୩୦୮୨ ସେଣ୍ଟରରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୯।୨: ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ରାଜ୍ୟର ୩୦୮୨ ସେଣ୍ଟରରେ ମାଟ୍ରିକ ପରୀକ୍ଷା କରାଯିବ ବୋଲି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି।

ଏପରିକି ପ୍ରଶ୍ନପତ୍ର ରଖିବା ପାଇଁ ୩୨୨ଟି ନୋଡାଲ ସେଣ୍ଟର କରାଯାଇଛି। ମାଟ୍ରିକ ପରୀକ୍ଷା ପାଇଁ ୫ ଲକ୍ଷ ୬୧ ହଜାର ୯୭୯ ଛାତ୍ରୀଛାତ୍ର ଫର୍ମ ଫିଲ୍‌ଅପ୍‌ କରିଛନ୍ତି। ଏପରିକି ସମସ୍ତ ପରୀକ୍ଷା ସେଣ୍ଟରରେ ସିସିଟିଭି ବ୍ୟବସ୍ଥା କରାଯାଇଥିବା ସଭାପତି କହିଛନ୍ତି। ପରୀକ୍ଷା ପରିଚାଳନା ପାଇଁ ବୋର୍ଡର କମାଣ୍ଡ କଣ୍ଟ୍ରୋଲ ରୁମ୍‌ର ବ୍ୟବସ୍ଥା କରାଯାଇଛି। ୧୭ ତାରିଖ ଭିତରେ ପ୍ରଶ୍ନପତ୍ର ସବୁ ନୋଡାଲ ସେଣ୍ଟରରେ ପହଞ୍ଚିବ ବୋଲି ସଭାପତି କହିଛନ୍ତି।

ସୂଚନା ଯୋଗ୍ୟ, ପରୀକ୍ଷା ସକାଳ ୯ଟାରୁ ସାଢ଼େ ୧୧ଟା ଯାଏ ହେବ। ଗଣିତ ପରୀକ୍ଷାରେ ଛାତ୍ରୀଛାତ୍ରଙ୍କୁ ଅଧିକ ୧୫ ମିନିଟ ଦିଆଯିବ । ୧୯ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ଯାଏ ଚାଲିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ସୂଚନା ଦିଆଯାଇଛି।

ଫେବ୍ରୁଆରୀ ୧୯ ପ୍ରଥମ ଦିନରେ ଛାତ୍ରୀଛାତ୍ର ମାତୃଭାଷା ପରୀକ୍ଷା ଦେବେ। ୨୧ରେ ଇଂରାଜୀ, ୨୩ରେ ସଂସ୍କୃତ/ ହିନ୍ଦୀ, ୨୫ରେ ବିଜ୍ଞାନ ପରୀକ୍ଷା, ୨୭ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୨ରେ ଗଣିତ ପରୀକ୍ଷା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri