ମାଟ୍ରିକ ପରୀକ୍ଷା ଫଳ: ପ୍ରଜ୍ଞାରାଣୀ ବ୍ଲକ ଟପ୍ପର

ଦିଗପହଣ୍ଡି,୩।୫(ଅଶେଷ ନାଥ ମିଶ୍ର): ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷ ୧୦ମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ ପାଇଛି। ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ପାସହାର ଶତ ପ୍ରତିଶତ ରହିଥିବା ବେଳେ ଛାତ୍ରୀ ପ୍ରଜ୍ଞାରାଣୀ ପଣ୍ଡା ୬୦୦ ମାର୍କରୁ ୫୬୩ ନମ୍ବର ରଖି ବ୍ଲକ ଟପ୍ପର ହୋଇଥିବା ଜଣାପଡିଛି । ଚଳିତ ବର୍ଷ ଶିଶୁ ବିଦ୍ୟାମନ୍ଦିରର ୧୧୫ ଜଣ ବିଦ୍ୟାର୍ଥୀ ପରୀକ୍ଷା ଦେଇଥିବା ବେଳେ ସେଥିରୁ ୯ ଜଣ ଏ-୧ ଗ୍ରେଡ , ୨୬ ଜଣ ଏ- ୨ , ୨୯ ଜଣ ବି-୧ , ୩୦ ଜଣ ବି-୨ , ସି- ୧୯ , ଡି ଗ୍ରେଡରେ ୨ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏ-୧ ଗ୍ରେଡ଼ ରଖିଥିବା ଅନ୍ୟ ଛାତ୍ରୀଛାତ୍ର ମାନେ ହେଲେ ସ୍ବୟଂସିଦ୍ଧା ପଣ୍ଡା ( ୫୬୦) , ପ୍ରଣୀତ ଜେନା ( ୫୫୯) , ଦିବ୍ୟ ରଞ୍ଜନ ଚୌଧୁରୀ ( ୫୫୮) , ସୁମିତ ଷଡ଼ଙ୍ଗୀ ( (୫୪୮) , ଇଷିକା ଜେନା ( ୫୪୬) , ଦେବଶ୍ରୀ ନାୟକ ( ୫୪୫) , ଦୀପିକା ନାୟକ (୫୪୩) , ଦେବାଶିଷ ପାଢ଼ୀ (୫୪୨।

ଛାତ୍ରୀଛାତ୍ରଙ୍କ ଏଭଳି ସଫଳତା ପାଇଁ ଶିଶୁ ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଷଷ୍ଠୀ ପ୍ରସାଦ ବିଷୋୟୀ ଓ ଭଗବତୀ ପ୍ରସାଦ ମିଶ୍ର , ବିଦ୍ୟାମନ୍ଦିର ପରିଚାଳନା ସମିତି ସଭାପତି ରାମଚନ୍ଦ୍ର ସାହୁ ,ସମ୍ପାଦକ ପ୍ରକାଶ ଚନ୍ଦ୍ର ପ୍ରଧାନଙ୍କ ସମେତ ସମସ୍ତ ଆଚାର୍ଯ୍ୟା ଆଚାର୍ଯ୍ୟ ପ୍ରମୁଖ ଶୁଭକାମନା ଜଣାଇବା ସହ ସେମାନଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି। ଏଭଳି ସଫଳତା ପାଇଁ ବିଦ୍ୟାମନ୍ଦିରର ସମସ୍ତ ଆଚାର୍ଯ୍ୟା ଆଚାର୍ଯ୍ୟଙ୍କ ଦକ୍ଷତା, ମାତାପିତାଙ୍କ ଓ ଗୁରୁଜନଙ୍କ ଆର୍ଶୀବାଦ ଓ ପ୍ରେରଣା ଫଳରେ ଏଭଳି କୃତିତ୍ୱ ହାସଲ କରିପାରିଥିବା ଛାତ୍ରୀଛାତ୍ରମାନେ ସେମାନଙ୍କ ପ୍ରତିକ୍ରିୟାରେ କହିଛନ୍ତି । ସେହିପରି ଦିଗପହଣ୍ଡି ବ୍ଲକର ୩୩ଟି ସରକାରୀ ଓ ୨ଟି ବେସରକାରୀ ହାଇସ୍କୁଲର ୨୩୨୩ ଛାତ୍ରୀଛାତ୍ର ପରୀକ୍ଷା ନିମନ୍ତେ ଫର୍ମ ପୂରଣ କରିଥିଲେ। ସେଥି ମଧ୍ୟରୁ ୨୩୦୧ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୨୨୪୫ ଛାତ୍ରୀଛାତ୍ର ପାସ କରିଥିବା ବ୍ଲକ ସହକାରୀ ଶିକ୍ଷାଧିକାରୀ ବାଳା ମାଝୀ ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?