଭଳି ସଫଳତା ପାଇଁ ଶିଶୁ ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଷଷ୍ଠୀ ପ୍ରସାଦ ବିଷୋୟୀ ଓ ଭଗବତୀ ପ୍ରସାଦ ମିଶ୍ର , ବିଦ୍ୟାମନ୍ଦିର ପରିଚାଳନା ସମିତି ସଭାପତି ରାମଚନ୍ଦ୍ର ସାହୁ ,ସମ୍ପାଦକ ପ୍ରକାଶ ଚନ୍ଦ୍ର ପ୍ରଧାନଙ୍କ ସମେତ ସମସ୍ତ ଆଚାର୍ଯ୍ୟା ଆଚାର୍ଯ୍ୟ ପ୍ରମୁଖ ଶୁଭକାମନା ଜଣାଇବା ସହ ସେମାନଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି। ଏଭଳି ସଫଳତା ପାଇଁ ବିଦ୍ୟାମନ୍ଦିରର ସମସ୍ତ ଆଚାର୍ଯ୍ୟା ଆଚାର୍ଯ୍ୟଙ୍କ ଦକ୍ଷତା, ମାତାପିତାଙ୍କ ଓ ଗୁରୁଜନଙ୍କ ଆର୍ଶୀବାଦ ଓ ପ୍ରେରଣା ଫଳରେ ଏଭଳି କୃତିତ୍ୱ ହାସଲ କରିପାରିଥିବା ଛାତ୍ରୀଛାତ୍ରମାନେ ସେମାନଙ୍କ ପ୍ରତିକ୍ରିୟାରେ କହିଛନ୍ତି । ସେହିପରି ଦିଗପହଣ୍ଡି ବ୍ଲକର ୩୩ଟି ସରକାରୀ ଓ ୨ଟି ବେସରକାରୀ ହାଇସ୍କୁଲର ୨୩୨୩ ଛାତ୍ରୀଛାତ୍ର ପରୀକ୍ଷା ନିମନ୍ତେ ଫର୍ମ ପୂରଣ କରିଥିଲେ। ସେଥି ମଧ୍ୟରୁ ୨୩୦୧ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୨୨୪୫ ଛାତ୍ରୀଛାତ୍ର ପାସ କରିଥିବା ବ୍ଲକ ସହକାରୀ ଶିକ୍ଷାଧିକାରୀ ବାଳା ମାଝୀ ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri