ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ସୂଚୀ, ପ୍ରଥମ ଦିନରେ ଓଡ଼ିଆ

କଟକ ଅଫିସ,୮।୨: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ସୂଚୀ ସୋମବାର ପ୍ରକାଶ ପାଇଛି। ମେ ୩ରୁ ପରୀକ୍ଷା ଆରମ୍ଭ ହୋଇ ୧୫ ତାରିଖରେ ଶେଷ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ହେବ। ୫ ତାରିଖରେ ସେକେଣ୍ଡ ଲାଙ୍ଗୁଏଜ୍‌ ଇଂଲିଶ, ୭ରେ ଥାର୍ଡ ଲାଙ୍ଗୁଏଜ୍‌ ହିନ୍ଦୀ, ୮ରେ ଥାର୍ଡ ଲାଙ୍ଗୁଏଜ୍‌ ସଂସ୍କୃତ, ୧୦ରେ ଗଣିତ, ୧୨ରେ ବିଜ୍ଞାନ, ୧୫ରେ ସାମାଜିକ ବିଜ୍ଞାନ ପରୀକ୍ଷା ହେବ। ପରୀକ୍ଷା ସକାଳ ୮ଟାରୁ ଆରମ୍ଭ ହୋଇ ୧୦ଟା ପର୍ଯ୍ୟନ୍ତ ଚାଲିବ। ଗଣିତ ପରୀକ୍ଷାରେ ଛାତ୍ରୀଛାତ୍ରଙ୍କୁ ଅଧିକ ୧୫ ମିନିଟ ସମୟ ଦିଆଯିବ। ଅର୍ଥାତ ୧୦ଟା ୧୫ରେ ପରୀକ୍ଷା ଶେଷ ହେବା। ୭ଟା ୪୫ରେ ଉଭୟ ଅବ୍‌ଜେକ୍ଟିଭ ଓ ସବ୍‌ଜେକ୍ଟିଭ ପ୍ରଶ୍ନପତ୍ର ବଣ୍ଟାଯିବ। ଅବ୍‌ଜେକ୍ଟିଭ ସକାଳ ୮ଟାରୁ ୯ଟା ଏବଂ ସବ୍‌ଜେକ୍ଟିଭ ପରୀକ୍ଷା ୯ଟାରୁ ୧୦ଟା ପର୍ଯ୍ୟନ୍ତ ହେବ। ଗଣିତ ଅବଜେକ୍ଟିଭ ପରୀକ୍ଷା ସକାଳ ୮ଟାରୁ ୯ଟା ୧୫ ଯାଏ ଚାଲିବ। ଛାତ୍ରୀଛାତ୍ରମାନେ ଓଏମ୍‌ଆର୍‌ରେ ଅବ୍‌ଜେକ୍ଟିଭ ଓ ବୁକ୍‌ଲେଟରେ ସବ୍‌ଜେକ୍ଟିଭ ଉତ୍ତର ଲେଖିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ସ୍ତର ଏତେ ତଳକୁ ଖସିନାହିଁ..’, ବିଜୟକୁ ନେଇ ମୁହଁ ଖୋଲିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୧୭ା୫: ସାଉଥ ସୁପରଷ୍ଟାର ରଜନୀକାନ୍ତ ରବିବାର (୧୭ ମଇ) ଚେନ୍ନାଇସ୍ଥିତ ତାଙ୍କ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମରେ, ସେ ତାମିଲନାଡୁ ବିଧାନସଭା ନିର୍ବାଚନ…

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…

ପାକିସ୍ତାନ ଭୂଗୋଳ ହେବାକୁ ଚାହୁଁଛି ନା ଇତିହାସ? ଭାରତୀୟ ସେନା ମୁଖ୍ୟଙ୍କ ଏମିତି ଧମକ ଶୁଣି…

ନୂଆଦିଲ୍ଲୀ/ଇସଲାମାବାଦ,୧୭ା୫: ରବିବାର ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ବୟାନ ଶୁଣି ପାକିସ୍ତାନ ସେନା ଡରିଯାଇଛି। ଏହା ପରେ ପାକିସ୍ତାନ ଭାରତକୁ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ଶିଖିବାକୁ…

TMC କାର୍ଯ୍ୟାଳୟରୁ ୧୦୦ରୁ ଅଧିକ ଆଧାର କାର୍ଡ ଜବତ; ସରକାରୀ ଜମିର ଅବୈଧ କ୍ରୟ-ବିକ୍ରୟ ସମ୍ପର୍କିତ କାଗଜପତ୍ର ମଧ୍ୟ ଜବତ

କୋଲକାତା,୧୭।୫: ପଶ୍ଚିମବଙ୍ଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ, ଏକ ଟିଏମସି କାର୍ଯ୍ୟାଳୟରୁ ସରକାରୀ ଜମିର ଅବୈଧ କିଣାବିକା ସହିତ ଜଡିତ କାଗଜପତ୍ର ସହିତ ୧୦୦…

ମଦ ଉପରେ ଟିକସ ବ୍ୟବସ୍ଥାକୁ ପରିବର୍ତ୍ତନ କଲେ ସରକାର, କମିବ ଦର!

ବେଙ୍ଗାଲୁରୁ,୧୭।୫: ମଦକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । କର୍ଣ୍ଣାଟକ ସରକାର ମଦ ଉପରେ ଟିକସ ଆଦାୟ କରିବାର ପଦ୍ଧତିକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି…

‘ଭାରତ-ବାଂଲାଦେଶ ସମ୍ପର୍କ ଗଙ୍ଗା ଜଳ ଚୁକ୍ତି ଉପରେ ନିର୍ଭର କରିବ’ – ତାରିକ ରହମାନ ମନ୍ତ୍ରୀଙ୍କ ବଡ଼ ବୟାନ

ଢାକା,୧୭।୫: ବାଂଲାଦେଶର ଶାସକ ଦଳ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP), ଏବେ ଢାକା ଏବଂ ନୂଆଦିଲ୍ଲୀ ମଧ୍ୟରେ ସମ୍ପର୍କର ଭବିଷ୍ୟତକୁ ଗଙ୍ଗା ଜଳ ବଣ୍ଟନ ଚୁକ୍ତିନାମା ନବୀକରଣ…

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ…

‘ପ୍ରକୃତିର ସୁରକ୍ଷା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ’

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଚଳିତ ବର୍ଷଠାରୁ ପ୍ରଥମଥର ପାଇଁ ପରିବେଶ ପର୍ଯ୍ୟଟନ (ଇକୋ ଟୁରିଜିମ) ସ୍ଥଳୀଗୁଡ଼ିକରେ ପ୍ରକୃତି ପରିଚୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri